Posted inଜାତୀୟ

ଗିରଫଦାରୀର ୩ଘଣ୍ଟା ମଧ୍ୟରେ ପବନ ଖେରାଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ,୨୩।୨: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ କଂଗ୍ରେସ ମିଡିଆ ବିଭାଗର ମୁଖ୍ୟ ପବନ ଖେରାଙ୍କୁ ଦ୍ୱାରିକା କୋର୍ଟରୁ ଜାମିନ ମିଳିଛି। ଏହାପୂର୍ବରୁ ସୁପ୍ରିମକୋର୍ଟ ପବନଙ୍କୁ ଅନ୍ତରୀଣ ଜାମିନରେ ମୁକ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଗୁରୁବାର ଦିଲ୍ଲୀ ବିମାନବନ୍ଦରରୁ ଆସାମ ପୋଲିସ ତାଙ୍କୁ ଗିରଫ କରିଥିଲା। ଖେରାଙ୍କ ବିରୋଧରେ ଅନେକ ଏଫ୍‌ଆଇଆର କ୍ଲବ କରିବା ପାଇଁ କୋର୍ଟ ଆସାମ ଏବଂ ଉତ୍ତରପ୍ରଦେଶ ସରକାରଙ୍କଠାରୁ ଜବାବ ମାଗିଛନ୍ତି। ସୁପ୍ରିମକୋର୍ଟରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ସୋମବାର ଅର୍ଥାତ୍‌ ଫେବୃଆରୀ ୨୭ରେ ହେବ। ସୂଚନା ମୁତାବକ, ଗଣତାନ୍ତ୍ରିକ ଉପାୟରେ ନିର୍ବାଚିତ ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ପବନ ଖେରା ଅପମାନଜନକ ମନ୍ତବ୍ୟ ବ୍ୟବହାର କରିଛନ୍ତି। ପବନ ଖେରାଙ୍କ ବିରୋଧରେ ଦାଖଲ ହୋଇଥିବା ଏଫ୍‌ଆଇଆରରେ ଗିରଫଦାରୀରୁ ସୁରକ୍ଷା ପାଇଁ ଦାଖଲ ହୋଇଥିବା ରିଟ୍‌ ପିଟିସନର ଉତ୍ତର ଦେବାକୁ ଚାହୁଁଛି ବୋଲି ଆସାମ ପୋଲିସ ସୁପ୍ରିମକୋର୍ଟରେ କହିଛି। ଅନ୍ୟପଟେ ପ୍ରଧାନମନ୍ତ୍ରୀଙ୍କ ଉପରେ ଦେଇଥିବା ନିଜ ମନ୍ତବ୍ୟ ପାଇଁ ପବନ କ୍ଷମା ପ୍ରାର୍ଥନା କରିଛନ୍ତି ବୋଲି ତାଙ୍କ ଓକିଲ କୋର୍ଟରେ କହିଛନ୍ତି। ତାଙ୍କ ବିରୋଧରେ କରାଯାଇଥିବା ଅଭିଯୋଗରେ ଗିରଫଦାରୀର କୌଣସି ଆବଶ୍ୟକତା ନାହିଁ ବୋଲି ଓକିଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri