Categories: ଜାତୀୟ

ପରଲୋକରେ ବରିଷ୍ଠ କଂଗ୍ରେସ ନେତା ମୋତିଲାଲ ଭୋରା

ନୂଆଦିଲ୍ଲୀ,୨୧।୧୨-ବରିଷ୍ଠ କଂଗ୍ରେସ ନେତା ମୋତିଲାଲ ଭୋରାଙ୍କ ସୋମବାର ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୯୩ ବର୍ଷ ହୋଇଥିଲା। ରବିବାର ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ଏସକର୍ଟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଆଜି ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୋତିଲାଲ ବହୁ ବର୍ଷ ଧରି ସାମ୍ବାଦିକତା କ୍ଷେତ୍ରରେ କାର୍ଯ୍ୟ କରିଥିଲେ। ପରେ ୧୯୬୮ ମସିହାରେ ରାଜନୀତିରେ ପ୍ରବେଶ କରିଥିଲେ। ସେ ୧୯୭୦ ରେ ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିଲେ। ସେହିପରି ୧୯୭୭ ଏବଂ ୧୯୮୦ରେ ବିଧାନସଭାକୁ ପୁନଃ ନିର୍ବାଚିତ ହୋଇ ଅର୍ଜୁନ ସିଂଙ୍କ କ୍ୟାବିନେଟରେ ଉଚ୍ଚଶିକ୍ଷା ବିଭାଗର ଚେୟାରମ୍ୟାନ ଭାବେ ନିଯୁକ୍ତ ହୋଇଥିଲେ। ୧୯୮୫ ଫେବୃଆରୀ ୧୩ ରେ ଭୋରା ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ହୋଇଥିଲେ। ସେହିପରି ୧୯୮୮ ଫେବୃଆରୀ ୧୪ ରେ ମୋତିଲାଲ ସ୍ବାସ୍ଥ୍ୟ, ପରିବାର କଲ୍ୟାଣ ଏବଂ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିଥିଲେ।

Share