Posted inଜାତୀୟ

୩୬ ଘଣ୍ଟା ଭିତରେ ୨ ବରିଷ୍ଠ ନେତାଙ୍କୁ ହରାଇଲା କଂଗ୍ରେସ

ନୂଆଦିଲ୍ଲୀ,୨୫।୧୧:ଦେଶର ସର୍ବ ପୁରାତନ ରାଜନୈତିକ ଦଳ କଂଗ୍ରେସ ଗତ ଦୁଇ ଦିନ ମଧ୍ୟରେ ଦୁଇଟି ଗଭୀର ଆଘାତ ପାଇଛି। ଗତ ସୋମବାର ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗୋଇଙ୍କ ମୃତ୍ୟୁ ପରେ ଆଜି ଅର୍ଥାତ୍‌ ବୁଧବାର ଭେଟେରାନ କଂଗ୍ରେସ ନେତା ଅହମଦ ପଟେଲଙ୍କ ପରଲୋକ ଘଟିଛି। ଉଭୟ ନେତାଙ୍କୁ କଂଗ୍ରେସର ସବୁଠାରୁ ବିଶ୍ୱସ୍ତ ନେତା ଭାବରେ ଜଣାଶୁଣା ଥିଲେ। ଉଭୟଙ୍କୁ ଗାନ୍ଧୀ ପରିବାରର ନିକଟତମ ବିବେଚନା କରାଯାଉଥିଲା। ଅତୀତରେ ତରୁଣ ଗୋଗୋଇ କଂଗ୍ରେସର ଦୁର୍ଗକୁ ଦୀର୍ଘ ସମୟ ଧରି ରଖିଥିଲେ। ସେତେବେଳେ ଅହମଦ ପଟେଲ ପଶ୍ଚିମ ଏବଂ ଉତ୍ତର ଭାରତରେ ମଧ୍ୟ ସମାନ କାର୍ଯ୍ୟ କରୁଥିଲେ, କିନ୍ତୁ ଏବେ ଦୁହେଁ ଏହି ଦୁନିଆକୁ ବିଦାୟ ଦେଇଛନ୍ତି।
ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗୋଇ ପ୍ରାୟ ପାଞ୍ଚ ଦଶନ୍ଧି ଧରି ରାଜନୀତିରେ ସକ୍ରିୟ ଥିଲେ। ସେ ଇନ୍ଦିରା ଗାନ୍ଧୀ, ରାଜୀବ ଗାନ୍ଧୀ, ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ସହ କାମ କରିଥିଲେ। ପ୍ରତ୍ୟେକ ଥର ଗାନ୍ଧୀ ପରିବାର ତାଙ୍କ ଉପରେ ବିଶ୍ୱାସ ପ୍ରକାଶ କରିଥିଲେ। ସେହିପରି ଗୁଜୁରାଟରୁ ଆସିଥିବା ଅହମଦ ପଟେଲଙ୍କୁ କଂଗ୍ରେସ ଦଳର ଚାଣକ୍ୟ ଭାବେ ବିବେଚନା କରାଯାଉଥିଲା। ଅହମ୍ମଦ ପଟେଲ ରାଜୀବ ଗାନ୍ଧୀଙ୍କ ଦେହାନ୍ତ ପରେ ଦୀର୍ଘ ଦିନ ଧରି ସୋନିଆ ଗାନ୍ଧୀଙ୍କ ଜଣେ ରାଜନୈତିକ ପରାମର୍ଶଦାତା ଥିଲେ। ଏବେ କଂଗ୍ରେସ ଦଳରେ ଗୋଷ୍ଠୀ କନ୍ଦଳ ଦେଖାଯାଇଥିବାବେଳେ ଏହି ଦୁଇ ନେତାଙ୍କ ପରଳୋକ ଦଳକୁ ବହୁ କ୍ଷତି ପହଞ୍ଚାଇବ ବୋଲି ରାଜନୈତିକ ମହଲରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri