Posted inଜାତୀୟ

ଭାଜପା ଉପରେ ବର୍ଷିଲେ ରାହୁଲ କହିଲେ, କର୍ନାଟକରେ ଆମେ ସରକାର ଗଢିବୁ…

ବେଙ୍ଗାଲୁରୁ,୧୬।୪: କର୍ନାଟକ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ହେବା ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର କୋଲାରରେ ଏକ ନିର୍ବାଚନ ସମାବେଶକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ରାହୁଲ ଗାନ୍ଧୀ ତାଙ୍କ ଅଭିଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଯଦି ଆମ ସରକାର ଗଠନ ହୁଏ ତେବେ ଆମେ ଖୁବ୍‌ଶୀଘ୍ର ସମସ୍ତ କାର୍ଯ୍ୟ କରିବୁ, କୌଣସି ପ୍ରତିଶ୍ରୁତିରେ ବିଳମ୍ବ ହେବ ନାହିଁ, ଆମେ ସବୁ ପ୍ରତିଶ୍ରୁତି ପୂରଣ କରିବୁ। ଏଥିସହ ଜନତାଙ୍କ ସମ୍ମୁଖରେ ରାହୁଲ ପୁଣିଥରେ ଆଦାନୀ ମାମଲାକୁ ନେଇ ପ୍ରଧାନମନ୍ତ୍ରୀଙ୍କୁ ପ୍ରଶ୍ନ କରିଛନ୍ତି। ପ୍ରଧାନମନ୍ତ୍ରୀ ଆଦାନୀଙ୍କ ଭଳି ଲୋକଙ୍କୁ ସାହାଯ୍ୟ କରିଛନ୍ତି ଏବଂ କର୍ନାଟକରେ ଭାଜପା ସରକାର କ’ଣ କାମ କରିଛନ୍ତି? ସେ ୪୦ ପ୍ରତିଶତ କମିଶନ ଖାଇଛନ୍ତି।

ଅନ୍ୟପଟେ, ରାହୁଲ କଂଗ୍ରେସର ପ୍ରତିଶ୍ରୁତିକୁ ଦୋହରାଇ କହିଛନ୍ତି, ଆମେ କର୍ନାଟକବାସୀଙ୍କୁ ୪ଟି ପ୍ରତିଶ୍ରୁତି ଦେଇଛୁ। ପ୍ରଥମଟି ହେଉଛି ପ୍ରତ୍ୟେକ ପରିବାରକୁ ୨୦୦ୟୁନିଟ୍‌ ମାଗଣା ବିଦ୍ୟୁତ୍‌ ଦିଆଯିବ। ଦ୍ୱିତୀୟଟି ହେଉଛି ପ୍ରତ୍ୟେକ ମହିଳାଙ୍କୁ ୨୦୦୦ଟଙ୍କା ଦିଆଯିବ। ସେହିପରି ତୃତୀୟ ପ୍ରତିଶ୍ରୁତି ହେଉଛି ପ୍ରତ୍ୟେକ ପରିବାରକୁ ୧୦ କିଲୋଗ୍ରାମ ଚାଉଳ ମାଗଣାରେ ଦିଆଯିବ ଏବଂ ଚତୁର୍ଥଟି ହେଉଛି କର୍ନାଟକର ପ୍ରତ୍ୟେକ ଗ୍ରାଜୁଏଟ୍‌ଙ୍କୁ ୨ ବର୍ଷ ପାଇଁ ୩୦୦୦ ଟଙ୍କା ଏବଂ ଡିପ୍ଲୋମା କରିଥିବା ପିଲାଙ୍କୁ ୧୫୦୦ ଟଙ୍କା ପ୍ରଦାନ କରାଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁୁତ୍ରକୁ ଜନ୍ମ ଦେଇ ଆଖିବୁଜିଦେଲେ ମା’: ହସ୍ପିଟାଲରେ ତାଲାମାରି ଚମ୍ପଟ ମାରିଲେ…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁରର ମେଡିକାଲ ଛକ ନିକଟରେ ଏକ ଘରୋଇ ମେଡିକାଲ ସାମ୍ନାରେ ପ୍ରସବ ପାଇଁ ଆସିଥିବା ପ୍ରସୂତିଙ୍କ ମୃତ୍ୟୁ ଘଟିଛି। ଚିକିତ୍ସାରେ ଅବହେଳା...

କେମିତି ରହିବ ୨୦୨୬ରେ ଶନିଙ୍କ ଚାଲି? ଏସବୁ ରାଶି ରହିବେ ସତର୍କ, ଖରାପ ଟାଇମ୍‌ ଆରମ୍ଭ…

ହିନ୍ଦୁ ଧର୍ମ ଏବଂ ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ କର୍ମର ଦାତା ଏବଂ ନ୍ୟାୟର ଦେବତା ଭାବରେ ବିବେଚନା କରାଯାଏ। ତାଙ୍କୁ ନଅଟି ଗ୍ରହ ମଧ୍ୟରେ...

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri