କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲେ କଂଗ୍ରେସ ନେତା

ଯାଜପୁର ସଦର,୪।୪(ଡି.ଏନ.ଏ.): କେନ୍ଦ୍ର ସରକାରଙ୍କ ପକ୍ଷରୁ ରାହୁଲ ଗାନ୍ଧୀଙ୍କ ଲୋକସଭା ସଭ୍ୟପଦ ରଦ୍ଦ ଏକ ଅଗଣତାନ୍ତ୍ରିକ ବ୍ୟବସ୍ଥା। ଏହାକୁ କଂଗ୍ରେସ ପକ୍ଷରୁ ନିନ୍ଦା କରାଯାଇଛି। ଯାଜପୁର ବ୍ଲକ କଂଗ୍ରେସର ସଭାପତି ଗଦାଧର ଦାସଙ୍କ ନେତୃତ୍ୱରେ ବରୁଆଁଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ପ୍ରଦେଶ କଂଗ୍ରେସ କମିଟି ସଭ୍ୟ ସନ୍ତୋଷ ନନ୍ଦ ଓ ଜିଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ସଂଗ୍ରାମ ସାହାଣୀ, ଜିଲା ଦଳିତ ସେଲ ସଭାପତି ଦୁର୍ଯ୍ୟୋଧନ ବେହେରା ପ୍ରମୁଖ କେନ୍ଦ୍ର ସରକାରଙ୍କ ଅଗଣତାନ୍ତ୍ରିକ ବ୍ୟବସ୍ଥାକୁ ବିରୋଧ କରିଛନ୍ତି ।
ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଦାନୀ କମ୍ପାନୀର ସମ୍ପର୍କକୁ ନେଇ ସେମାନେ ବିଭିନ୍ନ ପ୍ରଶ୍ନ ଉଠାଇଥିଲେ । ନରେନ୍ଦ୍ର ମୋଦି ଦେଶରେ ବସବାସ କରୁଥିବା ୧୪୦ କୋଟି ଲୋକଙ୍କ ମୌଳିକ ଅଧିକାରକୁ କ୍ଷୂର୍ଣ୍ଣ କରି ମାତ୍ର ୪୦ ଜଣ ଧନୀବ୍ୟକ୍ତି ବା କମ୍ପାନୀ ଅହେତୁକ ଅନୁକମ୍ପା ପ୍ରଦର୍ଶନ ନିଷ୍ପତିକୁ ଘୋର ବିରୋଧ କରିଥିଲେ । ଏଥିପାଇଁ ସାଧାରଣ ଲୋକଙ୍କ ନିତ୍ୟବ୍ୟବହାର୍ଯ୍ୟ ଜିନିଷର ଦରଦାମ ବୃଦ୍ଧି ଯଥା ପେଟ୍ରୋଲ, ଡିଜେଲ ର ଦର ଗତ ୭ ବର୍ଷ ମଧ୍ୟରେ ଦୁଇ ଗୁଣା ବଢ଼ିଛି। ଜାଳେଣି ଗ୍ୟାସ ସିଲିଣ୍ଡର୍‌ ୩୫୦ ଟଙ୍କାରୁ ବୃଦ୍ଧି ପାଇ ୧୨୦୦ ଟଙ୍କାକୁ ଛୁଇଁବାକ ବସିଛି। ଖାଇବା ତେଲ, ମସଲା ଚାରି ଗୁଣା ବୃଦ୍ଧି ପାଇଛି। ବିଦେଶରେ ଥିବା କଳାଟଙ୍କାକୁ ଫେରାଇ ଆଣି ପ୍ରତ୍ୟେକ ବ୍ୟକ୍ତିର ଆକାଉଣ୍ଟ ରେ ୧୫ ଲ ଟଙ୍କା ଜମା କରିବା ପରିବର୍ତ୍ତେ ବଡ ବଡ ବ୍ୟବସାୟୀଙ୍କୁ ସୁରକ୍ଷା ଯୋଗାଇ ଦେବା।ଦେଶ ସ୍ବାଧୀନ ହେବା ଠାରୁ କୌଣସି ର୍ନିବାଚିତ ପ୍ରତିନିଧିଙ୍କୁ ମାନହାନି ମୋକଦ୍ଦମା ରେ ସର୍ବାଧିକ ଦୁଇ ବର୍ଷ କାରାଦଣ୍ଡାଦେଶ ନଥିବସ୍ତଳେ ରାହୁଲ ଗାନ୍ଧୀଙ୍କ ଉପରେ ଆକ୍ରୋଶମୂଳକ ପଦକ୍ଷେପ ଅତ୍ୟନ୍ତ ନିନ୍ଦନୀୟ ବୋଲି ପ୍ରକାଶ କରିଥିଲେ। ଭାରତର ପ୍ରଧାନମନ୍ତ୍ରୀ ଗଣତନ୍ତ୍ରକୁ ହତ୍ୟା କରିଛନ୍ତି। ଏହାର ପ୍ରତିବାଦରେ ଆସନ୍ତା ୧୫ ରେ କଂଗ୍ରେସ ଦଳ ପକ୍ଷରୁ ବଡ ଧରଣର ଆନ୍ଦୋଳନ ସହ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦିଆଯିବ ବୋଲି ବ୍ଲକ କଂଗ୍ରେସର ସଭାପତି ଦାସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକ ହେବା ପରେ ପ୍ରତି ମାସରେ କେତେ ଦରମା ପାଇବେ ପ୍ରଶାନ୍ତ କିଶୋର, ଜାଣନ୍ତୁ କେଉଁ ସବୁ ସରକାରୀ ସୁବିଧା ମିଳିବ…

ପାଟନା,୪।୮: ବଡ଼ ବଡ଼ ରାଜନୈତିକ ଦଳକୁ ନିର୍ବାଚନ ଜିତିବାର ରଣନୀତି ଦେଉଥିବା ରାଜନୈତିକ ବିଶ୍ଳେଷକରୁ ସିଧାସଳଖ ରାଜନୀତିକୁ ପ୍ରବେଶ କରିଥିବା ଜନ ସୁରାଜ ପାର୍ଟିର ମୁଖ୍ୟ ପ୍ରଶାନ୍ତ…

ସ୍ବାମୀ ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ଯୁକ୍ତିତର୍କ କଲେ ସ୍ତ୍ରୀ, କହିଲେ- ସେ ବାଥରୁମ୍‌ରେ…

ନୂଆଦିଲ୍ଲୀ,୪।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ପୋଲିସ ତାଙ୍କୁ ତାଙ୍କ ବାସଭବନରୁ ନେଇଥିଲା। ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ତାଙ୍କ…

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…

RJD, BJP ନା କଂଗ୍ରେସ; କାହା ସହ ମେଣ୍ଟ କରିବେ ପ୍ରଶାନ୍ତ କିଶୋର? ନିଜେ କଲେ ବଡ଼ ଖୁଲାସା

ପାଟନା,୪।୮: ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର କୌଣସି ରାଜନୈତିକ ଦଳ ସହ ମେଣ୍ଟ କରିବାର ସମ୍ଭାବନାକୁ ଖଣ୍ଡନ କରି କହିଛନ୍ତି ଯେ, ବାଙ୍କିପୁର ବିଧାନସଭା…

CMOରୁ ଫାଇଲ ଗାୟବ ଘଟଣା: ବଡ଼ ବୟାନ ଦେଲେ କ୍ରାଇମବ୍ରାଞ୍ଚ ଡିଜି, ହାଜର ହେବେ…

ଭୁବନେଶ୍ୱର,୪।୮: CMOରୁ ନାଇଡୁ କମିଶନ ଫାଇଲ ଗାୟବ ମାମଲାରେ କ୍ରାଇମବ୍ରାଞ୍ଚ ଡିଜି ମଙ୍ଗଳବାର ଗଣମାଧ୍ୟମକୁ ଏକ ବଡ଼ ବୟାନ ଦେଇଛନ୍ତି। ମାମଲାର ତଦନ୍ତ ଟେକ୍ନିକାଲ ଉପାୟରେ କରାଯାଉଛି।…

ଶ୍ରୀଲଙ୍କା ଟେଷ୍ଟ ପୂର୍ବରୁ BCCIର ବଡ଼ ଘୋଷଣା, ଟିମ ଇଣ୍ଡିଆକୁ ଆସିଲେ ଆଉ ୨ ଖେଳାଳି

ନୂଆଦିଲ୍ଲୀ,୪।୮: ଭାରତୀୟ କ୍ରିକେଟ ଦଳର ଶ୍ରୀଲଙ୍କା ଗସ୍ତ ୧୫ ଅଗଷ୍ଟରୁ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଟିମ ଇଣ୍ଡିଆରେ ଲଗାତାର ପରିବର୍ତ୍ତନ ହେଉଛି। ଜସପ୍ରୀତ ବୁମ୍‌ରାଙ୍କ…

‘ବନ୍ଦ କରିଦେବି ଜନସୁରାଜ ପାର୍ଟି…,’ କାହିଁକି ଏମିତି କହିଲେ ପ୍ରଶାନ୍ତ କିଶୋର? ଜାଣନ୍ତୁ ଏହା ପଛର କାରଣ

ପାଟନା,୪।୮: ବାଙ୍କିପୁର ଉପନିର୍ବାଚନରେ ଏକ ବଡ଼ ବିଜୟ ପରେ, ଜନ ସୁରାଜ ପ୍ରତିଷ୍ଠାତା ଏବଂ ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଏକ ସ୍ବତନ୍ତ୍ର ଆଲୋଚନାରେ ଅନେକ ଗୁରୁତ୍ୱପୂର୍ଣ୍ଣ…

E20 ପେଟ୍ରୋଲକୁ ନେଇ ଦିଲ୍ଲୀରେ ତେଜିଲା ରାଜନୀତି! ପିଏମ ଆବାସ ଅଭିମୁଖେ ଯାଉଥିବାବେଳେ କେଜ୍‌ରିୱାଲଙ୍କୁ…

ନୂଆଦିଲ୍ଲୀ,୪।୮: ଆମ ଆଦମୀ ପାର୍ଟି (AAP)ର ସଂଯୋଜକ ଅରବିନ୍ଦ କେଜ୍‌ରିୱାଲ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଅଭିମୁଖେ ମାର୍ଚ୍ଚ ପାଇଁ ବାହାରିଛନ୍ତି। ତାଙ୍କ ସହ ଏଏପିର ନେତା ଓ କର୍ମୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri