Posted inଜାତୀୟ

ରାହୁଲଙ୍କ ‘ଭାରତ ଯୋଡ଼ୋ’ ନ୍ୟାୟ ଯାତ୍ରା ପୂର୍ବରୁ କଂଗ୍ରେସକୁ ଝଟ୍‌କା, ଦଳରୁ ଇସ୍ତଫା ଦେଲେ ମିଲିନ୍ଦ ଦେଓରା

ମୁମ୍ବାଇ,୧୪।୧: ଆଗାମୀ ଲୋକ ସଭା ନିର୍ବାଚନର ଠିକ୍‌ ପୂର୍ବରୁ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ପୂର୍ବତନ ସାଂସଦ ମିଲିନ୍ଦ ଦେଓରା ଦଳରୁ ଇସ୍ତଫା ଦେଇଛନ୍ତି। ରବିବାର ସେ ନିଜ ‘ଏକ୍ସ’ ଆକାଉଣ୍ଟରେ ଏକ ପୋଷ୍ଟ କରି ଏହି ସୂଚନା ଦେଇଛନ୍ତି। ତେବେ ସେ ୟୁପିଏ-୨ର କାର୍ଯ୍ୟକାଳ ସମୟରେ କିଛି ସମୟ ଲାଗି କେନ୍ଦ୍ରମନ୍ତ୍ରୀ ରହିଥିଲେ। ଏବେ ସେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ନେତୃତ୍ୱାଧୀନ ଶିବ ସେନାରେ ସାମିଲ ହୋଇପାରନ୍ତି ବୋଲି କୁହାଯାଉଛି।

କଂଗ୍ରେସ ନେତା ମିଲିନ୍ଦ ଲେଖିଛନ୍ତି, ‘ଆଜି ମୋ ରାଜନୀତିକ କ୍ୟାରିୟରର ଏକ ଗୁରୁତ୍ୱପୂର୍ଣ୍ଣ ଅଧ୍ୟାୟରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ମୁଁ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛି। ଏହି ଦଳ ସହିତ ମୋ ପରିବାରର ୫୫ ବର୍ଷର ସଂପର୍କ ଚ୍ଛିନ୍ନ ହୋଇଛି। ବର୍ଷ ବର୍ଷ ଧରି ମିଳିଥିବା ଅବସ୍ମରଣୀୟ ସମର୍ଥନ ପାଇଁ ମୁଁ ସମସ୍ତ ନେତୃବୃନ୍ଦ, ସହକର୍ମୀ ଓ କର୍ମକର୍ତ୍ତାଙ୍କ ନିକଟରେ କୃତଜ୍ଞ।’

ମିଲିନ୍ଦ କଂଗ୍ରେସର ଅନ୍ୟତମ ଜଣାଶୁଣା ନେତା ସ୍ବର୍ଗତଃ ମୂରଲୀ ଦେଓରାଙ୍କ ପୁଅ। ମିଲିନ୍ଦ ଦେଓରା ୨୦୦୪ ଓ ୨୦୦୯ ଲୋକ ସଭା ନିର୍ବାଚନରେ କଂଗ୍ରେସ ଟିକେଟରେ ମୁମ୍ବାଇ ସାଉଥ ଆସନରୁ ବିଜୟୀ ହୋଇଥିଲେ। ୨୦୧୪ ଓ ୨୦୧୯ରେ ସେ ଏହି ଆସନରୁ ପରାଜିତ ହୋଇଥିଲେ।

କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆଜିଠାରୁ ମଣିପୁର ଭାରତ ଯୋଡ଼ ଯାତ୍ରା ଆରମ୍ଭ କରିବାକୁ ଯାଉଛନ୍ତି। ଏହି ଯାତ୍ରା ଆରମ୍ଭ ହେବା ପୂର୍ବରୁ ଦଳକୁ ମୁମ୍ବାଇରୁ ବଡ଼ ଝଟ୍‌କା ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?