Posted inଜାତୀୟ

ଅଚିନ୍ତାରେ ଫୁଟବଲ୍‌ ଖେଳିଲେ ରାହୁଲ

କୋଚି,୨୬।୯: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଏବଂ ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ପାଇଁ ଚାଲିଥିବା ଚର୍ଚ୍ଚାକୁ ନେଇ ରାହୁଲ ଗାନ୍ଧୀ ଅଚିନ୍ତା ଥିବା ପରି ମନେ ହେଉଛି। ରାହୁଲ ଗାନ୍ଧୀ ସୋମବାର କେରଳର ପାଲାକ୍କାଡରେ କଂଗ୍ରେସର ‘ଭାରତ ଯୋଡ଼ୋ ଯାତ୍ରା’ ସମୟରେ ପିଲାମାନଙ୍କ ସହ ଫୁଟ୍‌ବଲ ଖେଳୁଥିବା ଦେଖିବାକୁ ମିଳିଛି। ଏଥିରୁ ସ୍ପଷ୍ଟ ଯେ, ରାହୁଲ ଦିଲ୍ଲୀ ଏବଂ ରାଜସ୍ଥାନରେ ଚାଲିଥିବା ରାଜନୈତିକ ଅଶାନ୍ତିରୁ ନିଜକୁ ଦୂରେଇ ରଖିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ, ଏହାକୁ ନେଇ ମଧ୍ୟ କୌଣସି ପ୍ରକାରର ପ୍ରତିକ୍ରିୟା ଦେବାକୁ ସେ ମନା କରିଦେଇଛନ୍ତି।
ରାହୁଲ ଗାନ୍ଧୀ ଭାରତ ଯୋଡୋ ଯାତ୍ରାର ୧୯ତମ ଦିନ ଆଜି କେରଳର ପାଲାକ୍କାଡ ଜିଲାର ଶୋରାନୁରରୁ ଆରମ୍ଭ ହୋଇଥିଲା। ଏହି ସମୟରେ ଶହ ଶହ ଦଳୀୟ କର୍ମୀ ରାହୁଲ ଗାନ୍ଧୀଙ୍କ ସହ ଯୋଗ ଦେଇଥିଲେ। ଏହା ସମୁଦାୟ ୧୨.୩ କିଲୋମିଟର ଦୂରତା ଅତିକ୍ରମ କରିବ ଏବଂ ପଟ୍ଟାମ୍ବୀରେ ଅଟକିବ। ଏହି ଯାତ୍ରା ସମୟରେ ରାହୁଲ କିଛି ପିଲାଙ୍କ ସହ ଫୁଟବଲ୍‌ ଖେଳୁଥିବା ନଜର ଆସିଛନ୍ତି। ରାହୁଲ ଗାନ୍ଧୀଙ୍କ ଫୁଟ୍‌ବଲ ଖେଳୁଥିବା ଭିଡିଓ ମଧ୍ୟ ଭାଇରାଲ ହେବାରେ ଲାଗିଛି।
ସୂଚନାଯୋଗ୍ୟ, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ନାମାଙ୍କନ ଦାଖଲ କରିବା ପୂର୍ବରୁ ମଧ୍ୟ ରାଜସ୍ଥାନ ରାଜନୀତି ସରଗରମ ହୋଇପଡିଛି। ତାଙ୍କ ପରେ ରାଜ୍ୟର ମୁଖ୍ୟମନ୍ତ୍ରୀ କିଏ ହେବ ସେନେଇ ଚର୍ଚ୍ଚା ଜୋର ଧରିଛି। ରବିବାର ସାରେ ଡକାଯାଇଥିବା ବିଧାନସଭା ପାର୍ଟି ବୈଠକ ମଧ୍ୟ ହୋଇ ନ ଥିଲା ଏବଂ ଦଳର ବିଧାୟକମାନେ ସେମାନଙ୍କ ଇସ୍ତଫା ଘୋଷଣା କରିଥିଲେ। ବିଧାୟକମାନେ ଏଆଇସିସିର ପର୍ଯ୍ୟବେକ୍ଷକଙ୍କୁ ଭେଟି ନ ଥିଲେ। ଏଆଇସିସିର ସାଧାରଣ ସମ୍ପାଦକ ଅଜୟ ମାକେନଙ୍କ ଅନୁଯାୟୀ, ସଚିନ ପାଇଲଟଙ୍କୁ ମୁଖ୍ୟମନ୍ତ୍ରୀ କରାଯିବା ଉଚିତ ନୁହେଁ ଏବଂ ୧୯ ଅକ୍ଟୋବର ପରେ ମୁଖ୍ୟମନ୍ତ୍ରୀ ପଦ ଉପରେ ନିଷ୍ପତ୍ତି ନିଆଯିବା ଉଚିତ ବୋଲି ବିଧାୟକମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri