Posted inଜାତୀୟ

ନ୍ୟାୟପାଳିକା ଉପରେ ଲୋକଙ୍କର ଭରସା ନାହିଁ: ରାହୁଲ

ଥୁତୁକୁଡି,୨୭ ।୨: ତାମିଲନାଡୁ ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ତାରିଖ ଘୋଷଣା ହେବା ପରେ ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ଥୁତୁକୁଡି ଜିଲାରେ ପହଞ୍ଚିଛନ୍ତି । ସେଠାରେ ପହଞ୍ଚିବା ପରେ କଂଗ୍ରେସ ସମର୍ଥକ ତାଙ୍କୁ ଜୋରଦାର ସ୍ୱାଗତ କରିଛନ୍ତି । ସେଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ରାହୁଲ ଭାରତୀୟ ଜନତା ପାର୍ଟି(ଭଜପା) ମୋଦି ସରକାର ଓ ଆର୍‌ଏସ୍‌ଏସ୍ ଉପରେ ଖୁବ୍ ବର୍ଷିଛନ୍ତି । ରାହୁଲ କହିଛନ୍ତି ମୋଦି ସରକାର ସମ୍ବିଧାନିକ ସଂସ୍ଥାକୁ ନଷ୍ଟ କରିଦେଇଛନ୍ତି । ଏଥିପାଇଁ ଲୋକଙ୍କର ସଂସଦ ଓ ନ୍ୟାୟପାଳିକା ଉପରେ ଭରସା ତୁଟି ଯାଇଛି । ରାହୁଲ ଆହୁରି ମଧ୍ୟ କହିଛନ୍ତି ସସ୍ଥା ମଧ୍ୟରେ ସନ୍ତୁଳନ ବିଗିଡିବା ଦ୍ୱାରା ଦେଶ ଅଶାନ୍ତ ହୋଇ ଉଠୁଛି । ଗତ ୬ ବର୍ଷ ମଧ୍ୟରେ ସବୁ ସଂସ୍ଥାରେ ବ୍ୟବସ୍ଥିତ ଭାବେ ଆକ୍ରମଣ କରାଯାଉଛି । ଦୁଃଖ ଲାଗୁଛି ସେ ଦେଶରେ ଲୋକତନ୍ତ୍ର ମରି ଗଲାଣି । କାରଣ ଗୋଟିଏ ସଂସ୍ଥା ଆର୍‌ଏସ୍‌ଏସ୍ ଆମ ଦେଶର ସଂସ୍ଥାଗତ ସନ୍ତୁଳନକୁ ବିଗାଡିବାରେ ଲାଗିଛି । ମୋଦି ସରକାର ଇଡି ଓ ସିବିଆଇର ବୁଦ୍ଧି ବ୍ୟବହାର କରୁଛି । ଏହାସହ ଭାଜପା ଜାଣୁଛି ଯେ ମୁଁ ଭ୍ରଷ୍ଟାଚାରୀ ନୁହେଁ ସେଥିପାଇଁ ସେ ମୋତେ ଭୟ କରୁଛି ବୋଲି ରାହୁଲ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

୧୩ ବର୍ଷର ଚାକିରି ପରେ IAS ପଦରୁ ଦିବ୍ୟାଙ୍କ ଇସ୍ତଫା, ଭାଇରାଲ ହେଉଛି ଫେସବୁକ୍ ପୋଷ୍ଟ

ଲକ୍ଷ୍ନୌ,୩୦ା୮:: ଉତ୍ତରପ୍ରଦେଶ କ୍ୟାଡରର IAS ଅଧିକାରୀ ଦିବ୍ୟା ମିତ୍ତଲ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରାୟ ୧୩ ବର୍ଷ ଧରି ପ୍ରଶାସନିକ ସେବାରେ ରହିବା ପରେ…

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri