Posted inଜାତୀୟ

ଉତ୍ତରାଖଣ୍ଡରେ କଂଗ୍ରେସ ଜାରି କଲା ନିର୍ବାଚନୀ ଇସ୍ତାହାର

ନୂଆଦିଲ୍ଲୀ/ଡେରାଡୁନ,୨।୨: ୫ଟି ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ପ୍ରତ୍ୟେକ ରାଜନୈତିକ ଦଳ ଲୋକଙ୍କୁ ଆକୃଷ୍ଟ କରିବା ଲାଗି ବିଭିନ୍ନ ପ୍ରତିଶ୍ରୁତି ଦେବାରେ ଲାଗିଛନ୍ତି। ଏପରିସ୍ଥତିରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଉତ୍ତାରାଖଣ୍ଡ ପାଇଁ ନିର୍ବାଚନ ଇସ୍ତାହର ଉନ୍ମୋଚନ କରିଛନ୍ତି।

ଏହି ଅବସରରେ ପ୍ରିୟଙ୍କା କହିଛନ୍ତି, ଉତ୍ତରାଖଣ୍ଡରେ କଂଗ୍ରେସ କ୍ଷମତାକୁ ଫେରିଲେ ରାଜ୍ୟର ୫ ଲକ୍ଷ ପରିବାରକୁ ବାର୍ଷିକ ୪୦ ହଜାର ଟଙ୍କା ଲେଖାଏ ଆର୍ଥିକ ସହାୟତା ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି। ଏପରି କି ରାଜ୍ୟର ୪ ଲକ୍ଷ ଶିକ୍ଷିତ ବେକାର ଯୁବତୀ ଯୁବକଙ୍କୁ ଚାକିରୀ ଦେବାକୁ କଂଗ୍ରେସ ତା’ର ଇସ୍ତାହର ପତ୍ରରେ ଉଲ୍ଲେଖ କରିଛି ।

ଅନ୍ୟପକ୍ଷେ ଉତ୍ତରାଖଣ୍ଡରେ କଂଗ୍ରେସ ସରକାରକୁ ଆସିଲେ ପ୍ରତ୍ୟେକ ଜିଲାରେ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯିବ ବୋଲି ଇସ୍ତାହର ପତ୍ରରେ କୁହାଯାଇଛି। ଏହାସହ ରାଜ୍ୟରେ ୫୦୦ ଟଙ୍କାରେ ଗ୍ୟାସ ସିଲିଣ୍ଡର ଯୋଗାଇ ଦିଆଯିବ ବୋଲି କଂଗ୍ରେସ ଭୋଟରଙ୍କୁ ପ୍ରତିଶ୍ରୁତି ଦେଇଛି।

ଏପରିକି ପ୍ରିୟଙ୍କା ଡେରାଡୁନରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କରୁଥିବା ବେଳେ ଦେଶର ଆଖୁଚାଷୀଙ୍କ ୧୪ ହଜାର କୋଟି ଟଙ୍କାର ବକେୟା ରାଶି ସରକାର ପ୍ରଦାନ କରି ନାହାନ୍ତି। ହେଲେ ପ୍ରଧାନମନ୍ତ୍ରୀ ନିଜ ପାଇଁ ୪ ହଜାର କୋଟି ଟଙ୍କାର ୨ଟି ହେଲିକପ୍ଟର କିଣୁଛନ୍ତି ବୋଲି ଭାଜପାକୁ ଟାର୍ଗେଟ କରିଥିଲେ। ୭୦ ସିଟ ବିଶିଷ୍ଟ ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଫେବୃୟାରୀ ୧୪ରେ ଗୋଟିଏ ପର୍ଯ୍ୟାୟରେ ମତଦାନ କରାଯିବ। ମାର୍ଚ୍ଚ ୧୦ରେ ଫଳାଫଳ ଘୋଷଣା କରାଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ୟୁପିରେ ବନ୍ୟା: ପ୍ରଭାବିତ ଅଞ୍ଚଳ ବୁଲିଲେ ଯୋଗୀ, ରିଲିଫ କିଟ୍‌ କଲେ ବଣ୍ଟନ

ଲକ୍ଷ୍ନୌ,୨୯।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ବନ୍ୟା ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି। ଚିତ୍ରକୂଟ, ଜାଲୌନ, ହମିରପୁର ଏବଂ ଆଉରିଆରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଗୀ…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri