Posted inଜାତୀୟ

ନିର୍ବାଚନ ପୂର୍ବରୁ ଝଟ୍‌କା: ଭାଜପାରେ ସାମିଲ ହେଲେ କଂଗ୍ରେସର ବରିଷ୍ଠ ନେତା

ଭୋପାଳ,୯।୩: ଲୋକ ସଭା ନିର୍ବାଚନ ପୂର୍ବରୁ ମଧ୍ୟପ୍ରଦେଶରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ସୁରେଶ ପଚୌରୀ ଶନିବାର ଭାଜପାରେ ସାମିଲ ହୋଇଛନ୍ତି। ସକାଳ ୯ଟାରେ ସେ ଅନ୍ୟ କଂଗ୍ରେସ ନେତାଙ୍କ ସହ ଭାଜପା ଅଫିସରେ ପହଞ୍ଚିଥିଲେ। ସେଠାରେ ସେ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଏବଂ ପୂର୍ବ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ବନଙ୍କ ଉପସ୍ଥିତିରେ ଭାଜପାର ସଦସ୍ୟତା ଗ୍ରହଣ କରିଛନ୍ତି। ଦୀର୍ଘଦିନ ଧରି ସେ କଂଗ୍ରେସ ଉପରେ ଖପ୍ପା ଥିବା କୁହାଯାଉଥିଲା।

କହିରଖୁଛୁ, ସୁରେଶ ୧୯୭୨ରେ ଜଣେ ଯୁବ କଂଗ୍ରେସ କର୍ମୀ ଭାବେ ନିଜର ରାଜନୈତିକ କ୍ୟାରିୟର ଆରମ୍ଭ କରିଥିଲେ। ୧୯୮୪ରେ ସେ ରାଜ୍ୟର ଯୁବ କଂଗ୍ରେସ ଅଧ୍ୟକ୍ଷ ହୋଇଥିଲେ। ଏହାପରେ ସେ ୧୯୮୪,୧୯୯୦,୧୯୯୬,୨୦୦୨ରେ ରାଜ୍ୟ ସଭା ଏମ୍‌ପି ଭାବେ ଚୟନ ହୋଇଥିଲେ। ୧୯୯୯ରେ ସେ ଉମା ଭାରତୀଙ୍କ ବିପକ୍ଷରେ ଲୋକ ସଭା ନିର୍ବାଚନ ଲଢ଼ିଥିଲେ, ହେଲେ ପରାଜିତ ହୋଇଯାଇଥିଲେ। ଏହାପରେ ସେ ୨୦୧୩ରେ ବିଧାନସଭା ନିର୍ବାଚନରେ ସେ ଯୋଗ ଦେଇଥିଲେ, ହେଲେ ତାଙ୍କୁ ପରାଜୟର ସମ୍ମୁୁଖୀନ ହେବାକୁ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ହେବ ଆହୁରି ଭୟଙ୍କର! ଶପଥ ନେଲାଣି ଇରାନ, କହିଲା ‘ଶହୀଦଙ୍କ ରକ୍ତ ବେକାର ଯିବନି’

ତେହରାନ୍‌,୧୭।୩: ଇରାନୀ ନୌସେନା କମାଣ୍ଡର ରିଅର ଆଡମିରାଲ ଶାହରାମ ଇରାନୀ ଆମେରିକା ବିରୁଦ୍ଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରତିଜ୍ଞା କରିଛନ୍ତି। ସେ କହିଛନ୍ତି ଯେ ଇରାନୀ…

କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ: ‘ହୁଇପ୍‌’କୁ ନ ମାନି …

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ଏପ୍ରିଲରୁ ବଢ଼ିପାରେ କାର- ଟିଭି ଏବଂ ଏସିର ଦାମ୍! ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୭।୩: ଏପ୍ରିଲ୍ ମାସଠାରୁ ଅନେକ ଅତ୍ୟାବଶ୍ୟକୀୟ ଜିନିଷର ମୂଲ୍ୟ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହି ତାଲିକାରେ କାର, ଦୁଇ ଚକିଆ ଯାନ, ଟେଲିଭିଜନ, ରେଫ୍ରିଜରେଟର…

୫ ପ୍ରତିଶତ ବଢିଲା DA: ମାଲାମାଲ ସରକାରୀ କର୍ମଚାରୀ

ଅଗରତାଲା,୧୭।୩: କେନ୍ଦ୍ର ସରକାରଙ୍କ ପକ୍ଷରୁ ସାରା ଦେଶରେ ଅଷ୍ଟମ ବେତନ କମିଶନ ଲାଗୁ କରିବା ପାଇଁ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା ଏବେ ଜୋରଦାର ଚାଲିଛି। ଏହି ମଧ୍ୟରେ…

ସିରିଜ୍‌ ଦୁର୍ଘଟଣା: ୪ ଘଣ୍ଟାରୁ ଅଧିକ ସମୟ ଧରି ଭିତରେ ଚାପି ହୋଇ ରହିଲେ ଡ୍ରାଇଭର, ଘଟଣାସ୍ଥଳରେ…

ଭଦ୍ରକ, ୧୭।୩(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ୧୬ ନମ୍ବର ଜାତୀୟ ରାଜପଥ ଅସୁରା ଛକରେ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ଦୁର୍ଘଟଣା ଘଟିଛି । ଟ୍ରକ୍‌କୁ…

ମହାପ୍ରଭୁଙ୍କ ଦର୍ଶନ ପରେ ସବୁ ଖୋଲି କହିଦେଲେ ଦିଲୀପ ରାୟ: କହିଲେ, ବିଜେଡି ବିଧାୟକଙ୍କ ସହ ମୋର…

ପୁରୀ,୧୭।୩: ୧୨ ବର୍ଷ ବ୍ୟବଧାନରେ ଓଡ଼ିଶାରେ ହୋଇଛି ରାଜ୍ୟ ସଭା ନିର୍ବାଚନ । ୪ଆସନ ଲାଗି ସୋମବାର ଅନୁଷ୍ଠିତ ନିର୍ବାଚନରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ପ୍ରତିଶ୍ରୁତି ଦେଲା ଇରାନ, କହିଲା ‘ତୁମେ ଆମ ପାଇ ଗୁରୁତ୍ୱପୂର୍ଣ୍ଣ, ସେଥିପାଇଁ…’

ତେହରାନ୍‌/ନୂଆଦିଲ୍ଲୀ,୧୭।୩: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଭାରତୀୟ ଜାହାଜ ପାର ହେବା ସମ୍ପର୍କରେ ସୂଚନା ଜାରି କରିଛି। ଇରାନ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି…

ଦୁଃଖ ବଖାଣିଲେ ରଶିଦ ଖାନ: ପାକିସ୍ତାନ ଉପରେ ବର୍ଷିଲେ, ଜାଣିଶୁଣି…

କାବୁଲ,୧୭।୩: ପାକିସ୍ତାନ ପୁଣି ଥରେ ଆଫଗାନିସ୍ତାନ ଉପରେ ବିମାନ ଆକ୍ରମଣ କରିଛି। ଏହି ବିମାନ ଆକ୍ରମଣ ମାଧ୍ୟମରେ ପାକିସ୍ତାନ ଆଫଗାନିସ୍ତାନର କାବୁଲରେ ଧ୍ୱଂସଲୀଳା ସୃଷ୍ଟି କରିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri