Posted inଜାତୀୟ

ସ୍ୱୀକାର କରାଯିବନି ଦୁଇଟି ଭାରତ: ରାହୁଲ

ନୂଆଦିଲ୍ଲୀ,୭ ।୧୦: କଂଗ୍ରେସର ଭାରତ ଯୋଡୋ ଯାତ୍ରା ଏବେ କର୍ନାଟକରେ ଚାଲିଛି । ଭାରତ ଯୋଡୋ ଯାତ୍ରା ଆରମ୍ଭ ହେବା ପରଠାରୁ ରାହୁଲ ଗାନ୍ଧୀ ଆଗ ଅପେକ୍ଷା ଆଉ ଟିକେ ଆକ୍ଟିଭ ହୋଇଯାଇଛନ୍ତି । ଏହାସହ ସେ ବିଭିନ୍ନ ପ୍ରସଙ୍ଗକୁ ବି ଉଠାଉଥିବା ଦେଖାଯାଇଛି । ରାହୁଲ ଶୁକ୍ରବାର ଏକ ଟୁଇଟ କରି ଜଣାଇଛନ୍ତି, ଯେ ସେ ଗୁରୁବାର ଜଣେ ମହିଳାଙ୍କୁ ଭେଟିଥିଲେ । ଯାହାର କୃଷକ ସ୍ୱାମୀ ୫୦,୦୦୦ ଟଙ୍କା କରଜ ଥିବାରୁ ଆତ୍ମହତ୍ୟା କରିଦେଇଛନ୍ତି ।
ଏବେ ରାହୁଲ ଦୁଇଟି ଭାରତ କଥା ଉଠାଇ କହିଛନ୍ତି, ଗୋଟିଏ ଭାରତ ଯେଉଁଠି ପୁଞ୍ଜିପତି ମିତ୍ରଙ୍କୁ ୬ ପ୍ରତିଶତ ସୁଧହାର ହିସାବରେ ଋଣ ଓ କୋଟି କୋଟି ଟଙ୍କାର ଋଣ ଛାଡ ଓ ଅନ୍ୟ ଏକ ଭାରତ, ଯେଉଁଠି ଅନ୍ନଦାତାଙ୍କୁ ୨୪ ପ୍ରତିଶତ ସୁଧହାରରେ ଋଣ ଦିଆଯାଉଛି ଓ ସେମାନଙ୍କ ଜୀବନ କଷ୍ଟରେ କଟୁଛି । ରାହୁଲ କହିଛନ୍ତି ଦେଶରେ ଏହି ‘ଦୁଇ ଭାରତ’ ସ୍ୱୀକାର କରାଯିବ ନାହିଁ ।
ସୂଚନାଯୋଗ୍ୟ, କଂଗ୍ରେସର ଭାରତ ଯୋଡୋ ଯାତ୍ରା ସମୟରେ ରାହୁଲ ବେକାରୀ ଓ ଗରିବଙ୍କୁ ଭେଟୁଛନ୍ତି । ଗୋଟିଏ ଦିନ ପୂର୍ବରୁ ସୋନିଆ ଗାନ୍ଧୀ ବି ଭାରତ ଯୋଡୋ ଯାତ୍ରାରେ ସାମିଲ ହୋଇ କର୍ମୀଙ୍କ ମନୋବଳ ବଢାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri