Posted inଜାତୀୟ

ପ୍ରଶାନ୍ତ କିଶୋରଙ୍କ ଯୋଗଦାନ ନେଇ କଂଗ୍ରେସ ନୀରବ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋରଙ୍କୁ କଂଗ୍ରେସରେ ଗ୍ରହଣ କରାଯିବ କି ନାହିଁ ତାକୁ ନେଇ ଅନିଶ୍ଚିତତା ଲାଗି ରହିଛି। ଦଳ ଏପର୍ଯ୍ୟନ୍ତ ଏହା ଉପରେ କୌଣସି ନିଷ୍ପତ୍ତି ନେଇପାରି ନାହିଁ। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସୋମବାର ବରିଷ୍ଠ ନେତାମାନଙ୍କ ସହ ଏକ ବୈଠକରେ ଏକାଠି ହୋଇଥିଲେ। ପ୍ରଶାନ୍ତ କିଶୋରଙ୍କ ଯୋଗଦାନ ଏବଂ ସେ ଦେଇଥିବା ପ୍ରସ୍ତାବ ଉପରେ ବୈଠକରେ ଆଲୋଚନା ହୋଇଥିଲା। ତେବେ ରଣନୀତିକାର ଯୋଗଦେବା ସମ୍ପର୍କରେ କୌଣସି ନିଷ୍ପତ୍ତି ହୋଇ ନ ଥିବା ଦଳ ମୁଖପାତ୍ର ରଣଦୀପ୍‌ ସୁର୍ଜଓ୍ବୋଲା ବୈଠକ ଶେଷରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ୨୦୨୪ ଲୋକ ସଭା ନିର୍ବାଚନ ପରିଚାଳନା ଲାଗି କଂଗ୍ରେସ ଅଧ୍ୟକ୍ଷା ଏକ କାର୍ଯ୍ୟକାରୀ କମିଟି ଗଠନ କରିଥିବା ସୁର୍ଜଓ୍ବୋଲା କହିଛନ୍ତି। ଏହି ସ୍ବତନ୍ତ୍ର କମିଟିରେ କେଉଁମାନେ ସଦସ୍ୟ ରହିବେ ତାହା ପରେ ଘୋଷଣା କରାଯିବ। ତେବେ ଉକ୍ତ କ୍ଷମତାପନ୍ନ କମିଟିରେ ପ୍ରଶାନ୍ତ କିଶୋର ରହିବେ ବୋଲି ଏକ ସୂତ୍ରରୁ ଜଣାପଡ଼ିଛି। ଏହା ବ୍ୟତୀତ ଆସନ୍ତା ମାସ ୧୩ରୁ ୧୫ ମଧ୍ୟରେ ରାଜସ୍ଥାନର ଉଦୟପୁରରେ ଦଳର ଚିନ୍ତନ ବୈଠକ ଅନୁଷ୍ଠିତ ହେବ ବୋଲି ଘୋଷଣା କରାଯାଇଛି। ଏହି ୩ ଦିନିଆ ଶିବିରରେ ସାରା ଦେଶରୁ ୪୦୦ରୁ ଉର୍ଦ୍ଧ୍ୱ ଦଳୀୟ କାର୍ଯ୍ୟକର୍ତ୍ତା ଯୋଗଦେବେ। ସୋମବାରର ବୈଠକରେ ବରିଷ୍ଠ ନେତା ପି. ଚିଦାମ୍ବରମ, ଅମ୍ବିକା ସୋନି, ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ଦିଗ୍‌ବିଜୟ ସିଂ, ଜୟରାମ ରମେଶ, ମୁକୁଲ ଓ୍ବାସନିକ୍‌, କେ.ସି. ବେଣୁଗୋପାଳ ଏବଂ ରଣଦୀପ୍‌ ସୁର୍ଜଓ୍ବୋଲା ଉପସ୍ଥିତ ଥିଲେ। ଉକ୍ତ କମିଟି ପ୍ରଶାନ୍ତ କିଶୋରଙ୍କ ଅଧିକାଂଶ ପ୍ରସ୍ତାବରେ ନୀତିଗତ ଭାବେ ରାଜି ହୋଇଥିବା ଏକ ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri