Posted inଜାତୀୟ

ଜଗଦିଶ ଶେଟ୍ଟାରଙ୍କୁ ଉପହାର ଦେଲା କଂଗ୍ରେସ

ବେଙ୍ଗାଲୁରୁ,୧୯।୬: ଭାରତୀୟ ଜନତା ପାର୍ଟି(ଭାଜପା) ଛାଡି କଂଗ୍ରେସରେ ଯୋଗ ଦେଇଥିବା କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗଦିଶ ଶେଟ୍ଟାରଙ୍କୁ ଦଳ ଏକ ଉପହାର ଦେଇଛି। କର୍ନାଟକ ବିଧାନପରିଷଦର ଉପ ନିର୍ବାଚନ ପାଇଁ ଜଗଦିଶ ଶେଟ୍ଟାର, ତିପ୍ପନପ୍ପା କାମାକନୁର ଓ ଏନ.ଏସ.ବୋସେରାଜୁଙ୍କୁ ପ୍ରାର୍ଥୀ କରିଛି କଂଗ୍ରେସ।
କଂଗ୍ରେସ ସୋମବାର ଏକ ବୟାନ ଜାରି କରି କହିଛି କି ଦଳର ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ କର୍ନାଟକ ବିଧାନ ପରିଷଦର ଉପ ନିର୍ବାଚନ ଲଢିବା ପାଇଁ କଂଗ୍ରେସ ପ୍ରାର୍ଥୀ ଭାବେ ଜଗଦିଶ ଶେଟ୍ଟାର, ତିପ୍ପନପ୍ପା କାମାକନୁର ଓ ଏନ.ଏସ.ବୋସେରାଜୁଙ୍କ ପ୍ରାର୍ଥୀ ହେବାର ପ୍ରସ୍ତାବକୁ ମଞ୍ଜୁରୀ ଦେଇଛି।
କର୍ନାଟକ ନିର୍ବାଚନ ପୂର୍ବରୁ ଭାଜପାରୁ ଆସି କଂଗ୍ରେସରେ ଯୋଗ ଦେଇଥିବା ଜଗଦିଶ ଶେଟ୍ଟାର ବିଧାନସଭା ନିର୍ବାଚନରେ ହାରି ଯାଇଥିଲେ। ବିଧାନସଭା ନିର୍ବାଚନରେ ଭାଜପା ତାଙ୍କୁ ଟିକେଟ ଦେବାକୁ ମନା କରିଦେଇଥିଲେ ଏବଂ ଏହା ପରେ ସେ କଂଗ୍ରେସରେ ଯୋଗ ଦେଇଥିଲେ। କର୍ନାଟକ ବିଧାନସଭା ନିର୍ବାଚନ ଫଳାଫଳରେ କଂଗ୍ରେସ ୨୨୪ ଟି ଆସନ ମଧ୍ୟରୁ ୧୩୫ଟିରେ ବିଜୟ ଲାଭ କରିଥିଲା। ଭାଜପା ମାତ୍ର ୬୬ଟି ଆସନ ଜିତିଥିଲା। ଯେଉଁଠାରେ ଏଚଡି କୁମାରସ୍ବାମୀଙ୍କ ଜେଡିଏସ ୧୯ ଟି ଆସନରେ ବିଜୟୀ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri