Posted inଜାତୀୟ

ଜିତିନ୍‌ ଦଳ ଛାଡିବା ପରେ କଂଗ୍ରେସରେ କନ୍ଦଳ: କପିଲ ସିବଲ କହିଲେ, ମୁଁ ମଲା ପରେ..

ନୂଆଦିଲ୍ଲୀ,୧୦।୬: କଂଗ୍ରେସର ପୂର୍ବତନ ନେତା ଜିତିନ ପ୍ରସାଦ ଦଳ ଛାଡି ଭାଜପାରେ ଯୋଗଦେବା ପରେ ପୁଣି ଥରେ କଂଗ୍ରେସ ମଧ୍ୟରେ ବିବାଦ ଆରମ୍ଭ ହୋଇଛି। ଜିତିନ ପ୍ରସାଦଙ୍କ ଏହି ନିଷ୍ପତ୍ତି ପରେ ଜି -୨୩ ଗୋଷ୍ଠୀ ସଦସ୍ୟଙ୍କ ବୟାନବାଜି ଆରମ୍ଭ ହୋଇଯାଇଛି। ଦଳର ହାଇକମାଣ୍ଡ ସୋନିଆ ଗାନ୍ଧୀଙ୍କୁ ଚିଠି ଲେଖି ବ୍ୟାପକ ସଂସ୍କାର ଆଣିବାକୁ ଆହ୍ବାନ ଦେଇଛନ୍ତି ଏହି ଗୋଷ୍ଠୀ।
ଜିତିନ ପ୍ରସାଦ ଦଳ ଛାଡିବା ପରେ କଂଗ୍ରେସର ମୁଖ୍ୟ ସଦସ୍ୟ କପିଲ ସିବଲଙ୍କୁ ପଚରାଯାଇଥିଲା ଯେ, ଆପଣ ଏପରି ପଦକ୍ଷେପ ନେବେ କି? ଏହାର ଜବାବରେ ସିବଲ କହିଥିଲେ, ମୋ ମୃତ୍ୟୁ ପରେ ଏଭଳି କିଛି ହେବ। ତେବେ ଏହି ସମୟରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ  ସିବଲ ଦଳର ନେତାମାନଙ୍କୁ ଏକ ସ୍ପଷ୍ଟ ବାର୍ତ୍ତା ଦେଇଛନ୍ତି ଯେ ଏବେ ଶୁଣିବାର ସମୟ ଆସିଛି। ଦଳର ନେତୃତ୍ୱ କଣ କରିଛନ୍ତି ଏବଂ କଣ କରିନାହାଁନ୍ତି ମୁଁ ମନ୍ତବ୍ୟ ଦେବାକୁ ଚାହୁଁ ନାହିଁ। ବର୍ତ୍ତମାନ ଆମେ ଭାରତୀୟ ରାଜନୀତିରେ ଏପରି ଏକ ସ୍ତରରେ ପହଞ୍ଚିଛୁ ଯେଉଁଠାରେ ଆଦର୍ଶ ଉପରେ ଏଭଳି ନିଷ୍ପତ୍ତି ନିଆଯାଉ ନାହିଁ। ଏବେ ଲୋକମାନେ ମତଦାନ ଉପରେ ନୁହେଁ ବରଂ ବ୍ୟକ୍ତିଗତ ଲାଭ ପାଇଁ ନିର୍ବାଚନରେ ପ୍ରବେଶ କରୁଛନ୍ତି ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ରାହୁଲ ଗାନ୍ଧୀଙ୍କ ନିକଟତର ଥିବା ଜିତିନ ପ୍ରସାଦ ବୁଧବାର କଂଗ୍ରେସ ଦଳ ଛାଡି ଭାଜପାରେ ଯୋଗ ଦେଇଥିଲେ। ଜିତିନ ଜି -୨୩ ଗୋଷ୍ଠୀର ଜଣେ ସଦସ୍ୟ ଥିଲେ ଯେ କି କଂଗ୍ରେସ ନେତୃତ୍ୱରେ ବ୍ୟାପକ ପରିବର୍ତ୍ତନ ଆଣିବାକୁ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

GDP ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୩୧।୮: ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର ଅର୍ଥନୀତିରେ ସକାରାତ୍ମକ ଉନ୍ନତି ଦେଖାଯାଇଛି। ଜିଡିପି ଅଭିବୃଦ୍ଧି ୭.୮% ରେକର୍ଡ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri