ମୋଦି ନେଲେ ନିଷ୍ପତ୍ତି, ବଡ଼ କଥା କହିଦେଲା କଂଗ୍ରେସ

ନୂଆଦିଲ୍ଲୀ, ୧୦।୬: ରବିବାର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ନରେନ୍ଦ୍ର ମୋଦି। ଏହାର ଠିକ ଗୋଟିଏ ଦିନ ପରେ ଅର୍ଥାତ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଷୀଙ୍କୁ ବଡ଼ ଉପହାର ଦେଇଛନ୍ତି। ସୋମବାର ପ୍ରଧାନମନ୍ତ୍ରୀ କିଷାନ ନିଧି ଯୋଜନାରେ ୧୭ତମ କିସ୍ତି ରିଲିଜ କରିବା ପାଇଁ ଏକ ଫାଇଲରେ ଦସ୍ତଖତ କରିଛନ୍ତି। ଏହାଦ୍ୱାରା ୯.୩ କୋଟି ଚାଷୀ ଉପକୃତ ହେବେ ଏବଂ ପ୍ରାୟ ୨୦ ହଜାର କୋଟି ଟଙ୍କା ବଣ୍ଟନ କରାଯିବ।
ତେବେ ତୃତୀୟ ପାଳି ସରକାରରେ ମୋଦିଙ୍କ ଏହି ପ୍ରଥମ ନିଷ୍ପତ୍ତିକୁ ନେଇ କଂଗ୍ରେସ ପ୍ରତିକ୍ରିୟା ରଖିଛି । ବରିଷ୍ଠ କଂଗ୍ରେସ ନେତା ଜୟରାମ ରମେଶ ଏକ୍ସରେ ଲେଖିଛନ୍ତି ଯେ, ‘ପିଏମ୍‌ କିଷାନ୍‌ ନିଧିର ୧୬ ତମ କିସ୍ତି ଜାନୁଆରୀ ୨୦୨୪ ରେ ରିଲିଜ୍‌ ହେବାର ଥିଲା । କିନ୍ତୁ ପ୍ରଧାନମନ୍ତ୍ରୀଙ୍କୁ ଏହାର ଲାଭ ନେବାର ଥିଲା । ଏଥିପାଇଁ ଏଥିରେ ଗୋଟିଏ ମାସ ଡେରି କରିଥିଲେ । ୧୭ତମ କିସ୍ତି ଏପ୍ରିଲ କିମ଼୍ବା ମେ ମାସରେ ମିଳିବା କଥା, କିନ୍ତୁ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଥିବାରୁ ଏଥିରେ ଡେରି ହୋଇଥିଲା । ତେଣୁ ଏହି ଫାଇଲ୍‌ରେ ଦସ୍ତଖତ କରି ସେ କାହା ଉପରେ ସେମିତି ବଡ଼ ଉପକାର କରିନାହାନ୍ତି । ଇଏ ତାଙ୍କ ନିଜ ନୀତି ଅନୁସାରେ କୃଷକଙ୍କ ଅଧିକାର । ସେ ସାମାନ୍ୟ ଏବଂ ନିୟମିତ ରୂପରେ ହେଉଥିବା ପ୍ରଶାସନିକ ନିର୍ଣ୍ଣୟକୁ ଲୋକଙ୍କୁ ଦିଆଯଉଥିବା ବଡ଼ ଉପହାର ଭଳି ପ୍ରଚାର କରିବା ଅଭ୍ୟାସ କରିଛନ୍ତି । କଥା ଏପରି ଯେ ସେ ଏବେ ନିଜକୁ ଜୈବିକ ନୁହେଁ, ବରଂ ଦେବୀ ଶକ୍ତି ମାନୁଛନ୍ତି ।’

ତେବେ ଫାଇଲରେ ଦସ୍ତଖତ କରିବା ପରେ ପ୍ରଧାନମନ୍ତ୍ରୀ ମୋଦି କହିଥିଲେ, ସେ କୃଷକଙ୍କ କଲ୍ୟାଣ ପାଇଁ ପ୍ରତିବଦ୍ଧ। କୃଷକଙ୍କ କଲ୍ୟାଣ ପାଇଁ ଆମେ ଯଥାସମ୍ଭବ କାର୍ଯ୍ୟ କରିବାକୁ ଚାହୁଁଛୁ। ଆମ ସରକାର କ୍ରମାଗତ ଭାବରେ ଏହା ଉପରେ କାର୍ଯ୍ୟ କରୁଛନ୍ତି ଏବଂ ଏହା ଆଗକୁ ମଧ୍ୟ ଜାରି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ବଡ଼ କଥା କହିଦେଲେ ମୋଦି; LPGକୁ ପ୍ରାଥମିକତା, ତେଲକୁ ନେଇ କହିଲେ…

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଲୋକସଭାରେ ଅଭିଭାଷଣ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି, ପଶ୍ଚିମ ଏସିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri