Posted inଜାତୀୟ

ବିଦେଶ ଗସ୍ତକୁ ନେଇ ମମତାଙ୍କୁ ଟାର୍ଗେଟ କଲେ ଅଧୀର ରଞ୍ଜନ, କହିଲେ ମଉଜ ମଜଲିସ ପାଇଁ ରାଜ୍ୟର ପାଣ୍ଠି କରୁଛନ୍ତି ଖର୍ଚ୍ଚ

କୋଲକତା,୨୮।୯: କଂଗ୍ରେସର ପଶ୍ଚିମବଙ୍ଗ ସଭାପତି ଆଧୀର ରଂଜନ ଚୌଧୁରୀ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନିକଟରେ ହୋଇଥିବା ବିଦେଶ ଗସ୍ତକୁ ନେଇ ତାଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ ପୁଞ୍ଜି ନିବେଶକୁ ଆକର୍ଷିତ କରିବା ନାମରେ ଟିକସଦାତାଙ୍କ ଟଙ୍କାକୁ ଅପବ୍ୟବହାର କରୁଛନ୍ତି। ସେ ଆହୁରି ମଧ୍ୟ ଦାବି କରିଛନ୍ତି ଯେ, ବିଦେଶ ଗସ୍ତ ସମୟରେ ମମତା ଏକ ହୋଟେଲରେ ରହିଥିଲେ ଯେଉଁଠାରେ ଦୈନିକ ତାଙ୍କୁ ୩ଲକ୍ଷ ଟଙ୍କା ଦେବାକୁ ପଡୁଥିଲା।

ଏହି ମାସ ଆରମ୍ଭରେ ମୁଖ୍ୟମନ୍ତ୍ରୀ ବାନାର୍ଜୀ ରାଜ୍ୟରେ ପୁଞ୍ଜି ନିବେଶ ପାଇଁ ନିବେଶକଙ୍କୁ ଆକର୍ଷିତ କରିବା ପାଇଁ୧୨ ଦିନିଆ ସ୍ପେନ ଓ ଦୁବାଇ ଗସ୍ତରେ ଯାଇଥିଲେ। ତେବେ ସେ ୨୩ ସେପ୍ଟେମ୍ବରରେ କୋଲକାତା ଫେରିଥିଲେ। ଗଣମାଧ୍ୟମକୁ ଏକ ସାକ୍ଷାତକାର ନେଇ ଅଧୀର କହିଛନ୍ତି, ମମତା ବିଦେଶ ଗସ୍ତ ସମୟରେ ଏକ ହୋଟେଲରେ ରହିଥିଲେ। ଯେଉଁଠାରେ ଦିନକୁ ଖର୍ଚ୍ଚ ୩ଲକ୍ଷ ଟଙ୍କା ହୋଇଥିଲା। କେବଳ ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ପରିବାର ସଦସ୍ୟ ନୁହଁନ୍ତି ଅନେକ ନିବେଶକାରୀ ମଧ୍ୟ ଆମ ରାଜ୍ୟର ପାଣ୍ଠିର ଅପବ୍ୟବହାର କରି ନିବେଶ ଆଣିବା ନାମରେ ସ୍ପେନକୁ ଯାଇ ମଉଜ ମଜଲିସ କରିବା ସହ ଦର୍ଶନୀୟ ସ୍ଥାନ ବୁଲି ଫେରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?