Posted inଜାତୀୟ

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଓସ୍କାର ଫର୍ଣ୍ଣାଡେଜଙ୍କ ପରଲୋକ

ମେଙ୍ଗାଲୁରୁ,୧୩ ।୯: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା କଂଗ୍ରେସ ନେତା ଓସ୍କାର ଫର୍ଣ୍ଣାଡେଜଙ୍କ ସୋମବାର ପରଲୋକ ହୋଇଛି । କର୍ନାଟକର ମେଙ୍ଗାଲୁରୁରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ୮୦ ବର୍ଷିୟ ଫର୍ଣ୍ଣାଡେଜ କିଛି ଦିନ ହେବ ଅସୁସ୍ଥ ଥାଇ ମେଙ୍ଗାଲୁରୁର ଏକ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଚଳିତ ବର୍ଷ ଯୋଗ କରିବା ସମୟରେ ସେ ଆହତ ହୋଇଥିଲେ । ତା’ପରଠରୁ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ବିଗିଡିବାରେ ଲାଗିଥିଲା ।

ଓସ୍କାର ଫର୍ଣ୍ଣାଡେଜ ଗାନ୍ଧୀ ପରିବାରର ଘନିଷ୍ଠ ଥିଲେ । ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀଙ୍କ ସହ ତାଙ୍କର ଓ ସୁସମ୍ପର୍କ ଥିଲା । ସେ ଉପା ସରକାର ସମୟରେ ସଡ଼କ ଓ ପରିବହନ ମନ୍ତ୍ରୀ ଥିଲେ । ବର୍ତ୍ତମାନ ସେ ରାଜ୍ୟ ସଭାର ଏମ୍‌ପି ଥିଲେ । ଉପା ସରକାରର ଦୁଇଟି ଯାକ କାର୍ଯ୍ୟକାଳ ମଧ୍ୟରେ ଫର୍ଣ୍ଣାଡେଜ ମନ୍ତ୍ରୀ ରହିବା ସହ ଲମ୍ବା ସମୟ ଧରି ଗାନ୍ଧୀ ପରିବାର ସହ କାମ କରିଥିଲେ । ରାଜୀବ ଗାନ୍ଧୀଙ୍କ ସଂସଦୀୟ ସଚିବ ଥିଲେ ଫର୍ଣ୍ଣାଡେଜ । କର୍ନାଟକର ଉଡ୍ଡପି ଲୋକ ସଭା ଆସନରୁ ୧୯୮୦ରେ ଏମ୍‌ପି ଭାବେ ନିର୍ବାଚତ ହୋଇଥିଲେ । ଏହାପରେ ୧୯୯୬ରେ ସେ ଲଗାତାର ଭାବେ ବିଜୟୀ ହୋଇ ଆସୁଥିଲେ । ୧୯୯୮ରେ କଂଗ୍ରେସ ତାଙ୍କୁ ରାଜ୍ୟ ସଭାକୁ ପଠାଇଥିଲା । ସେବେଠାରୁ ସେ ରାଜ୍ୟ ସଭାର ସଦସ୍ୟ ହୋଇ ରହିଥିଲେ । ଓସ୍କାର ଫର୍ଣ୍ଣଡେଜଙ୍କ ଜନ୍ମ ୨୭ ମାର୍ଚ୍ଚ ୧୯୪୧ରେ କର୍ନାଟକର ଉଡ୍ଡପିରେ ହୋଇଥିଲା । ପରିବାରର ୧୨ ସନ୍ତାନଙ୍କ ମଧ୍ୟରୁ ସେ ଥିଲେ ଜଣେ ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri