Posted inଜାତୀୟ

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି।

ଶାସନ, ପରିଚୟ, ଭିତ୍ତିଭୂମି ବିକାଶ, ଉଦ୍ୟୋଗୀକରଣ, କୃଷି, ଗ୍ରାମାଞ୍ଚଳ ଓ ସହରାଞ୍ଚଳ ବିକାଶ, ଜଳବାୟୁ ପରିବର୍ତ୍ତନ, ସ୍ବାସ୍ଥ୍ୟସେବା ଏବଂ ଆସାମର ସୁରକ୍ଷା ଆଦି ୧୧ଟି ବିଭାଗ ଉପରେ ଗୁରୁତ୍ୱ ଦିଆଯାଇଛି। ବୋକାଜାନ୍‌ଠାରେ ଏକ ନିର୍ବାଚନୀ ରାଲିରେ ରାହୁଲଙ୍କ ସହ ଦଳର ଆସାମ ସଭାପତି ଗୌରବ ଗୋଗୋଇ ଓ ଅନ୍ୟ ବରିଷ୍ଠ ନେତାମାନେ କଂଗ୍ରେସ ଇସ୍ତାହାର ଉନ୍ମୋଚନ କରିଥିଲେ।

କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗତ ୨୯ ତାରିଖରେ ଆସାମ ଗସ୍ତରେ ଯାଇଥିବାବେଳେ ଦଳର ୫ଟି ଗ୍ୟାରେଣ୍ଟି ସମ୍ପର୍କରେ ଘୋଷଣା କରିଥିଲେ। ଉକ୍ତ ଗ୍ୟାରେଣ୍ଟି ମଧ୍ୟରେ ରହିଛି ମହିଳାଙ୍କ କଲ୍ୟାଣ, ସମସ୍ତଙ୍କ ପାଇଁ ସ୍ବାସ୍ଥ୍ୟସେବା, ଜମି ଅଧିକାର ଏବଂ ଜୁବିନ୍‌ ଗର୍ଗ ମୃତ୍ୟୁ ମାମଲାରେ ନ୍ୟାୟ ପ୍ରଦାନ। ମହିଳାଙ୍କୁ ଆର୍ଥତ୍କ ସହାୟତା ସମେତ ଯେଉଁମାନେ ବ୍ୟବସାୟ ବଢ଼ାଇବାକୁ ଚାହିଁବେ ସେମାନଙ୍କୁ ଅତିରିକ୍ତ ୫୦,୦୦୦ ଟଙ୍କା ଯୋଗାଇ ଦିଆଯିବ ବୋଲି ଉକ୍ତ ଗ୍ୟାରେଣ୍ଟିରେ କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri