Posted inଜାତୀୟ

‘ମୁଁ ଏମ୍‌ପି, ସଂସଦରେ ଦେବି ଜବାବ’

ନୂଆଦିଲ୍ଲୀ,୧୬।୩: ଲଣ୍ଡନରେ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଥମିବାର ନାଁ ଧରୁନି। ସେ କ୍ଷମା ମାଗିବାକୁ ଭାଜପା ଜିଦ ଧରିଛି। ରାହୁଲଙ୍କ ବିବୃତ୍ତି ସମ୍ପର୍କରେ ସଂସଦର ଉଭୟ ଗୃହରେ ଉତ୍ତେଜନା ଦେଖାଦେଇଛି। ଗୁରୁବାର ରାହୁଲ ଗାନ୍ଧୀ ଏହି ବିଷୟରେ ଏକ ଖବରଦାତା ସମ୍ମିଳନୀ ଡକାଇଥିଲେ। ଏଠାରେ ରାହୁଲ କହିଛନ୍ତି ଯେ, ସକାଳେ ସଂସଦକୁ ଯାଇ ବାଚସ୍ପତି (ଲୋକ ସଭା)ଙ୍କୁ କହିଥିଲି, ଯାହା ମୁଁ କହିବାକୁ ଚାହେଁ। ଆଶା କରୁଛି ଆସନ୍ତାକାଲି ମୋତେ ସଂସଦରେ କହିବାକୁ ଅନୁମତି ଦିଆଯିବ। ମୁଁ ଜଣେ ଏମ୍‌ପି, ମୋର ସଂସଦରେ କହିବାର ଅଧିକାର ଅଛି। ତେଣୁ ସଂସଦରେ ଏସବୁ ପ୍ରଶ୍ନର ଜବାବ ଦେବି।
ସେ ଆହୁରି ମଧ୍ୟ କହିଛନ୍ତି ଯେ, ସରକାରଙ୍କ ଚାରିଜଣ ମନ୍ତ୍ରୀ ମୋ ବିରୋଧରେ ଅଭିଯୋଗ ଆଣିଛନ୍ତି। ତେଣୁ ମୋତେ ସଂସଦରେ ଏହି ବିଷୟରେ କହିବାକୁ ସୁଯୋଗ ଦିଆଯାଉ। ଆଜି ମୁଁ ସଂସଦରେ ପହଞ୍ଚିବାର ୧ ମିନିଟ ପରେ ଗୃହକୁ ସ୍ଥଗିତ ରଖାଯାଇଛି। କିଛି ଦିନ ପୂର୍ବେ ନରେନ୍ଦ୍ର ମୋଦି ଏବଂ ଆଦାନୀ ଜୀଙ୍କ ସମ୍ପର୍କକୁ ନେଇ ମୁଁ ଗୃହରେ ଦେଇଥିବା ବକ୍ତବ୍ୟ ଗୃହର ପ୍ରକ୍ରିୟାରୁ ହଟାଇ ଦିଆଯାଇଥିଲା। ସରକାର ଏବଂ ପ୍ରଧାନମନ୍ତ୍ରୀ ଆଦାନୀ ମାମଲାକୁ ନେଇ ଡରୁଛନ୍ତି, ତେଣୁ ସେମାନେ ଏହି ନାଟକବାଜୀ କରିଛନ୍ତି। ମୁଁ ଭାବୁଛି ମୋତେ ସଂସଦରେ କହିବାକୁ ଅନୁମତି ଦିଆଯିବ ନାହିଁ। ମୁଖ୍ୟ ପ୍ରଶ୍ନ ହେଉଛି ମୋଦିଜୀ ଏବଂ ଆଦାନୀଜୀଙ୍କ ମଧ୍ୟରେ ସମ୍ପର୍କ କ’ଣ?
ରାହୁଲ ବ୍ରିଟେନର କେମ୍ବ୍ରିଜ୍‌ ୟୁନିଭର୍ସିଟିରେ ଭାରତୀୟ ଗଣତନ୍ତ୍ର ଉପରେ ମନ୍ତବ୍ୟ ଦେଇଥିଲେ। ଲୋକ ସଭାରେ ବିରୋଧୀଙ୍କ ସ୍ବରକୁ ଦମନ କରାଯାଉଥିବା ଅଭିଯୋଗ କରି ଲଣ୍ଡନରେ ସେ କହିଥିଲେ, ବିରୋଧୀ ଦଳର ନେତାଙ୍କ ମାଇକ ବନ୍ଦ କରିଦିଆଯାଉଛି। ସୋମବାର ଠାରୁ ଆରମ୍ଭ ହୋଇଥିବା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟରେ ସରକାର ସଂସଦର ଉଭୟ ଗୃହରେ କଂଗ୍ରେସ ବିରୋଧରେ ହଙ୍ଗାମା କରୁଥିବା ଦେଖାଯାଇଛି। ରାହୁଲ ଗାନ୍ଧୀ ନିଜ ମନ୍ତବ୍ୟ ପାଇଁ କ୍ଷମା ମାଗନ୍ତୁ ବୋଲି ସେମାନେ ଅଡି ବସିଛନ୍ତି।
ରାହୁଲ ଗାନ୍ଧୀ କ୍ଷମା ମାଗିବା ପ୍ରଶ୍ନରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ କହିଛନ୍ତି, ରାହୁଲ କ୍ଷମା ମାଗିବାର କୌଣସି ପ୍ରଶ୍ନ ଉଠୁନାହିଁ। ସରକାର ଅଭିବ୍ୟକ୍ତିର ସ୍ବାଧୀନତାକୁ ଭାଙ୍ଗିବାକୁ ଚାହୁଁଛନ୍ତି। ଏଠାରେ ଗଣତନ୍ତ୍ର ଦୁର୍ବଳ ହେଉଛି। ଯେଉଁମାନେ ସତ୍ୟ କହୁଛନ୍ତି ସେମାନଙ୍କୁ ଜେଲରେ ରଖାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri