Posted inଜାତୀୟ

ପ୍ରଶାନ୍ତ କିଶୋରଙ୍କ ଯୋଗଦାନ ନେଇ କଂଗ୍ରେସ ନୀରବ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋରଙ୍କୁ କଂଗ୍ରେସରେ ଗ୍ରହଣ କରାଯିବ କି ନାହିଁ ତାକୁ ନେଇ ଅନିଶ୍ଚିତତା ଲାଗି ରହିଛି। ଦଳ ଏପର୍ଯ୍ୟନ୍ତ ଏହା ଉପରେ କୌଣସି ନିଷ୍ପତ୍ତି ନେଇପାରି ନାହିଁ। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସୋମବାର ବରିଷ୍ଠ ନେତାମାନଙ୍କ ସହ ଏକ ବୈଠକରେ ଏକାଠି ହୋଇଥିଲେ। ପ୍ରଶାନ୍ତ କିଶୋରଙ୍କ ଯୋଗଦାନ ଏବଂ ସେ ଦେଇଥିବା ପ୍ରସ୍ତାବ ଉପରେ ବୈଠକରେ ଆଲୋଚନା ହୋଇଥିଲା। ତେବେ ରଣନୀତିକାର ଯୋଗଦେବା ସମ୍ପର୍କରେ କୌଣସି ନିଷ୍ପତ୍ତି ହୋଇ ନ ଥିବା ଦଳ ମୁଖପାତ୍ର ରଣଦୀପ୍‌ ସୁର୍ଜଓ୍ବୋଲା ବୈଠକ ଶେଷରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ୨୦୨୪ ଲୋକ ସଭା ନିର୍ବାଚନ ପରିଚାଳନା ଲାଗି କଂଗ୍ରେସ ଅଧ୍ୟକ୍ଷା ଏକ କାର୍ଯ୍ୟକାରୀ କମିଟି ଗଠନ କରିଥିବା ସୁର୍ଜଓ୍ବୋଲା କହିଛନ୍ତି। ଏହି ସ୍ବତନ୍ତ୍ର କମିଟିରେ କେଉଁମାନେ ସଦସ୍ୟ ରହିବେ ତାହା ପରେ ଘୋଷଣା କରାଯିବ। ତେବେ ଉକ୍ତ କ୍ଷମତାପନ୍ନ କମିଟିରେ ପ୍ରଶାନ୍ତ କିଶୋର ରହିବେ ବୋଲି ଏକ ସୂତ୍ରରୁ ଜଣାପଡ଼ିଛି। ଏହା ବ୍ୟତୀତ ଆସନ୍ତା ମାସ ୧୩ରୁ ୧୫ ମଧ୍ୟରେ ରାଜସ୍ଥାନର ଉଦୟପୁରରେ ଦଳର ଚିନ୍ତନ ବୈଠକ ଅନୁଷ୍ଠିତ ହେବ ବୋଲି ଘୋଷଣା କରାଯାଇଛି। ଏହି ୩ ଦିନିଆ ଶିବିରରେ ସାରା ଦେଶରୁ ୪୦୦ରୁ ଉର୍ଦ୍ଧ୍ୱ ଦଳୀୟ କାର୍ଯ୍ୟକର୍ତ୍ତା ଯୋଗଦେବେ। ସୋମବାରର ବୈଠକରେ ବରିଷ୍ଠ ନେତା ପି. ଚିଦାମ୍ବରମ, ଅମ୍ବିକା ସୋନି, ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ଦିଗ୍‌ବିଜୟ ସିଂ, ଜୟରାମ ରମେଶ, ମୁକୁଲ ଓ୍ବାସନିକ୍‌, କେ.ସି. ବେଣୁଗୋପାଳ ଏବଂ ରଣଦୀପ୍‌ ସୁର୍ଜଓ୍ବୋଲା ଉପସ୍ଥିତ ଥିଲେ। ଉକ୍ତ କମିଟି ପ୍ରଶାନ୍ତ କିଶୋରଙ୍କ ଅଧିକାଂଶ ପ୍ରସ୍ତାବରେ ନୀତିଗତ ଭାବେ ରାଜି ହୋଇଥିବା ଏକ ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଅଭିଭାବକ: ପ୍ରଧାନ ଶିକ୍ଷୟିତ୍ରୀଙ୍କୁ…

ପାଟଣା ,୧୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚାଖୁଣ୍ଡାପାଳ ପଞ୍ଚାୟତ ସାନଗମ୍ଭାରିଆ ପ୍ରାଥମିକ ବିଦ୍ୟାଳୟରେ ଅଗଷ୍ଟ ମାସ ଠାରୁ ଛାତ୍ରୀଛାତ୍ରମାନଙ୍କୁ ମଧ୍ୟାହ୍ନ ଭୋଜନରେ...

ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ରେ ବଢୁଛି ଭିଡ଼, ଜୈବିକ ହଳଦୀ-କଫିଚାଷକୁ ପ୍ରଶଂସା କରି ପର୍ଯ୍ୟଟକ କହିଲେ…

ଦାରିଙ୍ଗବାଡ଼ି,୧୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ ସମେତ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଶନିବାରଠାରୁ ଆସନ୍ତା ନୂତନ ବର୍ଷର...

ରେଳଯାତ୍ରୀଙ୍କ ପାଇଁ ଖୁସି ଖବର, ଏଣିକି େଓ଼୍ବଟିଂ ଟିକେଟ୍‌ ବିନା କରିପାରିବେ ଯାତ୍ରା!

ନୂଆଦିଲ୍‌ଲୀ,୧୯।୧୨: ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ େଓ଼୍ବଟିଂ ତାଲିକା କିମ୍ୱା RAC ଟିକେଟ ବିଷୟରେ ଚିନ୍ତିତ ଅଛନ୍ତି,...

ବିଦ୍ୟୁତ୍‌ ତାର ଚୋରି ଅଭିଯୋଗରେ ୭ ଗିରଫ, ଜବତ ହେଲା ଲକ୍ଷାଧିକ ଟଙ୍କାର…

ବଲାଙ୍ଗୀର, ଖପ୍ରାଖୋଲ ୧୯।୧୨(ସୁନିଲ ମହାନ୍ତି/ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ପୋଲିସକୁ ବଡ଼ ସଫଳତା ମିଳିଛି । ଏକ ବିଦ୍ୟୁତ୍‌ ତାର ଚୋରି ଗ୍ୟାଙ୍ଗକୁ...

ମୋଦିଙ୍କୁ ଏମ୍‌ପି ପଚାରିଲେ ଏମିତି କଥା: ହସି ହସି ପ୍ରଧାନମନ୍ତ୍ରୀ ଖୋଲିଦେଲେ…

ନୂଆଦିଲ୍ଲୀ,୧୯।୧୨: ସଂସଦର ଶୀତକାଳୀନ ଅଧିବେଶନ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରହିବା ପରେ ଲୋକ ସଭା ବାଚସ୍ପତି ଓମ ବିର୍ଲା ସଂସଦ ଭବନରେ ଥିବା ତାଙ୍କ...

ଧାନ ଚୋରି ରୋକିବାକୁ ସୀମା ସିଲ୍‌, ଏସ୍‌ପିଙ୍କୁ ଚିଠି ଲେଖି ଜିଲାପାଳ କହିଲେ…

ବାରିପଦା,୧୯ା୧୨: ଧାନ ଚୋରି ରୋକିବାକୁ ମୟୂରଭଞ୍ଜ ସୀମାରେ ଚେକ ପୋଷ୍ଟ କରାଯିବ। ଏଠାରେ ଚେକ୍‌ ପୋଷ୍ଟ ଲଗାଇବାକୁ ଏସ୍‌ପିଙ୍କୁ ଚିଠି ଲେଖିଛନ୍ତି ଜିଲାପାଳ। ଉକ୍ତ ଚିଠିରେ...

ଭାରତର ନିଦ ହଜାଇଲା ଚାଇନା: ଶେଷରେ ବନ୍ଧୁତା ପଡ଼ିଲା ଭାରୀ

ଓ୍ବାଶିଂଟନ୍‌,୧୯।୧୨: ଆମେରିକା ଦ୍ୱାରା ଭାରତ ଉପରେ ଉଚ୍ଚ ଶୁଳ୍କ ଲାଗୁ କରାଯିବା ପରେ ସରକାର ରପ୍ତାନିକାରୀଙ୍କ ପାଇଁ ବିକଳ୍ପ ବଜାର ଖୋଜିବାର ରଣନୀତି ଗ୍ରହଣ କରିଥିଲେ।...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri