Posted inଜାତୀୟ

ଜେଲ୍‌ରେ ପ୍ରଥମ ରାତି କାଟିଲେ ସିଦ୍ଧୁ

ଚଣ୍ଡିଗଡ଼,୨୧।୫: ପଞ୍ଜାବ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ନବଜ୍ୟୋତ ସିଂ ସିଦ୍ଧୁ କୋର୍ଟରେ ଆତ୍ମସମର୍ପଣ କରିବା ପରେ ତାଙ୍କୁ ଜେଲ୍‌କୁ ପଠାଇ ଦିଆଯାଇଛି। ଏହାପରେ ଜେଲ୍‌ରେ ତାଙ୍କର ପ୍ରଥମ ରାତି କଟିଛି। ସିଦ୍ଧୁଙ୍କୁ ପଟିଆଲା କେନ୍ଦ୍ରୀୟ ସଂଶୋଧନ ଗୃହକୁ ପଠାଯାଇଛି। ଏଠାରେ ତାଙ୍କୁ କଏଦୀ ସଂଖ୍ୟା ଏବଂ କକ୍ଷ ବଣ୍ଟନ କରାଯାଇଛି। ନବଜୋତ ସିଂ ସିଦ୍ଧୁଙ୍କୁ ୧୩୭୬୮୩ କଏଦୀ ନମ୍ବର ମିଳିଛି। ଉକ୍ତ କୋଠରୀରେ ତାଙ୍କ ସହିତ ଆଉ ୪ଜଣ କଏଦୀ ମଧ୍ୟ ଉପସ୍ଥିତ ଅଛନ୍ତି। ଏହି କଏଦୀମାନଙ୍କ ମଧ୍ୟରେ ୨ଜଣ ପୂର୍ବତନ ପୋଲିସ ଏବଂ ୨ଜଣ ସାଧାରଣ ନାଗରିକ ଅଛନ୍ତି। ଯେଉଁମାନେ ବିଭିନ୍ନ ଅପରାଧ ପାଇଁ ଏଠାରେ ଦଣ୍ଡ ଭୋଗୁଛନ୍ତି। ଅନ୍ୟପଟେ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ନବଜ୍ୟୋତ ସିଂ ସିଦ୍ଧୁ ଜେଲ୍‌ରେ ପ୍ରଥମ ରାତିର ଖାଦ୍ୟ ଖାଇନାହାନ୍ତି। ଶୁକ୍ରବାର ସନ୍ଧ୍ୟାରେ ସେ ଡାକ୍ତରୀ ପରୀକ୍ଷା ସମୟରେ ଖାଦ୍ୟ ଖାଇଥିଲେ। ଏହାପରେ ସେ ଜେଲ୍‌ରେ ଖାଦ୍ୟ ଖାଇବାକୁ ମନା କରିଦେଇଥିଲେ। ସିଦ୍ଧୁଙ୍କୁ ସାଧାରଣ ବନ୍ଦୀମାନଙ୍କ ଭଳି ଜେଲରେ ରଖାଯାଇଛି। ସୂତ୍ରରୁ ଜଣାପଡ଼ିଛି ଯେ, ସିଦ୍ଧୁଙ୍କୁ ଗହମରୁ ଆଲର୍ଜି ଅଛି, ଯେଉଁଥିପାଇଁ ଶନିବାର ତାଙ୍କର ଟେଷ୍ଟ କରାଯିବ ବୋଲି ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ଏହି ଦେଶରେ ହେବନାହିଁ ଆଇପିଏଲ୍‌ ପ୍ରସାରଣ, କାହିଁକି ଜାଣନ୍ତୁ…

ଢାକା,୩୧ା୩: ଭାରତର ପ୍ରସାରଣକାରୀ ସଂସ୍ଥା ଜିଓଷ୍ଟାର ବାଂଲାଦେଶରେ ଚଳିତ ବର୍ଷର ଆଇପିଏଲ୍‌ ପ୍ରସାରଣ ଚୁକ୍ତିକୁ ବରଖାସ୍ତ କରିଛି। ସ୍ଥାନୀୟ ସାଥି କମ୍ପାନୀ ପାଉଣା ଦେବାରେ ବିଫଳ ହୋଇଥିବାରୁ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

Video: ଯୁଦ୍ଧ ଶେଷ କରିବାକୁ ଇରାନ ରାଜି ହେବାର ସଙ୍କେତ ଦେବା ଭିତରେ ଏମିତି ଭିଡ଼ିଓ ଶେୟାର କଲେ ଟ୍ରମ୍ପ, ସାରା ବିଶ୍ୱ ଚକିତ! ଦେଖନ୍ତୁ…

ତେହରାନ,୩୧।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ଗୋଟିଏ ମାସ ବିତିଗଲାଣି। ଆଜି (ମଙ୍ଗଳବାର) ଏହି ସଂଘର୍ଷର 32ତମ ଦିନ। ଆମେରିକା ଏବଂ…

ଜଙ୍ଗଲରେ ଦନ୍ତା ହାତୀ: ଭୟରେ ଅଞ୍ଚଳବାସୀ, ସତର୍କ ରହିବାକୁ ପରାମର୍ଶ ଦେଲା ବନବିଭାଗ

ଜି.ଉଦୟଗିରି,୩୧।୩(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ନିକଟ ରଟିଙ୍ଗିଆ ସଂରକ୍ଷିତ ଜଙ୍ଗଲରେ ସୋମବାର ରାତିରେ ଦନ୍ତା ହାତୀ ଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri