Posted inଜାତୀୟ

ତୈଳ ଦର କମିବାର କାରଣ

ନୂଆଦିଲ୍ଲୀ,୪।୧୧: ଏକ ସପ୍ତାହ ଧରି କ୍ରମାଗତ ବୃଦ୍ଧି ପରେ ପେଟ୍ରୋଲ ଓ ଡିଜେଲ ଦର ହ୍ରାସ କରିବାକୁ ଘୋଷଣା କରିଥିଲେ କେନ୍ଦ୍ର ସରକାର। ଏହାପରେ ୧୦ ଭାଜପା ଶାସିତ ରାଜ୍ୟରେ ମଧ୍ୟ ଭ୍ୟାଟରେ ହ୍ରାସ କରାଯାଇଛି। ତେବେ କେନ୍ଦ୍ର ସରକାରଙ୍କ ଏଭଳି ନିଷ୍ପତ୍ତିକୁ ନିକଟରେ ଶେଷ ହୋଇଥିବା ଉପ ନିର୍ବାଚନରେ ଭାଜପାର ପରାଜୟ ସହ ଯୋଡ଼ି ସମାଲୋଚନା କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ଅର୍ଥ ମନ୍ତ୍ରୀ ପି ଚିଦାମ୍ବରମ।

”୩୦ ବିଧାନସଭା ଓ ୩ ଲୋକସଭା ଉପ ନିର୍ବାଚନରେ ଭାଜପାକୁ ପରାଜୟ ମିଳିଛି। ଏହାର ଫଳ ସ୍ବରୂପ କେନ୍ଦ୍ର ସରକାର ପେଟ୍ରୋଲ ଓ ଡିଜେଲ୍‌ ଉପରେ ଏକ୍ସସାଇଜ ଡ୍ୟୁଟି ହ୍ରାସ କରିଛନ୍ତି। ଏହା ଦର୍ଶାଉଛି ଯେ, ଅତ୍ୟଧିକ ଟ୍ୟାକ୍ସ କାରଣରୁ ହିଁ ତୈଳ ଦର ଆକାଶ ଛୁଆଁ ହୋଇଛି। ଆଉ ଲୋଭି କେନ୍ଦ୍ର ସରକାର ତୈଳ ଉପରେ ଏତେ ଅଧିକ ଟ୍ୟାକ୍ସ ଲଗାଉଥିଲେ। ଏବେ କେନ୍ଦ୍ର ସରକାର ଏକ୍ସସାଇଜ ଡ୍ୟୁଟିରେ ହ୍ରାସ କରି ଆମ ଅଭିଯୋଗକୁ ସତ ପ୍ରମାଣିତ କରି ଦେଇଛନ୍ତି“ ବୋଲି ଟୁଇଟ୍‌ କରି ଲେଖିଛନ୍ତି ଚିଦାମ୍ବରମ।

ମଙ୍ଗଳବାର ଘୋଷିତ ହୋଇଥିବା ଉପ ନିର୍ବାଚନର ଫଳାଫଳରେ ହିମାଚଳ ପ୍ରଦେଶରେ କଂଗ୍ରେସ ଠାରୁ ୧ ଲୋକସଭା ଓ ୩ ବିଧାନସଭା ଆସନରେ ଭାଜପା ପରାସ୍ତ ହୋଇଥିଲା। ପଶ୍ଚିମବଙ୍ଗର ବିଧାନସଭା ନିର୍ବାଚନରେ ଶାସକ ତୃଣମୂଳକ କଂଗ୍ରେସ (ଟିଏମ୍‌ସି) ୪ ବିଧାନସଭା ଆସନରେ ବିଜୟ ହୋଇଛି। ଏହାବାଦ୍‌ କର୍ନାଟକ ଓ ହରିୟାଣାରେ ମଧ୍ୟ ଭାଜପାକୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri