ପୁଣି ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧି, ଲଗାତର ତିନିଦିନ କରିବେ ପ୍ରଚାର

ଭୁବନେଶ୍ୱର,୧୯।୫: ପୁଣି ଓଡ଼ିଶା ଗସ୍ତରେ ଆସି ପ୍ରଚାର କରିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏଥର ରାହୁଲ ଓଡ଼ିଶାରେ ବଡ଼ ଛାପ ଛାଡିବାକୁ ଯୋଜନା କରିଛନ୍ତି। କେବଳ ରାହୁଲ ନୁହନ୍ତି, ତାଙ୍କ ସହିତ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ ମଧ୍ୟ ଓଡ଼ିଶା ଆସିବେ। ମେ ୨୬, ୨୭ ଓ ୨୮ରେ ଲଗାତର ତିନିଦିନ କ୍ୟାମ୍ପ କରି ରାହୁଲ ନିର୍ବାଚନୀ ପ୍ରଚାର କରିବେ। ଏନେଇ ରାଜ୍ୟ କଂଗ୍ରେସ ପ୍ରଭାରୀ ଅଜୟ କୁମାର ସୂଚନା ଦେଇଛନ୍ତି।

ପୂର୍ବରୁ ରାହୁଲ ଗାନ୍ଧୀ ସାଲେପୁର ଏବଂ ପରେ ବଲାଙ୍ଗିର ଆସି ଦଳ ପାଇଁ ପ୍ରଚାର କରିଛନ୍ତି। ସାଲେପୁର ସଭାରେ ରାଜ୍ୟ ସରକାରଙ୍କ ଉପରେ ଖୁବ ବର୍ଷିଥିଲା ବେଳେ କଂଗ୍ରେସର ବିଭିନ୍ନ ଯୋଜନା ବିଷୟରେ ଘୋଷଣା କରିଥିଲେ। ଏହାପରେ ବଲାଙ୍ଗୀର ସଭାରେ ଭାଜପା ଉପରେ ବର୍ଷିଥିଲେ ଏବଂ କହିଥିଲେ ଯେ, ପ୍ରଥମ ଥର ପାଇଁ କୌଣସି ଦଳ କହିଛି ଜିତିଲେ ସମ୍ବିଧାନ ବଦଳାଇବ ।

ଏହା ସହିତ ସେ କହିଥିଲେ ଦିଲ୍ଲୀରେ ସରକାରକୁ ୯୦ ଅଫିସର ଚଳାଉଛନ୍ତି, ସେଥିରୁ ୩ ଦଳିତ । ଆମେ ସରକାରକୁ ଆସିଲେ କୋଟିଏ ଲକ୍ଷପତି ସୃଷ୍ଟି କରିବୁ । ଜୁନ୍‌ ୪ରେ ଇଣ୍ଡିଆ ମେଣ୍ଟ ସରକାର ଗଠନ ହେବ ବୋଲି ରାହୁଲ ଗାନ୍ଧି ଦୃଢୋକ୍ତି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Budget 2026: ରବିବାର ଛୁଟି ବାତିଲ! ବଜେଟ ସହିତ ଖୋଲିବ ଶେୟାର ବଜାର

ନୂଆଦିଲ୍ଲୀ,୧।୨: ରବିବାର ଦେଶର ସାଧାରଣ ବଜେଟ ଉପସ୍ଥାପନ ହେବାକୁ ଯାଉଛି। ଏହା ରବିବାର। ସାଧାରଣତଃ, ଶନିବାର ଏବଂ ରବିବାର ଷ୍ଟକ ବଜାର ବନ୍ଦ ରହିଥାଏ, କିନ୍ତୁ ଏହି…

Union Budget 2026: ଆଜି କେନ୍ଦ୍ର ବଜେଟ

ନୂଆଦିଲ୍ଲୀ,୧।୨(ପି.ଟି.): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ପାର୍ଲାମେଣ୍ଟରେ ୨୦୨୬-୨୭ ଆର୍ଥତ୍କ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବାକୁ ଯାଉଛନ୍ତି। ଏହା ତାଙ୍କର କ୍ରମାଗତ ୯ମ ବଜେଟ…

ଇଶାନଙ୍କ ବିସ୍ଫୋରକ ଶତକ: ୪-୧ରେ ଭାରତର ସିରିଜ ବିଜୟ

ଥିରୁଭାନନ୍ତପୁରମ,୩୧ା୧- ଇଶାନ କିଶନଙ୍କ ବିସ୍ଫୋରକ ଶତକ ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ସହ ଦ୍ରୁତ ୧୩୭ ରନର ଭାଗୀଦାରି ଏବଂ ଅର୍ଶଦୀପଙ୍କ ୫ ଉଇକେଟ ସଫଳତାକୁ ପାଥେୟ…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

ସୁଧୁରୁନି ପାକିସ୍ତାନ! ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡିଲା ସନ୍ଦିଗ୍ଧ ଡ୍ରୋନ୍‌, ସକ୍ରିୟ ହେଲା… 

ଶ୍ରୀନଗର,୩୧।୧: ସୁଧୁରୁନି ପାକିସ୍ତାନ। ପୁଣି ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡ଼ିଲା ସନ୍ଦିଗ୍ଧ ପାକିସ୍ତାନୀ ଡ୍ରୋନ୍‌। ଏହାକୁ ନେଇ ଭାରତୀୟ ସୁରକ୍ଷାବାହିନୀ ସକ୍ରିୟ ହୋଇପଡ଼ିଥିଲା। ସୁରକ୍ଷାକର୍ମୀମାନେ ସର୍ଚ୍ଚ…

ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର…

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri