Posted inଜାତୀୟ

କୋଲକାତା ମାମଲାରେ ଚନ୍ଦ୍ରଚୂଡଙ୍କୁ ଟାର୍ଗେଟ କଲେ କଂଗ୍ରେସ ନେତା, କହିଲେ…

ନୂଆଦିଲ୍ଲୀ,୨୦।୮: କୋଲକାତା ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର ଜଣେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ସୁପ୍ରିମକୋର୍ଟରେ ଶୁଣାଣି ଚାଲିଛି। କୋର୍ଟ ଏନେଇ ନିଜ ଆଡୁ ହସ୍ତକ୍ଷେପ କରିଛନ୍ତି। ଶୁଣାଣି ସମୟରେ ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡ ସାରା ଦେଶରେ ଡାକ୍ତରଙ୍କ ସୁରକ୍ଷାକୁ ନେଇ ଉଦବେଗ ପ୍ରକାଶ କରିଥିଲେ। ସେ କହିଛନ୍ତି, କୋଲକାତାରେ ଘଟିଥିବା ଏହି ଘଟଣା ସାରା ଦେଶରେ ଡାକ୍ତରଙ୍କ ପାଇଁ ସୁରକ୍ଷା ସମସ୍ୟା ସୃଷ୍ଟି କରିଛି। ଆମେ ଡାକ୍ତରଙ୍କ ସୁରକ୍ଷାକୁ ନେଇ ଚିନ୍ତିତ। ପୀଡିତାଙ୍କ ପରିଚୟ ପ୍ରକାଶ କରାଯାଇଥିବାରୁ ସିଜେଆଇ ମଧ୍ୟ ଉଦବେଗ ପ୍ରକାଶ କରିଛନ୍ତି। ତେବେ ଘଟଣାକୁ ନେଇ କୋର୍ଟ ସିବିଆଇକୁ ଷ୍ଟାଟସ ରିପୋର୍ଟ ମାଗିବା ସହ ଏକ ଟାସ୍କ ଫୋର୍ସ ଗଠନ କରିବାକୁ କହିଛନ୍ତି। ଏହାକୁ ନେଇ କଂଗ୍ରେସ ଭାରତର ପ୍ରଧାନ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୂଡଙ୍କୁ ଟାର୍ଗେଟ କରିଛନ୍ତି।

କଂଗ୍ରେସ ନେତା ଉଦିତ ରାଜ, ଚନ୍ଦ୍ରଚୂଡଙ୍କୁ ଟାର୍ଗେଟ କରି କହିଛନ୍ତି, ଆପଣ ରାଜନୀତିରେ ରହିବା ଉଚିତ। କଂଗ୍ରେସ ନେତା ଏକ ଟ୍ବିଟ୍‌କୁ ରିଟ୍ବିଟ୍‌ କରି କହିଛନ୍ତି, ସିଜେଆଇ ନ୍ୟାଶନାଲ ଟାସ୍କ ଫୋର୍ସ ଗଠନ କରିବାକୁ କହିଛନ୍ତି। ଏଥିସହ ଏହି ମାମଲାରେ ପୋଲିସ ଓ ହସ୍ପିଟାଲ ଉପରେ ବର୍ଷିଛନ୍ତି।

ସିଜେଆଇ ବିରୋଧୀଙ୍କ ଉପରେ ହୋଇଥିବା ବଡ଼ ବଡ଼ ମାମଲାକୁ ଅନ୍ୟ ବିଚାରପତିଙ୍କ ପାଖକୁ ପଠାଇ ଦେଉଛନ୍ତି। ଆଉ ଛୋଟ ଛୋଟ ମକଦ୍ଦମାକୁ ଶେଷ ମୂହୁର୍ତ୍ତରେ କେମିତି ଗୋଟିଏ ରଫାଦଫା କରି ଦିଅନ୍ତି। କୋଲକାତା ଡାକ୍ତର ମାମଲାରେ ଭାରତର ପ୍ରଧାନ ବିଚାରପତି ନିଜେ ଏହି ମାମଲାରେ ହସ୍ତକ୍ଷେପ କଲେ ଆଉ ଟାସ୍କ ଫୋର୍ସ ଗଠନ କରିବାକୁ ନିର୍ଦ୍ଦେଶ ଦେଲେ। କିନ୍ତୁ ଏସବୁ ପରିବର୍ତ୍ତେ ସେ କାହିଁକି ଫାଷ୍ଟ ଟ୍ରାକ କୋର୍ଟ ନିର୍ଦ୍ଦେଶ ଦେଲେନାହିଁ। ଯାହାଦ୍ୱାରା ଅଭିଯୁକ୍ତଙ୍କୁ କିଛି ଦିନ ମଧ୍ୟରେ ଦଣ୍ଡ ଦିଆଯାଇଥା’ନ୍ତା ବୋଲି କଂଗ୍ରେସ ନେତା କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri