Posted inଜାତୀୟ

କଂଗ୍ରେସର ‘ହାତ’ ଛାଡି ପଦ୍ମ ଧରିଲେ ରାଜନନ୍ଦିନି

ବେଙ୍ଗାଲୁରୁ,୧୨।୪: କର୍ନାଟକ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ନେତାଙ୍କ ଦଳ ବଦଳ ପ୍ରକ୍ରିୟା ଜାରି ରହିଛି। ବୁଧବାର ଅର୍ଥାତ୍‌ ୧୨ ଏପ୍ରିଲରେ କଂଗ୍ରେସକୁ  ଝଟକା ଲାଗିଛି। ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ସ୍ପିକର କାଗୋଡୁ ଥିମ୍ମପ୍ପାଙ୍କ ଝିଅ ଡା. ରାଜନନ୍ଦିନି ଭାରତୀୟ ଜନତା ପାର୍ଟି(ଭାଜପା)ରେ ସାମିଲ ହୋଇଛନ୍ତି। ଭାଜପା ନେତା ତଥା କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଏସ ୟେଦୁରପ୍ପା ଓ ଦଳର ଅନ୍ୟ ସଦସ୍ୟଙ୍କ ଉପସ୍ଥିତିରେ ରାଜନନ୍ଦିନି ଭାଜପାରେ ସାମିଲ ହୋଇଛନ୍ତି। ଏହି ସମୟରେ ସେ ହାତରେ ଭାଜପାର ପତାକା ଧରିଥିବା ଦେଖିବାକୁ ମିଳିଥିଲା।

ଭାଜପାରେ ସାମିଲ ହେବା ପରେ ଡା. ରାଜନନ୍ଦିନି କହିଛନ୍ତି, ମୋର ଆଶା ଥିଲା କି ମୋତେ କଂଗ୍ରେସ ଚିହ୍ନିବ ଓ ଟିକେଟ ଦେବ। ହେଲେ ମୋତେ ସୁଯୋଗ ମିଳିଲା ନାହିଁ। ଭାଜପା ମୋତେ ଉତ୍ସାହର ସହ ସ୍ବାଗତ କରିଛି।  ଦଳ ପାଇଁ କାମ କରିବି। ମୁଁ ଜଣେ ଓ୍ବାର୍କର ଓ ଯେଉଁଠି ହେଲେ ବି କାମ କରିପାରିବି।
ଝିଅ ଭାଜପାରେ ସାମିଲ ହେବା ପରେ ପିତା ଥିମ୍ମପ୍ପା କହିଛନ୍ତି, ରାଜନନ୍ଦିନିଙ୍କ ଠାରୁ ଏହା ଆଶା କରୁ ନ ଥିଲି। ଏହା ଅତ୍ୟନ୍ତ ଦୁର୍ଭାଗ୍ୟପୂର୍ଣ୍ଣ। ଏହା ଭାଜପା ନେତାଙ୍କ ଚାଲ।  ରାଜନନ୍ଦିନିଙ୍କ ସହ କଥା ହେବି। କଂଗ୍ରେସ ସହ ଠିଆ ହୋଇଛି, ସବୁବେଳେ କଂଗ୍ରେସର ସମର୍ଥନରେ ରହିବି, କଂଗ୍ରେସ ପାଇଁ କାମ କରିବି।


Enter your email to get our daily news in your inbox.

All Right Reserved By Dharitri.Com

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri