Posted inଜାତୀୟ

କଂଗ୍ରେସ ପାଖରେ ନାହିଁ ଟଙ୍କା, ଘର ଘର ବୁଲି ମାଗୁଛନ୍ତି ନେତା

ଭୋପାଳ,୩୧।୩: ମୁଣ୍ଡ ଉପରେ ନିର୍ବାଚନ। ଏନେଇ ଜାତୀୟ ରାଜନୀତି ସରଗରମ। ଜାତୀୟ ଦଳ ଠାରୁ ଆରମ୍ଭ କରି ଆଞ୍ଚଳିକ ଦଳ ମଧ୍ୟ ନିର୍ବାଚନ ପାଇଁ ଜୋରଦାର ପ୍ରସ୍ତୁତି କଲେଣି। ସବୁ ଦଳର ଦଳୀୟ ନେତା ଠାରୁ ଶୀର୍ଷ ନେତା ମଧ୍ୟ ପ୍ରଚାର ମଇଦାନକୁ ଓହ୍ଲାଇ ଲୋକଙ୍କୁ ଭୋଟ୍‌ ମାଗୁଛନ୍ତି। ତେବେ ନିର୍ବାଚନ ଯେତେ ପାଖେଇ ଆସେ ନେତାଏ ଭୋଟ ମାଗିବା ସହ ସହ ନୋଟ୍‌(ଟଙ୍କା) କିମ୍ବା ମଦ ବାଣ୍ଟୁଥିବାର ନଜିର ରହିଛି। କିନ୍ତୁ ନିକଟରେ ଏପରି ଏକ ଭିଡିଓ ଭାଇରାଲ ହୋଇଛି। ଯେଉଁଠି ଜଣେ କଂଗ୍ରେସ ନେତା ଭୋଟ୍‌ ସହ ନୋଟ୍‌ ମାଗୁଥିବାର ଭିଡିଓ େସାସିଆଲ ମିଡିଆରେ ଭାଇରାଲ ହୋଇଛି।

ମଧ୍ୟପ୍ରଦେଶର ଜବଲପୁରରେ କଂଗ୍ରେସ ପ୍ରାର୍ଥୀ ଦିନେଶ ଯାଦବ ଘର ଘର ବୁଲି ପ୍ରଚାର କରୁଛନ୍ତି। ଏହି ସମୟରେ ସେ ଲୋକଙ୍କୁ ଭୋଟ୍‌ ମାଗିବା ସହ ନୋଟ୍‌ ମଧ୍ୟ ମାଗୁଛନ୍ତି। ତେବେ କଂଗ୍ରେସ ନେତାଙ୍କ ଭୋଟ୍‌ ସହ ନୋଟ୍‌ ମାଗିବାର ଏହି ଅଲଗା ଅନ୍ଦାଜର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

 

ଦିନେଶଙ୍କ କହିବାନୁସାରେ, ଭାଜପା ସରକାର ତାଙ୍କ ପାର୍ଟି ଅକାଉଣ୍ଟ ଫ୍ରିଜ୍‌ କରିଦେଇଛନ୍ତି। ଏହି ସମୟରେ ତାଙ୍କ ପାଖରେ ନିର୍ବାଚନ ଲଢିବାକୁ ଟଙ୍କାଟିଏ ବି ନାହିଁ। ଏହି କାରଣରୁ ସେ ମତଦାତାଙ୍କ ସାହାର୍ଯ୍ୟ ଲୋଡୁଛନ୍ତି। କଂଗ୍ରେସ ପ୍ରାର୍ଥୀ ଦିନେଶ ଲୋକଙ୍କ ଠାରୁ ୧୦ଯଙ୍କାରୁ ଆରମ୍ଭ କରି ୧୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରହଣ କରୁଛନ୍ତି। ଜନତା ମଧ୍ୟ ତାଙ୍କୁ ଟଙ୍କା ଦେଇ ସାହାଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri