Posted inଜାତୀୟ

କଂଗ୍ରେସ-ବାମପନ୍ଥୀ ଜାଣିଶୁଣି କରାଉଥିଲେ ଅନୁପ୍ରବେଶ: ଯୋଗୀ…

ଅଗରତାଲା,୭।୨ : ତ୍ରିପୁରା ବିଧାନସଭା ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରଚାର ଚାଲିଛି। ନିର୍ବାଚନ ପ୍ରଚାର ପାଇଁ ବଡ ନେତାମାନେ ରାଜ୍ୟ ଗସ୍ତ କରୁଛନ୍ତି। ମଙ୍ଗଳବାର ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ଏକ ସମାବେଶକୁ ସମ୍ବୋଧିତ କରିବା ପାଇଁ ଖୋୱାଇରେ ପହଞ୍ଚିଥିଲେ। ଏହି ସମୟରେ ସେ କଂଗ୍ରେସ ଏବଂ ବାମପନ୍ଥୀ କମ୍ୟୁନିଷ୍ଟ ପାର୍ଟିକୁ ଟାର୍ଗେଟ କରିଥିଲେ।

ସେ କହିଥିଲେ ଯେ ରାଜ୍ୟରେ ବିକାଶ କାର୍ଯ୍ୟ ପୂର୍ବରୁ ମଧ୍ୟ ହୋଇ ପାରିଥାନ୍ତା। କିନ୍ତୁ କମ୍ୟୁନିଷ୍ଟ ପାର୍ଟି ତାହା କରି ନ ଥିଲା॥ କଂଗ୍ରେସ ମଧ୍ୟ କରି ନ ଥିଲା। କାରଣ ରାଜ୍ୟର ବିକାଶ ସେମାନଙ୍କ ଏଜେଣ୍ଡାରେ ନଥିଲା। ସେମାନେ ଜାଣିଶୁଣି ରାଜ୍ୟରେ ଅନୁପ୍ରବେଶ କରାଉଥିଲେ। ରାଜ୍ୟର ସୁରକ୍ଷା ବ୍ୟବସ୍ଥାକୁ ବିପର୍ଯ୍ୟସ୍ତ କରିଥିଲେ। ଗରିବଙ୍କ ପାଇଁ ଥିବା ଯୋଜନାଗୁଡ଼ିକର ବାଟମାରଣା ହେଉଥିଲା।

ରାଜ୍ୟର ବିଧାନସଭା ନିର୍ବାଚନରେ ମିଳିତ ଭାବେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ସିପିଆଇ (ଏମ) ଏବଂ କଂଗ୍ରେସ ପ୍ରଭୁ ରାମ କିମ୍ବା କୃଷ୍ଣଙ୍କ ଅସ୍ତିତ୍ୱରେ ବିଶ୍ୱାସ କରନ୍ତି ନାହିଁ। ଉଭୟ ଦଳ ମଧ୍ୟ ଉତ୍ତରପ୍ରଦେଶର କାଶୀ ବିଶ୍ୱନାଥ ମନ୍ଦିର କରିଡୋର ଏବଂ ରାମ ମନ୍ଦିର ନିର୍ମାଣକୁ ବନ୍ଦ କରିବାକୁ ଚେଷ୍ଟା କରିଛନ୍ତି।

ତ୍ରିପୁରାର ଲୋକମାନେ ବହୁ ବର୍ଷ ଧରି ଉଭୟ କମ୍ୟୁନିଷ୍ଟ ଏବଂ କଂଗ୍ରେସ ଶାସନର ଦୁର୍ନୀତି ଦେଖିଛନ୍ତି, କିନ୍ତୁ ଏହି ଛୋଟ ଉତ୍ତର-ପୂର୍ବ ରାଜ୍ୟ ପ୍ରଥମ ଥର ପାଇଁ ଭାଜପା ଶାସନରେ ବିକାଶ ଦେଖିଛି। କଂଗ୍ରେସ ଏବଂ ସିପିଆଇ (ଏମ) ତ୍ରିପୁରାରେ ଅଧିକାଂଶ ସମୟ ଶାସନ କରିଥିଲେ ଏବଂ ବାମପନ୍ଥୀ ଶାସନର ୨୫ ବର୍ଷ ପରେ ଭାଜପା ୨୦୧୮ ରେ କ୍ଷମତାକୁ ଆସିଥିଲା। ଏହା ପରେ ରାଜ୍ୟରେ ବିକାଶ ଧାରା ଜାରି ରହିଥିବା ଯୋଗୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri