Posted inଜାତୀୟ

ସର୍ଜିକାଲ ଷ୍ଟ୍ରାଇକ୍‌ ଉପରେ ପ୍ରଶ୍ନ ଉଠାଇଲେ ଦିଗ୍‌ବିଜୟ

ନୂଆଦିଲ୍ଲୀ,୨୩।୧: କଂଗ୍ରେସର ଭାରତ ଯୋଡୋ ଯାତ୍ରା ବର୍ତ୍ତମାନ ଜମ୍ମୁ-କଶ୍ମୀରରେ ଜାରି ରହିଛି। ଇତିମଧ୍ୟରେ ଜମ୍ମୁ-କଶ୍ମୀରର ଉରି ସେକ୍ଟରରେ ଆତଙ୍କବାଦୀ ଆକ୍ରମଣ ପରେ ୨୦୧୬ରେ ଭାରତ ପାକିସ୍ତାନ ବିରୋଧରେ ହୋଇଥିବା ସର୍କିକାଲ ଷ୍ଟ୍ରାଇକ୍‌ ଉପରେ ପ୍ରଶ୍ନ ଉଠାଇଛନ୍ତି ବରିଷ୍ଠ କଂଗ୍ରେସ ନେତା ଦିଗ୍‌ବିଜୟ ସିଂ। ଜମ୍ମୁରେ ସୋମବାର ଉଦ୍‌ବୋଧନ ଦେଇ କଂଗ୍ରେସ ନେତା କହିଛନ୍ତି, ସର୍ଜିକାଲ ଷ୍ଟ୍ରାଇକ୍‌ରେ ଅନେକ ଆତଙ୍କବାଦୀଙ୍କୁ ନିପାତ କରିଥିବା କେନ୍ଦ୍ର ସରକାର ଦାବି କରୁଛନ୍ତି, ଯାହାର କୌଣସି ପ୍ରମାଣ ନାହିଁ। ଭାଜପାର ଶାସନ ମିଥ୍ୟା ଉପରେ ଆଧାରିତ ବୋଲି ଦିଗ୍‌ବିଜୟ କହିବା ସହ ୨୦୧୯ରେ ପୁଲ୍‌ଓ୍ବାମାରେ ଆତଙ୍କବାଦୀ ଆକ୍ରମଣରେ ୪୪ ସିଆର୍‌ପିଏଫ୍‌ ଯବାନ ଶହୀଦ ହେବା ଘଟଣାରେ କେନ୍ଦ୍ରକୁ ଟାର୍ଗେଟ କରିଥିଲେ। ଉକ୍ତ ଅଞ୍ଚଳ ସମ୍ବେଦନଶୀଳ ହୋଇଥିବାରୁ ଯବାନମାନେ ବିମାନରେ ଶ୍ରୀନଗରରୁ ଦିଲ୍ଲୀ ଯିବା ପାଇଁ ସିଆର୍‌ପିଏଫ୍‌ କେନ୍ଦ୍ରକୁ ଜଣାଇଥିଲା। କେନ୍ଦ୍ର ସରକାର ଏହାକୁ ଅଗ୍ରାହ୍ୟ କରିଦେଇଥିଲେ। ଆକ୍ରମଣକାରୀ ଥିବା ଯାନକୁ ଉପଯୁକ୍ତ ଭାବେ ଯାଞ୍ଚ କରାଯାଇଥିଲେ ପୁଲ୍‌ଓ୍ବାମା ଆକ୍ରମଣକୁ ଏଡ଼ାଇ ଦିଆଯାଇପାରିଥାନ୍ତା ବୋଲି ଦିଗ୍‌ବିଜୟ କହିଛନ୍ତି। ପୁଲଓ୍ବାମା ଆକ୍ରମଣ ଲାଗି ଆତଙ୍କବାଦୀମାନେ ୩୦୦ କିଲୋଗ୍ରାମ ଆର୍‌ଡିଏକ୍ସ କେଉଁଠୁ ପାଇଲେ ବୋଲି ସେ ପ୍ରଶ୍ନ କରିଛନ୍ତି। ଆତଙ୍କବାଦୀଙ୍କ ସହ ଡିଏସ୍‌ପି ଦେବେନ୍ଦ୍ର ସିଂ ଧରାପଡ଼ିଥିବା ବେଳେ ତାଙ୍କୁ କାହିଁକି ଛାଡ଼ିଦିଆଗଲା ବୋଲି କଂଗ୍ରେସ ନେତା କହିଛନ୍ତି। ଭାରତର ସଶସ୍ତ୍ର ବଳ ଉପରେ ପ୍ରଶ୍ନ ଉଠାଇଥିବା ଦିଗ୍‌ବିଜୟଙ୍କୁ ଭାଜପା ସମାଲୋଚନା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri