Posted inଜାତୀୟ

ସର୍ଜିକାଲ ଷ୍ଟ୍ରାଇକ୍‌ ଉପରେ ପ୍ରଶ୍ନ ଉଠାଇଲେ ଦିଗ୍‌ବିଜୟ

ନୂଆଦିଲ୍ଲୀ,୨୩।୧: କଂଗ୍ରେସର ଭାରତ ଯୋଡୋ ଯାତ୍ରା ବର୍ତ୍ତମାନ ଜମ୍ମୁ-କଶ୍ମୀରରେ ଜାରି ରହିଛି। ଇତିମଧ୍ୟରେ ଜମ୍ମୁ-କଶ୍ମୀରର ଉରି ସେକ୍ଟରରେ ଆତଙ୍କବାଦୀ ଆକ୍ରମଣ ପରେ ୨୦୧୬ରେ ଭାରତ ପାକିସ୍ତାନ ବିରୋଧରେ ହୋଇଥିବା ସର୍କିକାଲ ଷ୍ଟ୍ରାଇକ୍‌ ଉପରେ ପ୍ରଶ୍ନ ଉଠାଇଛନ୍ତି ବରିଷ୍ଠ କଂଗ୍ରେସ ନେତା ଦିଗ୍‌ବିଜୟ ସିଂ। ଜମ୍ମୁରେ ସୋମବାର ଉଦ୍‌ବୋଧନ ଦେଇ କଂଗ୍ରେସ ନେତା କହିଛନ୍ତି, ସର୍ଜିକାଲ ଷ୍ଟ୍ରାଇକ୍‌ରେ ଅନେକ ଆତଙ୍କବାଦୀଙ୍କୁ ନିପାତ କରିଥିବା କେନ୍ଦ୍ର ସରକାର ଦାବି କରୁଛନ୍ତି, ଯାହାର କୌଣସି ପ୍ରମାଣ ନାହିଁ। ଭାଜପାର ଶାସନ ମିଥ୍ୟା ଉପରେ ଆଧାରିତ ବୋଲି ଦିଗ୍‌ବିଜୟ କହିବା ସହ ୨୦୧୯ରେ ପୁଲ୍‌ଓ୍ବାମାରେ ଆତଙ୍କବାଦୀ ଆକ୍ରମଣରେ ୪୪ ସିଆର୍‌ପିଏଫ୍‌ ଯବାନ ଶହୀଦ ହେବା ଘଟଣାରେ କେନ୍ଦ୍ରକୁ ଟାର୍ଗେଟ କରିଥିଲେ। ଉକ୍ତ ଅଞ୍ଚଳ ସମ୍ବେଦନଶୀଳ ହୋଇଥିବାରୁ ଯବାନମାନେ ବିମାନରେ ଶ୍ରୀନଗରରୁ ଦିଲ୍ଲୀ ଯିବା ପାଇଁ ସିଆର୍‌ପିଏଫ୍‌ କେନ୍ଦ୍ରକୁ ଜଣାଇଥିଲା। କେନ୍ଦ୍ର ସରକାର ଏହାକୁ ଅଗ୍ରାହ୍ୟ କରିଦେଇଥିଲେ। ଆକ୍ରମଣକାରୀ ଥିବା ଯାନକୁ ଉପଯୁକ୍ତ ଭାବେ ଯାଞ୍ଚ କରାଯାଇଥିଲେ ପୁଲ୍‌ଓ୍ବାମା ଆକ୍ରମଣକୁ ଏଡ଼ାଇ ଦିଆଯାଇପାରିଥାନ୍ତା ବୋଲି ଦିଗ୍‌ବିଜୟ କହିଛନ୍ତି। ପୁଲଓ୍ବାମା ଆକ୍ରମଣ ଲାଗି ଆତଙ୍କବାଦୀମାନେ ୩୦୦ କିଲୋଗ୍ରାମ ଆର୍‌ଡିଏକ୍ସ କେଉଁଠୁ ପାଇଲେ ବୋଲି ସେ ପ୍ରଶ୍ନ କରିଛନ୍ତି। ଆତଙ୍କବାଦୀଙ୍କ ସହ ଡିଏସ୍‌ପି ଦେବେନ୍ଦ୍ର ସିଂ ଧରାପଡ଼ିଥିବା ବେଳେ ତାଙ୍କୁ କାହିଁକି ଛାଡ଼ିଦିଆଗଲା ବୋଲି କଂଗ୍ରେସ ନେତା କହିଛନ୍ତି। ଭାରତର ସଶସ୍ତ୍ର ବଳ ଉପରେ ପ୍ରଶ୍ନ ଉଠାଇଥିବା ଦିଗ୍‌ବିଜୟଙ୍କୁ ଭାଜପା ସମାଲୋଚନା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସେଶ୍ୱରୀଙ୍କ ଇସ୍ତଫା ନେଇ ବିଜେଡିକୁ ଝଟକା ଚର୍ଚ୍ଚା

ସମ୍ବଲପୁର,୨୪ା୪(ପ୍ରମୋଦ ବହିଦାର):ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀ ମଙ୍ଗଳବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସମ୍ବଲପୁର ବିଧାନ ସଭା ଓ ଲୋକ...

ନୁଡୁଲ୍ସ ପ୍ୟାକେଟ୍‌ରୁ ୨ କୋଟିର ହୀରା ଜବତ

ମୁମ୍ବାଇ,୨୪ା୪:ସୀମାଶୁଳ୍କ ବିଭାଗ ଅଧିକାରୀମାନେ ମୁମ୍ବାଇ ବିମାନବନ୍ଦରରୁ ୬.୪୬ କୋଟି ଟଙ୍କାର ସୁନା ଓ ହୀରା ଜବତ କରିଛନ୍ତି। ଜଣେ ଯାତ୍ରୀ ନୁଡୁଲ୍ସ ପ୍ୟାକେଟରେ ହୀରାକୁ ଲୁଚାଇଥିବାବେଳେ...

ପବନକୁ ସମ୍ଭାଳି ପାରିଲାନି ବ୍ରିଜ୍‌

ହାଇଦ୍ରାବାଦ୍‌,୨୪ା୪:ତେଲଙ୍ଗାନାର ପେଦ୍ଦାପଲ୍ଲୀରେ ସୋମବାର ରାତି ୯ଟା ୪୫ରେ ଏକ ନିର୍ମାଣାଧୀନ ବ୍ରିଜ୍‌ ପବନକୁ ସମ୍ଭାଳି ନ ପାରି ଭୁଶୁଡ଼ିପଡ଼ିଛି। ଉକ୍ତ ବ୍ରିଜ୍‌ର ଏକ ଅଂଶ ଭାଙ୍ଗିଯାଇଛି।...

ମତଦାନ କମିବା ଆଶଙ୍କା

ନୂଆଦିଲ୍ଲୀ,୨୪ା୪: ଲୋକ ସଭା ନିର୍ବାଚନରେ ବିଜୟୀ ହୋଇ ଭାଜପା ତୃତୀୟ ଥର ସରକାର ଗଢ଼ିବାକୁ ଲକ୍ଷ୍ୟ ରଖିଥିବାବେଳେ ଏହାକୁ ଅଟକାଇବା ପାଇଁ ଇଣ୍ଡିଆ ମେଣ୍ଟ ଜୋର୍‌ଦାର...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

କଂଗ୍ରେସ ଶାସନ ସମୟରେ କାହିଁକି ପାକିସ୍ତାନ ଆକ୍ରମଣର ଜବାବ ଦିଆଯାଇ ନ ଥିଲା, କାରଣ କହିଲେ ଶାହା

ନୂଆଦିଲ୍ଲୀ,୨୩।୪: ଲୋକ ସଭା ନିର୍ବାଚନ -୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅଭିଯାନ ଜୋରସୋରରେ ଚାଲିଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମହାରାଷ୍ଟ୍ରର ଆକୋଲା ଠାରେ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ସରିଲା ନିର୍ବାଚନ ପ୍ରଚାର, ଶୁକ୍ରବାର ପଡିବ ଭୋଟ୍‌

ନୂଆଦିଲ୍ଲୀ,୨୩।୪: ଆରମ୍ଭ ହୋଇଯାଇଛି ଦେଶର ସବୁଡାରୁ ମଡ଼ ମହାପର୍ବ ନିର୍ବାଚନ ୨୦୨୪। ତେବେ ଆଜି ୨ୟ ପର୍ଯ୍ୟାୟ ମତଦାନ ପାଇଁ ସରିଛି ପ୍ରଚାର । ଶେଷ...

ଟିକେଟ ବିକୁଛନ୍ତି ତେଜସ୍ବୀ ଯାଦବ: କଂଗ୍ରେସ ନେତା

ବାଲ୍ମିକିନଗର,୨୩।୪: ବିହାରର ବାଲ୍ମିକିନଗରରେ ଥିବା ଗ୍ରାଣ୍ଡ ଆଲାଇନ୍ସରେ ବିଦ୍ରୋହର ସ୍ବର ବୃଦ୍ଧି ପାଇବାରେ ଲାଗିଛି। ତେଜସ୍ବୀ ଯାଦବଙ୍କୁ ପୁଞ୍ଜିପତିମାନଙ୍କୁ ଟିକେଟ ବିକ୍ରି କରୁଥିବା ଅଭିଯୋଗ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri