ବଡ଼ ଘୋଷଣା କଲା କଂଗ୍ରେସ: ଏହି ଦିନ ଓଡ଼ିଶା ଡାକରା, ଜାଣନ୍ତୁ କ’ଣ ବନ୍ଦ, କ’ଣ ରହିବ ଖୋଲା

ଭୁବନେଶ୍ୱର,୨୩।୯: ଖଣି ପ୍ରସଙ୍ଗକୁ କେନ୍ଦ୍ର କରି ରାଜ୍ୟ ସରକାର ବିରୋଧରେ ଆନ୍ଦୋଳନକୁ ଆହୁରି ତୀବ୍ର କରିବାକୁ ଯୋଜନା କରିଛି ଓଡ଼ିଶା କଂଗ୍ରେସ। ଦଶହରା ପରେ ରାଜ୍ୟବ୍ୟାପୀ ବନ୍ଦ ପାଳନ ସହ ୭ ଦିନିଆ ‘ଇକୋନୋମିକ ବ୍ଲକେଡ’ କରିବାକୁ ଦଳ ଘୋଷଣା କରିଛି। ଖଣି ଖନନ, ଖଣିଜ ଉତ୍ତୋଳନ ଏବଂ ଖଣିଜ ପରିବହନ ବନ୍ଦ ରଖିବାକୁ କଂଗ୍ରେସ ଆହୱାନ ଦେଇଛି।

ରାଜ୍ୟ କଂଗ୍ରେସ କାର୍ଯ୍ୟକାରିଣୀ ବୈଠକରେ ଏନେଇ ରଣନୀତି ପ୍ରସ୍ତୁତ ହୋଇଛି। ବୈଠକରେ ମୋଟ ୭ଟି ପ୍ରସ୍ତାବ ପାରିତ ହୋଇଥିବାବେଳେ ‘ମୁଁ ନୁହେଁ, ଆମେ’ ନାରା ଦେଇ ସାମୂହିକ ଭାବେ ଆନ୍ଦୋଳନକୁ ଆଗକୁ ନେବା ଉପରେ ଜୋର ଦିଆଯାଇଛି।

MMDR ଆକ୍ଟକୁ ନେଇ ସ୍ପଷ୍ଟତା, ଖଣିଜ ସମ୍ପଦର ପରିଚାଳନା ଏବଂ ଖଣି ପ୍ରସଙ୍ଗରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବିକୁ କଂଗ୍ରେସ ଏହାର ପ୍ରମୁଖ ରାଜନୈତିକ ପ୍ରସଙ୍ଗ କରିଛି।

ପିସିସି ସଭାପତି ଭକ୍ତଚରଣ ଦାସ ଅଭିଯୋଗ କରିଛନ୍ତି ଯେ ରାଜ୍ୟରେ ଖଣିଜ ସମ୍ପଦର ଲୁଟ ପାଇଁ କେବଳ ବର୍ତ୍ତମାନର ସରକାର ନୁହେଁ, ପୂର୍ବତନ ବିଜେଡି ସରକାର ମଧ୍ୟ ଦାୟୀ। ଖଣି ପ୍ରସଙ୍ଗରେ ଉଭୟ ଦଳର ଭୂମିକାକୁ ନେଇ କଂଗ୍ରେସ ନିଜର ଆକ୍ରମଣ ଜାରି ରଖିବ ବୋଲି ସଙ୍କେତ ଦେଇଛି।

ଦଶହରା ପରେ ହେବାକୁ ଥିବା ବନ୍ଦର ତାରିଖ ଏବଂ ୭ ଦିନିଆ ଅର୍ଥନୈତିକ ଅବରୋଧର ବିସ୍ତୃତ କାର୍ଯ୍ୟକ୍ରମ ନେଇ ଦଳ ପକ୍ଷରୁ ପରବର୍ତ୍ତୀ ସମୟରେ ଅଧିକ ସୂଚନା ଦିଆଯିବ। ତେବେ କଂଗ୍ରେସର ଏହି ଘୋଷଣା ନେଇ ଏପର୍ଯ୍ୟନ୍ତ ରାଜ୍ୟ ଭାଜପା ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନାହିଁ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

LPG ଦର ନେଇ ନୂଆ ଖବର: ୬୦୦ ଟଙ୍କା ଯାଏ କମିଲା ଗ୍ୟାସ ଦାମ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୩।୯: କମର୍ସିଆଲ LPG ସିଲିଣ୍ଡରକୁ ନେଇ ଏବେ ବଜାରରେ ଏକ ଭିନ୍ନ ଚିତ୍ର ସାମ୍ନାକୁ ଆସିଛି। କିଛି ଅଞ୍ଚଳରେ ସରକାରୀ ଦରଠାରୁ ଯଥେଷ୍ଟ କମ ମୂଲ୍ୟରେ ୧୯…

କନ୍ୟା ରାଶିରେ ସୃଷ୍ଟି ହେଲା ମହାପୁରୁଷ ରାଜଯୋଗ: ମକର ସମେତ ୩ ରାଶିଙ୍କର ଲାଗିଲା ଲଟେରୀ, ବ୍ୟାଙ୍କ ବାଲାନ୍ସରେ ଅଚାନକ ବୃଦ୍ଧି

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଭଦ୍ର ମହାପୁରୁଷ ଯୋଗକୁ ଏକ ଶୁଭ ରାଜଯୋଗ ଭାବେ ବିବେଚନା କରାଯାଏ। ବୁଧ ନିଜ ରାଶି ମିଥୁନ କିମ୍ବା କନ୍ୟାରେ ରହି କୁଣ୍ଡଳୀର…

ଇତିହାସ ରଚିଲା ଭାରତ: T20ରେ ଏମିତି କାରନାମା କରିବାରେ ବିଶ୍ୱର ପ୍ରଥମ ଦଳ

ନୂଆଦିଲ୍ଲୀ,୨୩।୯: ଜାପାନ ବିପକ୍ଷରେ ରୋମାଞ୍ଚକର ଭାବେ ୨ ରନ୍‌ର ବିଜୟ ହାସଲ କରିବା ସହ ଭାରତୀୟ କ୍ରିକେଟ ଦଳ ଅନ୍ତର୍ଜାତୀୟ T20 କ୍ରିକେଟ୍‌ରେ ଏକ ବଡ଼ ଇତିହାସ…

ବନ୍ଦେ ମାତରମ୍‌ ଗାଇବାକୁ ମନା କରୁଥିବା ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ କରା ନ ଯାଉ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩ା୯: ବନ୍ଦେ ମାତରମ୍‌ ଗାନ କରିବାକୁ ମନା କରୁଥିବା ଜଣେ ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ କରାଯିବା ଉଚିତ ନୁହେଁ ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର କେନ୍ଦ୍ର ସରକାରଙ୍କୁ କହିଛନ୍ତି।…

ଭାରତ ବିପକ୍ଷ T20 ସିରିଜ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା: ବାଦ୍‌ ପଡ଼ିଲେ ଷ୍ଟାର୍‌ ଅଲରାଉଣ୍ଡର

ନୂଆଦିଲ୍ଲୀ,୨୩।୯: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ୨୨ ଅକ୍ଟୋବରରୁ ୫ ମ୍ୟାଚ ବିଶିଷ୍ଟ T20 ସିରିଜ ଆରମ୍ଭ ହେବ। ଏହି ସିରିଜ ପାଇଁ ନ୍ୟୁଜିଲାଣ୍ଡ କ୍ରିକେଟ…

ବାରଣ୍ଡାରେ ଖାଉଛନ୍ତି ୧୬୯ ଛାତ୍ରୀଛାତ୍ର: ମଧ୍ୟାହ୍ନ ଭୋଜନ ପାଇଁ ଶେଡ ନିର୍ମାଣ ଦାବି

କେସିଙ୍ଗା,୨୩।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଗାଈଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇବା ପାଇଁ ଶେଡ ନଥିବାରୁ ଛାତ୍ରୀଛାତ୍ରମାନେ…

ଜଣେ ‘ହିଟ୍‌’, ଜଣେ ‘ଫ୍ଲପ୍‌’: ଜାଣନ୍ତୁ ଟିମ୍‌ଇଣ୍ଡିଆ ପାଇଁ କେମିତି ରହିଲା ଦ୍ରାବିଡ-ସେହ୍ବାଗ ପୁଅଙ୍କ ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୯: କ୍ରିକେଟ ମଇଦାନରେ ଯେତେବେଳେ ଦୁଇ କିମ୍ବଦନ୍ତୀ କ୍ରିକେଟରଙ୍କ ପୁଅ ଏକାଠି ଖେଳନ୍ତି ସେତେବେଳେ ସମସ୍ତଙ୍କ ନଜର ସେମାନଙ୍କ ପ୍ରଦର୍ଶନ ଉପରେ ରହିଥାଏ। ଭାରତ ଓ ଅଷ୍ଟ୍ରେଲିଆ…

ଇରାନକୁ ଧ୍ୱଂସ କରିଦେବୁ: ୟୁଏନ୍‌ଜିଏରେ ଧମକ ଦେଲେ ଟ୍ରମ୍ପ୍‌

ଜାତିସଂଘ,୨୩ା୯:ଇରାନ ଯଦି ଓ୍ବାଶିଂଟନ ସହ ଚୁକ୍ତି ସ୍ବାକ୍ଷର ନ କରେ ତେବେ ଏହାକୁ ସମ୍ପୂର୍ଣ୍ଣ ଧ୍ୱଂସ କରିଦିଆଯିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ମଙ୍ଗଳବାର ଜାତିସଂଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?