ଭଞ୍ଜନଗର ଥାନାରେ ଏତଲା ଦେଲା କଂଗ୍ରେସ, ଶ୍ରୀମନ୍ଦିର ରତ୍ନଭଣ୍ଡାରରୁ ୩ ଦୁର୍ମୂଲ୍ୟ ରତ୍ନ ଚୋରି ଅଭିଯୋଗ

ଭଞ୍ଜନଗର,୨୫।୪(ବାବୁଲା ପ୍ରଧାନ)- ପୁରୀ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ମନ୍ଦିରର ରତ୍ନଭଣ୍ଡାର ରୁ ତିନୋଟି ରତ୍ନ ଅଳଙ୍କାର ନିଖୋଜ ବା ଚୋରି ହୋଇଥିବା ନେଇ କଂଗ୍ରେସ ପକ୍ଷରୁ ଅଭିଯୋଗ ହୋଇଛି। ଏନେଇ ଗଞ୍ଜାମ ଜିଲା କଂଗ୍ରେସ ପଶ୍ଚିମ ସାଙ୍ଗଠନିକ ଜିଲା ପକ୍ଷରୁ ଶନିବାର ଭଞ୍ଜନଗର ଥାନାରେ ଏତଲା ଦିଆଯାଇଛି। ଜିଲା କଂଗ୍ରେସ ସଭାପତି ବି ଦଣ୍ଡପାଣି ପାତ୍ରଙ୍କ ନେତୃତ୍ୱରେ ଏହି ଏତଲା ଦିଆଯାଇଥିଲା। ଏତଲାରେ ଦର୍ଶାଯାଇଛି ଯେ ଶ୍ରୀମନ୍ଦିର ଆମ ଓଡ଼ିଆଙ୍କର ପରିଚୟ ଓ ପ୍ରାଣକେନ୍ଦ୍ର ତଥା ମହାପ୍ରଭୁ ଶ୍ରୀଜଗନ୍ନାଥ ଆମର ଆରାଧ୍ୟ ଦେବତା ହୋଇଥିବାରୁ ଏଇ ଚୋରି କଥା ଶୁଣି କୋଟିକୋଟି ଓଡ଼ିଆ ତଥା ଜଗନ୍ନାଥ ପ୍ରେମୀଙ୍କର ଧାର୍ମିକ ଭାବନାକୁ ଗଭୀର ଆଘାତ ଲାଗିଛି ।

ଅନ୍ୟ ପକ୍ଷରେ ବହୁ-ପ୍ରତୀକ୍ଷିତ ଗଣତିମଣତିରୁ ଉପରୋକ୍ତ ଜାତୀୟ ଅପରାଧ ଧରାପଡ଼ିଥିବା ବେଳେ ଏହାର ତଦନ୍ତ ନ କରି ଏହାକୁ ଘଣ୍ଟ ଘୋଡ଼ାଇବାକୁ ଯାଇ ଶ୍ରୀମନ୍ଦିର କର୍ତ୍ତୃପକ୍ଷ ମିଛର ଆଶ୍ରୟ ନେଇଥିବା ସ୍ପଷ୍ଟ ହୋଇଛି। ଜଣେ ନ୍ୟାୟମୂର୍ତିଙ୍କ ତତ୍ତ୍ୱାବଧାନରେ ଗଣତିମଣଡି ହେଉଥିବା ବେଳେ ଓ ସେ ନିଜେ ତିନୋଟି ବହୁମୂଲ୍ୟ ରତ୍ନ ଅଳଙ୍କାର ହଜିଛି ବୋଲି କହିଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଉଭୟ ହାଇକୋର୍ଟ ଓ ସୁପ୍ରିମକୋର୍ଟରେ ସତ୍ୟପାଠ ଦାଖଲ କରି ରତ୍ନଭଣ୍ଡାର ସୁରକ୍ଷିତ ଅଛି ବୋଲି କହିବା କେତେ ଦୂର ଯୁକ୍ତିଯୁକ୍ତ ? ଏହି ଚୋରୀ ପାଇଁ ମନ୍ଦିର ପ୍ରଶାସନ ଦାୟୀ ନ ହେବ କାହିଁକି ବୋଲି ପ୍ରଶ୍ନ କରାଯାଇଛି । ତେଣୁ ଜିଲା କଂଗ୍ରେସ କମିଟି ପକ୍ଷରୁ ବିନୀତ ପ୍ରାର୍ଥନା କରୁଅଛି ଏହି ଚୋରି ଓ ଧାର୍ମିକ ଭାବନା ଆଘାତର ବିଧିବଦ୍ଧ ତଦନ୍ତ କରାଯାଇ ଦୋଷୀଙ୍କ ବିରୁଦ୍ଧରେ ଭାରତୀୟ ନ୍ୟାୟ ସଂହିତାର ଦଫା ୨୯୯, ୩୦୩, ୩୫୧ ଓ ୩ (୫) ଧାରା ମତେ ମାମଲା କରି ଅଭିଯୁକ୍ତ ମାନଙ୍କୁ ଗିରଫ କରିବା ପାଇଁ ଦା ବି କରାଯାଇଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟିରେ ୨ ଟ୍ୟାଙ୍କର ଫସିବା ଯୋଗୁ ଯାତାୟାତ ଠପ୍: ରାତିସାରା ଘାଟି ରାସ୍ତାରେ ଅଟକି ରହିଲେ ଶହ ଶହ ଯାତ୍ରୀ

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓ ବାଲିଗୁଡ଼ାକୁ ସଂଯୋଗ କରୁଥିବା ୫୯ ନମ୍ବର ଗୋପାଳପୁର-ରାଇପୁର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶନିବାର ବିଳମ୍ବିତ…

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

ପରିବେଶ ସୁରକ୍ଷାରେ ଗଞ୍ଜାମ ଗ୍ରାସିମର ବାଜିମାତ୍: ମିଳିଲା “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬”

ଗଞ୍ଜାମ, ୧୯।୯ (ବିଦ୍ୟାଧର ସାହୁ): ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ୪୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିଳ୍ପ ବର୍ଗରେ ଗଞ୍ଜାମ ସ୍ଥିତ ଗ୍ରାସିମ୍ କମ୍ପାନୀ…

ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ନାଟକ ‘ଅବୁଝା ଲୁହ’; ଉଦ୍‌ଘାଟନ କଲେ ଦିଗପହଣ୍ଡି ବିଧାୟକ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ ‘ଅବୁଝା ଲୁହ’…

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା…

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?