Posted inଜାତୀୟ

ତୁଟୁନି କଂଗ୍ରେସ ଭିତରର କଳି, ମୋଦି ସରକାରଙ୍କୁ ଖୋଲାଖୋଲି ପ୍ରଶଂସା କଲେ ରାଜ ବବ୍ୱର

ନୂଆଦିଲ୍ଲୀ,୪ ।୯: କଂଗ୍ରେସ ଲଗାତାର ଭାବରେ ଅସନ୍ତୁଷ୍ଟ ନେତାଙ୍କୁ ସନ୍ତୁଷ୍ଟ କରିବାକୁ ଚେଷ୍ଟା ଜାରି ରଖିଛି । ଏହାପରେ ବି ନେତାଙ୍କ ମଧ୍ୟରେ ଅଶାନ୍ତି ବଢିବାରେ ଲାଗିଛି । ଏବେ ବଲିଉଡ ଅଭିନେତା ତଥା କଂଗ୍ରେସ ନେତା ରାଜ ବବ୍ୱର ମୋଦି ସରକାରଙ୍କୁ ଯେଉଁଭଳି ଖୋଲାଖୋଲି ଭାବେ ପ୍ରଶଂସା କରିଛନ୍ତି, ସେଥିରୁ ସହଜରେ ଅନୁମାନ କରାଯାଉଛି କି କଂଗ୍ରେସର ଅଧିକାଂଶ ନେତା ଦଳ ଉପରେ ଖୁସି ନାହାନ୍ତି । ଏମିତିକି ରାଜ ବବ୍ୱର ମୋଦି ସରକାରଙ୍କୁ ମନମୋହନ ସିଂ ସରକାରଙ୍କ ସହ ତୁଳନା କରିଛନ୍ତି ।

ସୂଚନାଯୋଗ୍ୟ, କଂଗ୍ରେସ ନେତା ରାଜ ବବ୍ୱର ଭାରତୀୟ ଜନତା ପାର୍ଟି(ଭାଜପା) ସରକାରଙ୍କ ‘ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା’ର ପ୍ରଶଂସା କରି ଟୁଇଟ କରିଛନ୍ତି । ଏଥିରେ ସେ ଏବେକାର ସରକାରଙ୍କୁ ମନୋମୋହନ ସିଂ ସରକାରଙ୍କ ସହ ତୁଳନା କରିଛନ୍ତି । ସେ କହିଛନ୍ତି ପିଏମ ‘ଜନ ଧନ ଯୋଜନା’କୁ ୮ ବର୍ଷ ପୂରଣ ହୋଇଛି । ଲୋକଙ୍କ ପାଖରେ ଟଙ୍କା ଓ ସାହାଯ୍ୟ କାହାର ଦଖଲ ବିନା ସିଧାସଳଖ ପହଞ୍ଚୁଛି, ଏହା କାନ୍ତି । ରାଜ ବବ୍ୱର କହିଛନ୍ତି, ଏଥିରୁ ଅଧାରୁ ଅଧିକ ଆକାଉଣ୍ଟ ମହିଳାଙ୍କ ନାଁରେ ରହିଛି । ଏମିତି ଯୋଜନା ‘ଆପକା ପୈସା ଆପକେ ହାଥ‘ ନାମରେ ମନମୋହନ ସରକାର ବି ଆରମ୍ଭ କରିଥିଲେ । ହେଲେ ଏବେକାର ସରକାର ଭଲ କରିଛନ୍ତି । ସୂଚନାଯୋଗ୍ୟ, କଂଗ୍ରେସର ଅସନ୍ତଷ୍ଟ ନେତାଙ୍କ ସହ ଦଳ ମୁଖିଆ ବାରମ୍ବାର ବୈଠକ କରୁଥିଲେ ସୁଦ୍ଧା ଏହାର କୌଣସି ପ୍ରଭାବ ପଡୁ ନ ଥିବା ଲକ୍ଷ୍ୟ କରାଯାଉଛି । କାରଣ ଏବେ ଅସନ୍ତୁଷ୍ଟ ନେତାମାନେ ବିନା ଦ୍ୱିଧାରେ ମୋଦି ସରକାରଙ୍କର ପ୍ରଶଂସା କଲେଣି ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri