Posted inଜାତୀୟ

‘ଦେଶ ପାଇଁ ଦାନ’ ଅଭିଯାନ ଆରମ୍ଭ କଲା କଂଗ୍ରେସ…

ନୂଆଦିଲ୍ଲୀ,୧୮।୧୨ : ଲୋକସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଦେଶ ପାଇଁ ଦାନ ଅଭିଯାନ ଆରମ୍ଭ କରିଛି। କଂଗ୍ରେସ ଜାତୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଏହି ଅଭିଯାନରେ କହିଛନ୍ତି  ପ୍ରଥମ ଥର ପାଇଁ ଦେଶ ପାଇଁ ଦାନ ଦେବାକୁ କଂଗ୍ରେସ କହିଛି।

ଖାର୍ଗେ କହିଛନ୍ତି, ଯଦି ଆପଣ କ୍ରମାଗତ ଭାବରେ ଧନୀ ଲୋକଙ୍କ ଉପରେ ନିର୍ଭରଶୀଳ ହୋଇ କାର୍ଯ୍ୟ କରନ୍ତି, ତେବେ ଆପଣଙ୍କୁ ସେମାନଙ୍କ ନୀତି ଗ୍ରହଣ କରିବାକୁ ପଡିବ। ଦେଶରେ ସ୍ବାଧୀନତା ଆଣିବା ପାଇଁ ମହାତ୍ମା ଗାନ୍ଧୀ ମଧ୍ୟ ଲୋକଙ୍କଠାରୁ ଦାନ ନେଇଥିଲେ ।

୨୦୨୪ ଲୋକସଭା ନିର୍ବାଚନରେ ଭାଜପା ସହିତ ଲଢ଼େଇ କରିବା ପାଇଁ କଂଗ୍ରେସ ଦଳ ଏକ ଦାନ ଅଭିଯାନ ଆରମ୍ଭ କରିବାକୁ ଘୋଷଣା କରିଛି। ଦଳ ପକ୍ଷରୁ ସାଧାରଣ ଲୋକଙ୍କ ଦାନ ସହାୟତା ଲୋଡିଛି। ଦଳର ୧୩୮ ବର୍ଷର ଏକ ସମୃଦ୍ଧ ଇତିହାସ ସହିତ, ଦଳ ବ୍ୟକ୍ତିବିଶେଷଙ୍କୁ ସହଯୋଗ କରିବାକୁ ଉତ୍ସାହିତ କରୁଛି।

ଲୋକେ ୧୩୮,୧୩୮୦, ୧୩୮୦୦, ୧୩୮୦୦୦ ଟଙ୍କା ଦାନ କରିପାରିବେ। ଏହି ଅଭିଯାନ ଦ୍ୱାରା କଂଗ୍ରେସ ଲୋକଙ୍କ ନିକଟତର ହେବାର ଲକ୍ଷ୍ୟ ରଖିଛି। ସୋସିଆଲ ମିଡିଆ ପ୍ଲାଟଫର୍ମରେ ଏନେଇ ଅଭିଯାନର ବିବରଣୀ ଅଂଶୀଦାର କରି ଅଜୟ ମାକେନ କହିଛନ୍ତି, ଆମେ ଦାନ ନାମରେ ଏକ କ୍ରାଉଡ ଫଣ୍ଡିଂ ଅଭିଯାନ ଆରମ୍ଭ କରିବାକୁ ଯାଉଛୁ।
ଚାନ୍ଦା ପ୍ରକ୍ରିୟାକୁ ସୁଗମ କରିବା ପାଇଁ କଂଗ୍ରେସ ପାର୍ଟି ଅନେକ ସୁବିଧା ଉପଲବ୍ଧ କରାଇଛି। ଆଗ୍ରହୀ ଦାତା ୱେବସାଇଟ http://donateinc.in ପରିଦର୍ଶନ କରିପାରିବେ କିମ୍ବା http://inc.in ମାଧ୍ୟମରେ ଟଙ୍କା ଦାନ କରିପାରିବେ। ନେଟ ବ୍ୟାଙ୍କିଙ୍ଗ, ୟୁପିଆଇ, ଆରଟିଜିଏସ, ଏନଇଏଫଟି କିମ୍ବା କ୍ୟୁଆର କୋଡ ସ୍କାନ କରିବା ଊପରେ ଦଳ ଜୋର ଦେଇଛି। ତେବେ ଦାତାମାନେ ଭାରତୀୟ ନାଗରିକ ଏବଂ ସେମାନଙ୍କର ବୟସ ୧୮ ବର୍ଷରୁ ଅଧିକ ହେବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ଗଠନ ପାଇଁ ହିମନ୍ତଙ୍କୁ ମିଳିଲା ଆମନ୍ତ୍ରଣ: ୧୨ରେ ଶପଥ ଗ୍ରହଣ

ଗୁଆହାଟୀ,୧୦ା୫: ଆସାମରେ ପରବର୍ତ୍ତୀ ସରକାର ଗଠନ ପାଇଁ ରାଜ୍ୟପାଳ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ ରବିବାର ମୁଖ୍ୟମନ୍ତ୍ରୀ ନିର୍ବାଚିତ ହିମନ୍ତ ବିଶ୍ୱଶର୍ମାଙ୍କୁ ଆମନ୍ତ୍ରଣ କରିଛନ୍ତି। ଫଳରେ ଆସାମରେ ଏନ୍‌ଡିଏ…

ବଡ଼ ଧରଣର ବିସ୍ଫୋରଣ, ୧୫ ପୋଲିସ ନିହତ

ପେଶଓ୍ବାର,୧୦।୫: ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶର ଏକ ପୋଲିସ ପୋଷ୍ଟ ଉପରେ ଆତ୍ମଘାତୀ ଆକ୍ରମ ହୋଇଛି । ଏଥିରେ ପନ୍ଦର ଜଣ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ଘଟିଛି…

ଯୁଦ୍ଧର ପ୍ରଭାବକୁ କମ୍ କରିବାକୁ ମୋଦିଙ୍କ ବଡ଼ ଆହ୍ବାନ; ପେଟ୍ରୋଲ-ଡିଜେଲର ବ୍ୟବହାର ହ୍ରାସ, ବର୍ଷେ ସୁନା….

ନୂଆଦିଲ୍ଲୀ,୧୦ା୫: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତବାସୀଙ୍କୁ ବଡ଼ ପରାମର୍ଶ ଦେଇଛନ୍ତି । ସଂଯମତାର ସହିତ ପେଟ୍ରୋଲିୟମ ଉତ୍ପାଦ ବ୍ୟବହାର କରିବାକୁ…

ୱାରେଣ୍ଟ ବଳରେ ଜେଲ୍ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି…

ସୁନାଥର ଗ୍ରାମରେ ଗ୍ଯାସ ଲଗାଇବା ବେଳେ ଫାଟିଗଲା ସିଲିଣ୍ଡର; ଉଡିଗଲା ଟିଣ, ୬….

ପୁରୁଷୋତ୍ତମପୁର,୧୦ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ଭୟଙ୍କର ବିସ୍ଫୋରଣ । ରବିବାର ସଂଧ୍ଯ୍ଯାରେ ରୋଷେଇ ଲାଗି ଗ୍ଯାସ ଲଗାଇବା ବେଳେ ହଠାତ୍…

ଥୁଆମୂଳ ରାମପୁର: PWD ରାସ୍ତାରେ ଝୁଲୁଛି ମୃତ୍ୟୁର ଖଣ୍ଡା! ଶୁଖିଲା ଗଛ ସାଜିଛି ମରଣଯନ୍ତା

ଥୁଆମୂଳ ରାମପୁର, ୧୦ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଜୀବନରେଖା କୁହାଯାଉଥିବା ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ PWD ରାସ୍ତା ଏବେ…

ମାଙ୍କଡଡିଆଁ ଜଳପ୍ରପାତରେ ଅଘଟଣ, ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର

ମୋହନା,୧୦ା୫( ମନ୍ମଥ ମିଶ୍ର ): ମାଙ୍କଡଡିଆଁ ଜଳପ୍ରପାତରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କର ନାମ ଅଭିଜିତ ଦାସ ହୋଇଥିବା ବେଳେ ସେ ଜଣେ…

ଘୋର ଆର୍ଥିକ ସଙ୍କଟରେ ତୈଳ କମ୍ପାନୀ, ଦୈନିକ ୧୭୦୦ କୋଟିର କ୍ଷତି; ଶୀଘ୍ର ବଢ଼ିବ ପେଟ୍ରୋଲ-ଡିଜେଲ ଦାମ୍‌

ନୂଆଦିଲ୍ଲୀ,୧୦।୫: ଇରାନ ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ (Strait of Hormuz) ଅବରୋଧ ଯୋଗୁ ବିଶ୍ୱ ବଜାରରେ ଅଶୋଧିତ ତୈଳ ଦର ବ୍ୟାରେଲ ପିଛା ୧୦୦ ଡଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri