Posted inଜାତୀୟ

ଭାଜପା ପ୍ରାର୍ଥୀଙ୍କୁ ଆଇଟମ୍‌ କହିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

ଭୋପାଳ,୧୮।୧୦: ଉତ୍ତରପ୍ରଦେଶ ଏବଂ ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଉପ-ନିର୍ବାଚନ ପାଇଁ ପ୍ରସ୍ତୁତି ଚାଲିଛି। ମଧ୍ୟପ୍ରଦେଶରେ ଉପ-ନିର୍ବାଚନ ଉପରେ ମଧ୍ୟ ସମସ୍ତଙ୍କ ନଜର ରହିଛି। ଉପନିର୍ବାଚନରେ ଲଢୁଥିବା ଭାରତୀୟ ଜନତା ପାର୍ଟିର ମହିଳା ପ୍ରାର୍ଥୀ ଇମର୍ତ୍ତୀ ଦେବୀଙ୍କ ସମ୍ପର୍କରେ କଂଗ୍ରେସ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥ ଆପତ୍ତିଜନକ ମନ୍ତବ୍ୟ ଦେଇଛନ୍ତି। ତାଙ୍କର ମନ୍ତବ୍ୟକୁ ନେଇ ବିବାଦ ଲାଗି ରହିଛି। ଭାଜପା ତାଙ୍କୁ ସମାଲୋଚନା କରିଛି। ମଧ୍ୟପ୍ରଦେଶର ଡବ୍‌ରାଠାରେ କଂଗ୍ରେସ ପ୍ରାର୍ଥୀ ସୁରେନ୍ଦ୍ର ରାଜେଶଙ୍କ ପାଇଁ ପ୍ରଚାର କରିବାକୁ ଆସିଥିବା କମଲନାଥ କହିଥିଲେ ଯେ ସୁରେନ୍ଦ୍ର ରାଜେଶ ଆମର ପ୍ରାର୍ଥୀ, ସେ ସରଳ ସ୍ବଭାବର ଏବଂ ସାଧାସିଧା। ସେ ତାଙ୍କ ଭଳି ନୁହେଁ, ତାଙ୍କର ନାମ କ’ଣ? ମୁଁ ଯଦି ତାଙ୍କ ନାମ ନେବି, ତୁମେ ତାଙ୍କୁ ମୋ ଠାରୁ ଭଲ ଭାବରେ ଜାଣିଛ, ତୁମମାନଙ୍କୁ ମୋତେ ଆଗରୁ ସାବଧାନ କରିବାର ଥିଲା, ସେ ଜଣେ ଆଇଟମ୍‌ ବୋଲି କହିଛନ୍ତି।
କଂଗ୍ରେସ ଛାଡି ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଥିବା ପୂର୍ବତନ ବିଧାୟକଙ୍କ ମଧ୍ୟରୁ ଇମ୍ରତୀ ଦେବୀ ଅନ୍ୟତମ। କମଲନାଥଙ୍କ ବିବୃତ୍ତି ଉପରେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ମଧ୍ୟ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି, କମଲ ନାଥ! ଇମର୍ତ୍ତୀ ଦେବୀ ଜଣେ ଗରିବ ଚାଷୀଙ୍କ ଝିଅର ନାମ, ଯିଏ କି ଗାଁରେ ଶ୍ରମିକ ଭାବରେ କାମ କରିବା ଆରମ୍ଭ କରିଥିଲେ ଏବଂ ଆଜି ସେ ଜନସେବକ ଭାବେ ରାଷ୍ଟ୍ର ନିର୍ମାଣରେ ସହଯୋଗ କରୁଛନ୍ତି। କଂଗ୍ରେସ ମୋତେ ‘ଭୋକିଲା-ଉଲଗ୍ନ’ ବୋଲି କହିଲା ଏବଂ ଜଣେ ମହିଳାଙ୍କ ପାଇଁ ‘ଆଇଟମ’ ଭଳି ଶବ୍ଦ ବ୍ୟବହାର କରି ତୁମେ ପୁଣିଥରେ ତୁମର ସାମ୍ରାଜ୍ୟବାଦୀ ଚିନ୍ତାଧାରାକୁ ପ୍ରକାଶ କଲ। ଆଉ ଏକ ଟୁଇଟ୍‌ରେ ଇମର୍ତ୍ତୀ ଦେବୀଙ୍କ ସହ ରାଜ୍ୟର ପ୍ରତ୍ୟେକ ଝିଅଙ୍କୁ କମଲନାଥ କ୍ଷମା ମାଗିବା ଉଚିତ୍‌ ବୋଲି ଶିବରାଜ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୋମ୍‌ଷ୍ଟେରୁ ମିଳିଲା ପ୍ରେମିକାଙ୍କ ମୃତଦେହ, ପ୍ରେମିକଙ୍କୁ ଅଟକ ରଖି…

ଗୁଆହାଟି,୨୮।୯: ଗୌହାଟୀ ବିଶ୍ୱବିଦ୍ୟାଳୟର ସମାଜଶାସ୍ତ୍ର ବିଭାଗର ଜଣେ ୨୧ ବର୍ଷୀୟା ଛାତ୍ରୀ ନିମିଷା ଠାକୁରିଆଙ୍କୁ ଗାରାଲ-ଧାରାପୁର ଅଞ୍ଚଳର ଏକ ହୋମ୍‌ଷ୍ଟେରୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି…

ଦକ୍ଷିଣ ଆଫ୍ରିକାରେ ଗୁଳିକାଣ୍ଡ: ୨୭ ମୃତ

କେପ୍‌ ଟାଉନ୍‌,୨୮ା୯: ଦକ୍ଷିଣ ଆଫ୍ରିକୀୟ ସହରରେ ୨ଟି ଗୁଳିକାଣ୍ଡ ଘଟଣାରେ ଅନୂ୍ୟନ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ପ୍ରଥମ ଘଟଣା ଶନିବାର ରାତିରେ ଜୋହାନ୍ସବର୍ଗ ନିକଟରେ ଥିବା…

ୟୁଏନ୍‌ଜିଏରେ ପାକିସ୍ତାନକୁ ନିନ୍ଦାକଲେ ଜୟଶଙ୍କର, କହିଲେ କ୍ରମାଗତ ଆତଙ୍କବାଦ ଚଳାଉଥିବା ଦେଶର…

ଜାତିସଂଘ,୨୮ା୯(ପି.ଟି.): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ଶନିବାର ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

କିଡ୍‌ନୀ ଖରାପ ହେଲେ ଆରମ୍ଭରୁ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି, ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ।…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ଏଇ ଭାରତରେ

ଝାଡ଼ଖଣ୍ଡର ଚିତ୍ରଶିଳ୍ପୀ ପ୍ରକାଶ ଶାହ ମେଟାଲ, ପ୍ଲାଷ୍ଟିକ ଏବଂ ଶିଳ୍ପଜାତ ବର୍ଜ୍ୟକୁ ଆକର୍ଷଣୀୟ ପବ୍ଲିକ ଆର୍ଟରେ ପରିଣତ କରୁଛନ୍ତି। ସେ ସାହିବଗଞ୍ଜରେ ଓ୍ବେଷ୍ଟ ଟୁ ଓ୍ବଣ୍ଡର ପାର୍କ…

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?