କଂଗ୍ରେସ, ବାମଦଦଳର ବନ୍ଦ ଡାକରାରେ ପଟ୍ଟାମୁଣ୍ଡାଇ ଠପ

ପଟ୍ଟାମୁଣ୍ଡାଇ,୧୭।୭,(କଳ୍ପତରୁ ନାୟକ): ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣାରେ ସରକାରୀ ଉଦାସୀନତାର ପ୍ରତିବାଦରେ କଂଗ୍ରେସ ଏବଂ ବାମଦଦଳ ଗୁଡିକ ପକ୍ଷରୁ ଗୁରୁବାର ‘ବନ୍ଦ’ ପାଳନ କରାଯାଉଛି। ଏହାର ପ୍ରଭାବ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ଦେଖିବାକୁ ମିକିଛି। ବନ୍ଦ ଡାକରା ଯୋଗୁ ଚକ ଅଖ ସବୁ ବନ୍ଦ ରହିଛି।ଏହି ଆନ୍ଦୋଳନ ସକାଳ ୬ଟାରୁ ଆରମ୍ଭ ହୋଇଯାଇଛି। ଏହା ସା ୬ଟା ପର୍ଯ୍ୟନ୍ତ ଜାରି ରହିବ। ଏହି ଆନ୍ଦୋଳନ ସମୟରେ ଯାନବାହନ ଚଳାଚଳ ସଂପୂର୍ଣ୍ଣ ଭାବେ ବନ୍ଦ କରିବାକୁ କଂଗ୍ରେସ ନିଷ୍ପତ୍ତି ନେଇଛି ବୋଲି ପୂର୍ବତନ ଜିଲା ଯୁବ କଂଗ୍ରେସ ସଭାପତି ସତ୍ୟପ୍ରୀୟ ସାମଲ, ଦଳିତ ସେଲ ସଭାପତି ସର୍ବଶ୍ୱେର ସେଠୀ ପ୍ରକାଶ କରିଛନ୍ତି । ଗୁରୁବାର ପଟ୍ଟାମୁଣ୍ଡାଇରେ ସରକାରୀ ଓ ବେସରକାରୀ ଅନୁଷ୍ଠାନ ବନ୍ଦ ରହିବା ସହ ବସ ଓ ଅନ୍ୟ ଯାନ ଚଳାଚଳ ସମ୍ପୂର୍ଣ୍ଣ ଠପ ହୋଇଯାଇଛି । ପଟ୍ଟାମୁଣ୍ଡାଇ ବ୍ଲକ, ନଗର କଂଗ୍ରେସ କମିଟି ସମେତ ସମସ୍ତ ବାମଦଳ ନେତା ବାଇପାସଠାରେ ରାସ୍ତା ବନ୍ଦ କରିବା ସହିତ ବଜାରରେ ବୁଲି ଦୋକାନବାଜାର ବନ୍ଦ କରିବାକୁ ପିକେଟିଂ କରୁଥିବା ଦେଖିବାକୁ ମିଳିଛି । ପଟ୍ଟାମୁଣ୍ଡାଇଠାରୁ କଟକ, ଭୂବନେଶ୍ୱର, ଭଦ୍ରକ, ରାଜନଗର ଆଦି ଅଂଚଳକୁ ଗାଡ଼ି ଚଳାଚଳ ବନ୍ଦ ରହିବାରୁ ବହୁ ଯାତ୍ରୀ ହନ୍ତସନ୍ତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri