Posted inଜାତୀୟ

କଂଗ୍ରେସ ଏମିତି ଏକ ସ୍କୁଲ, ଯେଉଁଠି ପ୍ରଧାନଶିକ୍ଷକଙ୍କ ପିଲା ରୁହନ୍ତି ଶୀର୍ଷରେ: ନରୋତ୍ତମ

ନୂଆଦିଲ୍ଲୀ,୨୪।୮:କଂଗ୍ରେସର ନେତୃତ୍ୱ ପରିବର୍ତ୍ତନକୁ ନେଇ ଏବେ ଚାଲିଛି ଚର୍ଚ୍ଚା। ଗତ ବର୍ଷ ରାହୁଲ ଗାନ୍ଧୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବା ପରେ ସୋନିଆ ଗାନ୍ଧୀ ଅସ୍ଥାୟୀ ଭାବେ ଦଳର ନେତୃତ୍ୱ ନେଇଥିଲେ। ଅନ୍ୟପଟେ କଂଗ୍ରେସର ନେତୃତ୍ୱ ପରିବର୍ତ୍ତନକୁ ନେଇ ମଧ୍ୟପ୍ରଦେଶ ମନ୍ତ୍ରୀ ନରୋତ୍ତମ ମିଶ୍ର ନିଜର ମତ ରଖିଛନ୍ତି। ସେ କହିଛନ୍ତି, କଂଗ୍ରେସ ଏମିତି ଏକ ସ୍କୁଲ ଯେଉଁଠି କେବଳ ପ୍ରଧାନଶିକ୍ଷକଙ୍କ ପିଲାମାନେ ହିଁ ଶୀର୍ଷରେ ରହିଥାଆନ୍ତି। କଂଗ୍ରେସରେ ଏବେ ଅଧ୍ୟକ୍ଷ ପଦ ପାଇଁ ଯେଉଁ ଯୋଗ୍ୟ ପ୍ରାର୍ଥୀମାନେ ରହିଛନ୍ତି ସେମାନେ ହେଲେ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ରିହାନ ଭଦ୍ରା ଓ ମିରାୟା ଭଦ୍ରା। ଏଥିରୁ କଂଗ୍ରେସ ଦଳର ସଦସ୍ୟମାନେ ବୁଝିଯିବା କଥା ଯେ ଏହା ଏମିତି ସ୍କୁଲ ଯେଉଁଠି କେବଳ ପ୍ରଧାନଶିକ୍ଷକଙ୍କ ପିଲାମାନେ ଶୀର୍ଷରେ ରହି ଆସିଛନ୍ତି। ସୂଚନାଯୋଗ୍ୟ, କଂଗ୍ରେସ କାର୍ଯ୍ୟକାରୀ କମିଟି (ସିଡବ୍ଲ୍ୟୁସି) ବୈଠକର ଅବ୍ୟବହିତ ପୂର୍ବରୁ ସୋନିଆ ଗାନ୍ଧୀ ଦଳର ଅନ୍ତରୀଣ ଅଧ୍ୟକ୍ଷ ପଦ ଛାଡ଼ିବାକୁ ଆଗ୍ରହ ପ୍ରକାଶ କରିଛନ୍ତି। ସୋମବାର ହେବାକୁ ଥିବା ସିଡବ୍ଲ୍ୟୁସି ବୈଠକରେ ସେ ଆନୁଷ୍ଠାନିକ ଭାବେ ଇସ୍ତଫା ଦେଇପାରନ୍ତି। କଂଗ୍ରେସର ୨୩ ଏମ୍‌ପି ଏବଂ ବରିଷ୍ଠ ନେତା ଦଳରେ ସଂସ୍କାର ଓ ସାଙ୍ଗଠନିକ ଢାଞ୍ଚାରେ ପରିବର୍ତ୍ତନ ଆଣିବା ଲାଗି ସୋନିଆଙ୍କ ନିକଟକୁ ଚିଠି ଲେଖିବା ପରେ ସେ ଏପରି ନିଷ୍ପତ୍ତି ନେଇଛନ୍ତି। ଅନ୍ୟପଟେ ରାହୁଲ ପୁଣିଥରେ ଅଧ୍ୟକ୍ଷ ପଦ ସମ୍ଭାଳନ୍ତୁ ବୋଲି ମଧ୍ୟ ଅନେକେ ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri