Posted inଜାତୀୟ

ବିଦାୟ ନେଲେ ପିତା ରାଜୀବଙ୍କ ଘନିଷ୍ଠ ବନ୍ଧୁ: କାନ୍ଧ ଲଗାଇଲେ ରାହୁଲ

ନୂଆଦିଲ୍ଲୀ,୧୯ ।୨: କଂଗ୍ରେସ ନେତା ତଥା ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ୍‌କ ଘନିଷ୍ଠ ବନ୍ଧୁ କୁହାଯାଉଥିବା କ୍ୟାପଟେନ ସତିଶ ଶର୍ମାଙ୍କ ଅନ୍ତିମ ଯାତ୍ରା ଆରମ୍ଭ ହୋଇ ଯାଇଛି । ଏହି ଅବସରରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ତଥା ରାଜୀବଙ୍କ ଏକମାତ୍ର ପୁତ୍ର ରାହୁଲ ଗାନ୍ଧୀ ପିତାଙ୍କ ଘନିଷ୍ଠ ବନ୍ଧୁଙ୍କ କୋକେଇକୁ କାନ୍ଧରେ ବୋହି ନେଇଛନ୍ତି । କଂଗ୍ରେସର ଏହି ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ସତିଶ ଶର୍ମାଙ୍କର ବୁଧବାର ଗୋଆରେ ପରଲୋକ ହୋଇଥିଲା । ମୃତ୍ୟୁ ବେଳକୁ ତାଙ୍କ ୭୩ ବର୍ଷ ହୋଇଥିଲା । ସେ କ୍ୟାନସରରେ ପୀଡ଼ିତ ଥିବା ବେଳେ ଗତ କିଛିଦିନ ହେବ ସେ ଚିକିତ୍ସିତ ଥିଲେ । ଆନ୍ଧ୍ରପ୍ରଦେଶର ସିକନ୍ଦରାବାଦରେ ୧୧ ଅକ୍ଟୋବର, ୧୯୪୭ରେ ତାଙ୍କର ଜନ୍ମ ହୋଇଥିଲା । ଏହାପରେ ସେ ଜଣେ କମର୍ସିଆଲ ପାଇଲଟ ବନିଯାଇଥିଲେ । ରାୟବରେଲି ଓ ଆମେଠି ନିର୍ବାଚନ ମଣ୍ଡଳୀକୁ ପ୍ରତିନିଧିତ୍ୱ କରୁଥିବା ଶର୍ମା ୩ଥର ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri