କରୋନାରେ କଂଗ୍ରେସ ବିଧାୟକଙ୍କ ପରଲୋକ

ମୁମ୍ବାଇ,୧୦।୪: ମହାରାଷ୍ଟ୍ରରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। କରୋନାରେ ଆକ୍ରାନ୍ତ ହୋଇ ରାଜ୍ୟର ନାନ୍ଦେଦ୍‌ ଜିଲାର ଡେଗଲୋରର ବିଧାୟକ ରାଓସାହେବ ଅଣ୍ଟାପୁରକାରଙ୍କ ପରଲୋକ ଘଟିଛି। ଶୁକ୍ରବାର ବିଳମ୍ବିତ ରାତ୍ରରେ ମୁମ୍ବାଇର ଏକ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୫୫ ବର୍ଷ ହୋଇଥିଲା। ତାଙ୍କଠାରେ କରୋନା ଲକ୍ଷଣ ପ୍ରକାଶ ପାଇବା ପରେ ନମୁନା ପରୀକ୍ଷା କରାଯାଇଥିଲା। ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିବାରୁ ତାଙ୍କୁ ତାଙ୍କ ବିଧାନସଭା କ୍ଷେତ୍ରର ଏ ହସ୍ପିଟାଳରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ସ୍ବାସ୍ଥ୍ୟାବସ୍ଥା ଅଧିକ ଖରାପ ହେବାରୁ ମୁମ୍ବାଇ ସ୍ଥାନାନ୍ତର କରାଯାଇଥିଲା।

Share