କ୍ଷତିପୂରଣ ଦାବିରେ ଆନ୍ଦୋଳନକୁ ଓହ୍ଲାଇଲା କଂଗ୍ରେସ: ମୃତ ନାବାଳିକାଙ୍କ ପରିବାରକୁ ୨୦ଲକ୍ଷ ଦିଅ

ବରଗଡ଼,୧୧।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଳକ ଅନ୍ତର୍ଗତ ଫିରିଙ୍ଗିମାଳ ଗ୍ରାମରେ ସୋମବାର ନାବାଳିକାଙ୍କ ଆତ୍ମାହୁତି ଘଟଣାକୁ ନେଇ କଂଗ୍ରେସ ଆନ୍ଦୋଳନକୁ ଓହ୍ଲାଇଛି। ମୃତ ନାବାଳିକାଙ୍କ ପରିବାର ଲୋକଙ୍କୁ 20ଲକ୍ଷ ଟଙ୍କା କ୍ଷତିପୂରଣ, ଦାଦନ ଖଟିବାକୁ ଯାଇଥିବା ମୃତ ନାବାଳିକାଙ୍କ ବାପାଙ୍କୁ ଘରକୁ ଫେରାଇ ଆଣି କାମ ଯୋଗାଇ ଦେବା ଏବଂ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ କଂଗ୍ରେସ ଦାବି କରିଛି। ବୁର୍ଲାରୁ ଗ୍ରାମକୁ ମୃତ ନାବାଳିକାଙ୍କ ଶବ ପହଞ୍ଚିବା ପରେ ଉପରୋକ୍ତ ଦାବି ନେଇ କଂଗ୍ରେସ କାଯର୍‌ୟକର୍ତ୍ତାମାନେ ଶବକୁ ଗାଡ଼ିରୁ ଓହ୍ଲାଇ ଦେଇ ନଥିଲେ। ଉପରୋକ୍ତ ଦାବି ପୂରଣ ନ ହେବା ପଯର୍‌ୟନ୍ତ ଶବକୁ ଗାଡ଼ିରୁ ନ ଓହ୍ଲାଇବା ପାଇଁ ଅଡ଼ି ବସିବା ସହିତ ପୋଲିସ, ପ୍ରଶାସନିକ ଅଧିକାରୀଙ୍କ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ତେବେ ରେଡ଼କ୍ରସ ଏବଂ ଅନ୍ୟ ପାଣ୍ଠିରୁ ତତ୍କାଳ ୫୦ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଥିଲା ଏବଂ ୨୦ ଲକ୍ଷ ଟଙ୍କା ସହାୟତା ଦାବି ନେଇ ରା୍ଯଯ ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯିବ ବୋଲି ଉପସ୍ଥିତ ଅଧିକାରୀମାନେ କହିଥିଲେ। ଏହାପରେ ଗାଡ଼ିରୁ ଶବ ଓହ୍ଲାଇଥିଲେ। ପୂର୍ବତନ ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ସମେତ କଂଗ୍ରେସ ନେତା ପାଣ୍ଡବ କର୍ଣ୍ଣ, ଅଭିଷେକ ସେଠ, ଟଙ୍କଧର ସାହୁ, ଆନନ୍ଦ ପ୍ରଧାନଙ୍କ ସମେତ ଅନେକ ଦଳୀୟ କାଯର୍‌ୟକର୍ତ୍ତା, କର୍ମୀ ସାମିଲ ଥିଲେ। ଉପରୋକ୍ତ କଂଗ୍ରେସ ନେତୃବୃନ୍ଦ ଭୀମସାର୍‌, ବୁର୍ଲାକୁ ମଧ୍ୟ ଯାଇଥିଲେ ଏବଂ ସେଠାରୁ ଶବ ଗ୍ରାମକୁ ଅଣାଯିବାବେଳେ ସାଥିରେ ଫିରିଙ୍ଗିମାଳ ଗ୍ରାମକୁ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

ଦିଗପହଣ୍ଡିରେ ମାତିଛି ଗୋଠଛଡ଼ା ହାତୀ: ଭୟଭୀତ ଅଞ୍ଚଳବାସୀ, ସନ୍ଧ୍ୟା ହେଲେ ପଡୁଛି ତାଟି କବାଟ…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତରେ ଗତ ୪ ଦିନ ହେବ ଗୋଟିଏ ଗୋଠଛଡ଼ା ହାତୀ ଘୁରି ବୁଲୁଛି। ସା ହେଲେ ହାତୀଟି…

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ଫେବୃଆରୀ ୨୦ରେ Odisha Budget 2026-27

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri