Posted inଜାତୀୟ

ଅଚିନ୍ତାରେ ଫୁଟବଲ୍‌ ଖେଳିଲେ ରାହୁଲ

କୋଚି,୨୬।୯: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଏବଂ ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ପାଇଁ ଚାଲିଥିବା ଚର୍ଚ୍ଚାକୁ ନେଇ ରାହୁଲ ଗାନ୍ଧୀ ଅଚିନ୍ତା ଥିବା ପରି ମନେ ହେଉଛି। ରାହୁଲ ଗାନ୍ଧୀ ସୋମବାର କେରଳର ପାଲାକ୍କାଡରେ କଂଗ୍ରେସର ‘ଭାରତ ଯୋଡ଼ୋ ଯାତ୍ରା’ ସମୟରେ ପିଲାମାନଙ୍କ ସହ ଫୁଟ୍‌ବଲ ଖେଳୁଥିବା ଦେଖିବାକୁ ମିଳିଛି। ଏଥିରୁ ସ୍ପଷ୍ଟ ଯେ, ରାହୁଲ ଦିଲ୍ଲୀ ଏବଂ ରାଜସ୍ଥାନରେ ଚାଲିଥିବା ରାଜନୈତିକ ଅଶାନ୍ତିରୁ ନିଜକୁ ଦୂରେଇ ରଖିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ, ଏହାକୁ ନେଇ ମଧ୍ୟ କୌଣସି ପ୍ରକାରର ପ୍ରତିକ୍ରିୟା ଦେବାକୁ ସେ ମନା କରିଦେଇଛନ୍ତି।
ରାହୁଲ ଗାନ୍ଧୀ ଭାରତ ଯୋଡୋ ଯାତ୍ରାର ୧୯ତମ ଦିନ ଆଜି କେରଳର ପାଲାକ୍କାଡ ଜିଲାର ଶୋରାନୁରରୁ ଆରମ୍ଭ ହୋଇଥିଲା। ଏହି ସମୟରେ ଶହ ଶହ ଦଳୀୟ କର୍ମୀ ରାହୁଲ ଗାନ୍ଧୀଙ୍କ ସହ ଯୋଗ ଦେଇଥିଲେ। ଏହା ସମୁଦାୟ ୧୨.୩ କିଲୋମିଟର ଦୂରତା ଅତିକ୍ରମ କରିବ ଏବଂ ପଟ୍ଟାମ୍ବୀରେ ଅଟକିବ। ଏହି ଯାତ୍ରା ସମୟରେ ରାହୁଲ କିଛି ପିଲାଙ୍କ ସହ ଫୁଟବଲ୍‌ ଖେଳୁଥିବା ନଜର ଆସିଛନ୍ତି। ରାହୁଲ ଗାନ୍ଧୀଙ୍କ ଫୁଟ୍‌ବଲ ଖେଳୁଥିବା ଭିଡିଓ ମଧ୍ୟ ଭାଇରାଲ ହେବାରେ ଲାଗିଛି।
ସୂଚନାଯୋଗ୍ୟ, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ନାମାଙ୍କନ ଦାଖଲ କରିବା ପୂର୍ବରୁ ମଧ୍ୟ ରାଜସ୍ଥାନ ରାଜନୀତି ସରଗରମ ହୋଇପଡିଛି। ତାଙ୍କ ପରେ ରାଜ୍ୟର ମୁଖ୍ୟମନ୍ତ୍ରୀ କିଏ ହେବ ସେନେଇ ଚର୍ଚ୍ଚା ଜୋର ଧରିଛି। ରବିବାର ସାରେ ଡକାଯାଇଥିବା ବିଧାନସଭା ପାର୍ଟି ବୈଠକ ମଧ୍ୟ ହୋଇ ନ ଥିଲା ଏବଂ ଦଳର ବିଧାୟକମାନେ ସେମାନଙ୍କ ଇସ୍ତଫା ଘୋଷଣା କରିଥିଲେ। ବିଧାୟକମାନେ ଏଆଇସିସିର ପର୍ଯ୍ୟବେକ୍ଷକଙ୍କୁ ଭେଟି ନ ଥିଲେ। ଏଆଇସିସିର ସାଧାରଣ ସମ୍ପାଦକ ଅଜୟ ମାକେନଙ୍କ ଅନୁଯାୟୀ, ସଚିନ ପାଇଲଟଙ୍କୁ ମୁଖ୍ୟମନ୍ତ୍ରୀ କରାଯିବା ଉଚିତ ନୁହେଁ ଏବଂ ୧୯ ଅକ୍ଟୋବର ପରେ ମୁଖ୍ୟମନ୍ତ୍ରୀ ପଦ ଉପରେ ନିଷ୍ପତ୍ତି ନିଆଯିବା ଉଚିତ ବୋଲି ବିଧାୟକମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

ପେଟ୍ରୋଲିୟମ ମନ୍ତ୍ରାଳୟର ବଡ଼ ସୂଚନା, ୩୧ ଅଗଷ୍ଟ ପରେ ମିଳିବନି ଗ୍ୟାସ ସିଲିଣ୍ଡର? ଶୀଘ୍ର ସାରନ୍ତୁ ଏହି କାମ…

ନୂଆଦିଲ୍ଲୀ,୨୬।୮: ଯଦି ଆପଣଙ୍କ ଘରେ ମଧ୍ୟ ରୋଷେଇ ଗ୍ୟାସ ସିଲିଣ୍ଡର ବ୍ୟବହୃତ ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ତେଲ କମ୍ପାନୀ ଏବଂ…

Zamatoରୁ ଅର୍ଡର କରୁଥିଲେ ସାବଧାନ! ଦିନ ଦ୍ୱିପ୍ରହରରେ ଲୁଟୁଛି କମ୍ପାନୀ

ନୂଆଦିଲ୍ଲୀ,୨୬।୮: ଆଜିକାଲି ଲୋକମାନେ ଅନଲାଇନରେ ଖାଦ୍ୟ ଅର୍ଡର କରିବାର ଅଭ୍ୟାସ ବିକଶିତ କରିଛନ୍ତି। ଏହାର ସୁଯୋଗ ନେଇ, ଖାଦ୍ୟ ବିତରଣ ସେବାଗୁଡ଼ିକ ପ୍ରାୟତଃ ଅତ୍ୟଧିକ ପରିମାଣରେ ଚାର୍ଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri