Posted inଜାତୀୟ

ରାହୁଲଙ୍କ ‘ଭାରତ ଯୋଡ଼ୋ’ ନ୍ୟାୟ ଯାତ୍ରା ପୂର୍ବରୁ କଂଗ୍ରେସକୁ ଝଟ୍‌କା, ଦଳରୁ ଇସ୍ତଫା ଦେଲେ ମିଲିନ୍ଦ ଦେଓରା

ମୁମ୍ବାଇ,୧୪।୧: ଆଗାମୀ ଲୋକ ସଭା ନିର୍ବାଚନର ଠିକ୍‌ ପୂର୍ବରୁ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ପୂର୍ବତନ ସାଂସଦ ମିଲିନ୍ଦ ଦେଓରା ଦଳରୁ ଇସ୍ତଫା ଦେଇଛନ୍ତି। ରବିବାର ସେ ନିଜ ‘ଏକ୍ସ’ ଆକାଉଣ୍ଟରେ ଏକ ପୋଷ୍ଟ କରି ଏହି ସୂଚନା ଦେଇଛନ୍ତି। ତେବେ ସେ ୟୁପିଏ-୨ର କାର୍ଯ୍ୟକାଳ ସମୟରେ କିଛି ସମୟ ଲାଗି କେନ୍ଦ୍ରମନ୍ତ୍ରୀ ରହିଥିଲେ। ଏବେ ସେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ନେତୃତ୍ୱାଧୀନ ଶିବ ସେନାରେ ସାମିଲ ହୋଇପାରନ୍ତି ବୋଲି କୁହାଯାଉଛି।

କଂଗ୍ରେସ ନେତା ମିଲିନ୍ଦ ଲେଖିଛନ୍ତି, ‘ଆଜି ମୋ ରାଜନୀତିକ କ୍ୟାରିୟରର ଏକ ଗୁରୁତ୍ୱପୂର୍ଣ୍ଣ ଅଧ୍ୟାୟରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ମୁଁ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛି। ଏହି ଦଳ ସହିତ ମୋ ପରିବାରର ୫୫ ବର୍ଷର ସଂପର୍କ ଚ୍ଛିନ୍ନ ହୋଇଛି। ବର୍ଷ ବର୍ଷ ଧରି ମିଳିଥିବା ଅବସ୍ମରଣୀୟ ସମର୍ଥନ ପାଇଁ ମୁଁ ସମସ୍ତ ନେତୃବୃନ୍ଦ, ସହକର୍ମୀ ଓ କର୍ମକର୍ତ୍ତାଙ୍କ ନିକଟରେ କୃତଜ୍ଞ।’

ମିଲିନ୍ଦ କଂଗ୍ରେସର ଅନ୍ୟତମ ଜଣାଶୁଣା ନେତା ସ୍ବର୍ଗତଃ ମୂରଲୀ ଦେଓରାଙ୍କ ପୁଅ। ମିଲିନ୍ଦ ଦେଓରା ୨୦୦୪ ଓ ୨୦୦୯ ଲୋକ ସଭା ନିର୍ବାଚନରେ କଂଗ୍ରେସ ଟିକେଟରେ ମୁମ୍ବାଇ ସାଉଥ ଆସନରୁ ବିଜୟୀ ହୋଇଥିଲେ। ୨୦୧୪ ଓ ୨୦୧୯ରେ ସେ ଏହି ଆସନରୁ ପରାଜିତ ହୋଇଥିଲେ।

କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆଜିଠାରୁ ମଣିପୁର ଭାରତ ଯୋଡ଼ ଯାତ୍ରା ଆରମ୍ଭ କରିବାକୁ ଯାଉଛନ୍ତି। ଏହି ଯାତ୍ରା ଆରମ୍ଭ ହେବା ପୂର୍ବରୁ ଦଳକୁ ମୁମ୍ବାଇରୁ ବଡ଼ ଝଟ୍‌କା ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri