Posted inଜାତୀୟ

୧୩୮ ଦିନ ପରେ ଲୋକ ସଭା ସଦସ୍ୟତା ଫେରିପାଇଲେ ରାହୁଲ

ନୂଆଦିଲ୍ଲୀ,୭।୮: ମୋଦି ସରନେମ ମାମଲାରେ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଆଶ୍ୱସ୍ତି ମିଳିବାର ୩ଦିନ ପରେ ରାହୁଲ ଗାନ୍ଧୀଙ୍କ ଲୋକ ସଭା ସଦସ୍ୟତା ପୁନଃସ୍ଥାପିତ ହୋଇଛି। ବର୍ତ୍ତମାନ କଂଗ୍ରେସ ନେତାମାନେ ସଂସଦର ପ୍ରକ୍ରିୟାରେ ଭାଗ ନେଇପାରିବେ। ସୁପ୍ରିମକୋର୍ଟ ଏହି ନିଷ୍ପତ୍ତି ଶୁଣାଇବା ପରେ ଲୋକ ସଭା ସଚିବାଳୟ ଏ ବାବଦରେ ନିଷ୍ପତ୍ତି ନେଇଛନ୍ତି। ରାହୁଲ ଗାନ୍ଧୀଙ୍କ ସଦସ୍ୟତା ଫେରାଇ ଆଣିବା ପାଇଁ କଂଗ୍ରେସ ସୁପ୍ରିମକୋର୍ଟ ଯିବାକୁ ପ୍ରସ୍ତୁତ ହେଉଥିଲା।

ନ୍ୟୁଜ ଏଜେନ୍ସି ଏଏନଆଇ ସୂତ୍ରରୁ ପ୍ରକାଶ ଯେ ଯଦି ରାହୁଲ ଗାନ୍ଧୀଙ୍କ ସଦସ୍ୟତା ସୋମବାର ସା ସୁଦ୍ଧା ପୁନଃସ୍ଥାପିତ ନ ହୁଏ ତେବେ ମଙ୍ଗଳବାର କଂଗ୍ରେସ ସୁପ୍ରିମକୋର୍ଟରେ ଆବେଦନ କରିପାରିବ। ତେବେ ଏହାପୂର୍ବରୁ ରାହୁଲ ଗାନ୍ଧୀଙ୍କ ସଦସ୍ୟତା ପୁନଃସ୍ଥାପିତ ହୋଇଛି। ଏବେ ସେ ପୁଣି ଏମପି ହୋଇଯାଇଛନ୍ତି।

ଲୋକ ସଭା ସଚିବାଳୟ ତରଫରୁ ଜାରି ବିଜ୍ଞପ୍ତିରେ ଦର୍ଶାଯାଇଛି ଯେ ମାର୍ଚ୍ଚ ୨୪, ୨୦୨୩ରେ ଜାରି ବିଜ୍ଞପ୍ତି ଜାରି କରି ସୁପ୍ରିମକୋର୍ଟ ଅଗଷ୍ଟ ୪, ୨୦୨୩ରେ ଏକ ସ୍ବତନ୍ତ୍ର ଆବେଦନ ଉପରେ ୱାୟାନାଡର ପ୍ରତିନିଧିତ୍ୱ କରୁଥିବା ଲୋକ ସଭା ସଦସ୍ୟ ରାହୁଲ ଗାନ୍ଧୀଙ୍କ ଦୋଷ ଉପରେ ରୋକ ଲଗାଇଦେଇଥିଲେ। ଯାହା ବିଷୟରେ ସୁରଟର ମୁଖ୍ୟ ଜୁଡିସିଆଲ ମାଜିଷ୍ଟ୍ରେଟଙ୍କ କୋର୍ଟ ୨୩ ମାର୍ଚ୍ଚ ୨୦୨୩ରେ ନିର୍ଦ୍ଦେଶ ଦେଇଥିଲେ।
ଏହା ମଧ୍ୟ କୁହାଯାଇଛି ଯେ ସୁପ୍ରିମକୋର୍ଟଙ୍କ ୪ଅଗଷ୍ଟ ୨୦୨୩ର ଆଦେଶକୁ ଦୃଷ୍ଟିରେ ରଖି ରାହୁଲ ଗାନ୍ଧୀଙ୍କ ସଂସଦର ସଦସ୍ୟତା ବାତିଲ ହେବା ବିଷୟରେ ୨୪ମାର୍ଚ୍ଚ ୨୦୨୩ରେ ଲୋକ ପ୍ରତିନିଧୀ ଅଧିନିୟମ ୧୯୫୧ଅନୁଯାୟୀ ଧାରା ୧୦୨ର ଧାରା ୮ରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri