Posted inUncategorized

ଦେଶରେ ଗୋଟିଏ ଧର୍ମ ସହ ଆଉ ଏକ ଧର୍ମକୁ ଲଢେଇ କରାଯାଉଛି: ରାହୁଲ

ରାୟପୁର,୩ ।୨: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଗୁରୁବାର ଛତିଶଗଡ଼ର ରାୟପୁର ଗସ୍ତ କରିଛନ୍ତି । ସେଠାରେ ସେ ଏକ ଜନସଭାକୁ ସମ୍ବୋଧନ ଦେବା ଅବସରରେ କେନ୍ଦ୍ର ସରକାରଙ୍କ ଉପରେ ପରୋକ୍ଷ ଭାବେ ଆକ୍ରମଣ କରିଛନ୍ତି । ସେ କହିଛନ୍ତି ଏବେ ଯଦି ପ୍ରଶ୍ନଉଠେ ୭୦ ବର୍ଷ ମଧ୍ୟରେ ଦେଶରେ କ’ଣ ହୋଇଛି । ସେତେବେଳେ ଆମ କୃଷକ, ସେମାନଙ୍କ ମାତା-ପିତା, ଶ୍ରମିକ, ଛୋଟ ବ୍ୟବସାୟୀଙ୍କର ଅପମାନ କରାଯାଏ । କଂଗ୍ରେସ ଦଳର ଅପମାନ କରାଯାଏ ନାହିଁ । ଦେଶର ଗରିବ ଜନତା ଲହୁ ନିଗାଡି ଦେଶରେ ପରିବର୍ତ୍ତନ ଆଣିଲେ । ହେଲେ ଏବେ ଏମାନେ ଅର୍ଥାତ୍ କେନ୍ଦ୍ର ସରକାରଙ୍କୁ ପ୍ରରୋକ୍ଷରେ ଇଙ୍ଗିତ କରି ରାହୁଲ କହିଛନ୍ତି, ଏମାନେ ଏବେ ଏହି ଗରିବଙ୍କୁ ପର କରି ଦେଉଛନ୍ତି ଓ ୧୦୦-୨୦୦ ଲୋକଙ୍କୁ ଦେଶର ଅର୍ଥ ଧରାଇ ଦିଆଯାଉଛି । ଦେଶରେ ୧୦୦ ସବୁଠାରୁ ଧନୀ ଲୋକଙ୍କ ନିକଟରେ ୪୦ ପ୍ରତିଶତ ଜନସଂଖ୍ୟାଠାରୁ ଅଧିକ ଧନ ରହିଛି ।
ଏତିକିରେ ଥମି ନାହାନ୍ତି ରାହୁଲ, ସେ କହିଛନ୍ତି ଦେଶରେ ଗୋଟିଏ ଧର୍ମ ଆଉ ଏକ ଧର୍ମ ସହ ଲଢୁଛି । ଦେଶ ବାହାରର ଶକ୍ତି ବି ଏହା ଦେଖି କହୁଛନ୍ତି, ଭାରତ ଏବେ ଦୁର୍ବଳ ହୋଇଗଲାଣି । ଚାଇନାର ସେନା ଲଦ୍ଦାଖ ସୀମାରେ ଏଇଥି ପାଇଁ ପ୍ରବେଶ କରିପାରୁଛନ୍ତି କାରଣ ସେମାନେ ପ୍ରବେଶ କରିବା ପରେ ଭାରତୀୟ ଜନତା ପାର୍ଟି(ଭାଜପା) ଓ ପ୍ରଧାନମନ୍ତ୍ରୀ ମୋଦି କହୁଛନ୍ତି କେହି ଭିତରକୁ ପ୍ରବେଶ କରି ନାହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri