କଂଗ୍ରେସ ଏକମାତ୍ର ବିକଳ୍ପ : ଶରତ

ପଦ୍ମପୁର,୨୭।୧୧(ଡି.ଏନ.ଏ.): ରାଜ୍ୟରେ ୨୨ ବର୍ଷ ହେଲା ବିଜୁ ଜନତା ଦଳ ସରକାର ଶାସନ କରୁଛି। ୨୦୦୦ରୁ ୨୦୦୯ ଭାଜପା-ବିଜେଡି କ୍ଷମତାରେ ଥିବାବେଳେ ପଦ୍ମପୁରର ବିକାଶ କଲେନାହିଁ। ଏବେ ନିର୍ବାଚନ ଥିବାରୁ ସେମାନେ ବିକାଶର କଥା କହୁଛନ୍ତି। ଏହି ଉପନିର୍ବାଚନରେ କଂଗ୍ରେସ ଏକମାତ୍ର ବିକଳ୍ପ ଦଳ ବୋଲି ଶନିବାର ପଦ୍ମପୁରର ଏକ କଲ୍ୟାଣ ମଣ୍ଡପରେ ପିସିସି ସଭାପତି ଶରତ ପଟ୍ଟନାୟକ ଖବରଦାତା ସମ୍ମିଳନୀକୁ ସମ୍ବୋଧନ କରି କହିଛନ୍ତି। ଉପନିର୍ବାଚନରେ ସତ୍ୟର ଜୟ ହେବ ଏବଂ ପଦ୍ମପୁର ଭୋଟର କଂଗ୍ରେସ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେବେ ବୋଲି ପଟ୍ଟନାୟକ କହିଥିଲେ। ଏହାସହ ବିଧାୟକ ପ୍ରାର୍ଥୀ ସତ୍ୟଭୂଷଣ ସାହୁ ଜାରି କରିଥିବା ୧୩ ସୂତ୍ରୀ ନିର୍ବାଚନ ପ୍ରତିଶ୍ରୁତି ସମ୍ପର୍କରେ ସେ ସୂଚନା ଦେଇଥିଲେ। ପଦ୍ମପୁରକୁ ଜିଲା ମାନ୍ୟତା, ଧାନର ଏମ୍‌ଏସ୍‌ପି ୨୬୦୦ ଟଙ୍କା ସହିତ ବୀମାରାଶି ପ୍ରଦାନ ପାଇଁ ପ୍ରଚେଷ୍ଟା ଜାରି ରହିବ। ଅଙ୍ଗ ନଦୀରେ ବ୍ୟାରେଜ, ବରଗଡ଼-ନୂଆପଡା ରେଳ ଲାଇନ ଭାୟା ପଦ୍ମପୁର ପାଇଁ ଦାବି ଜୋର କରାଯିବ ବୋଲି ସେ କହିଥିଲେ। ଖବରଦାତା ସମ୍ମିଳନୀରେ ପୂର୍ବତନ ପିସିସି ସଭାପତି ଜୟଦେବ ଜେନା, ନିରଞ୍ଜନ ପଟ୍ଟନାୟକ, ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ, ପଞ୍ଚାନନ କାନୁନ୍‌ଗୋ, ଗଣେଶ୍ୱର ବେହେରା ଓ ପୂର୍ବତନ ଏମ୍‌ପି ସଞ୍ଜୟ ଭୋଇ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri