ଏନ୍‌ଏସି ନିର୍ବାଚନ ପାଇଁ କଂଗ୍ରେସର ବଡ଼ ପ୍ରସ୍ତୁତି

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ସାଙ୍ଗଠନିକ ସଭା ଏବଂ ବନ୍ଧୁମିଳନ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ କଲ୍ୟାଣ ମଣ୍ଡପ ପରିସରରେ ଅନୁଷ୍ଠିତ ସଭାରେ ନଗର କଂଗ୍ରେସ ସଭାପତି ତଥା ଏନଏସି କାଉନସିଲର ଦୀପକ କୁମାର ମିଶ୍ର ଅଧ୍ୟକ୍ଷତା କରିଥିଲେ।

ସଭାରେ ଏନଏସି ଅଧ୍ୟକ୍ଷ ତଥା ନବ ନିଯୁକ୍ତ ପିସିସି ସାଧାରଣ ସମ୍ପାଦକ ପ୍ରଫୁଲ୍ଲ ପଣ୍ଡାଙ୍କୁ ନଗର କଂଗ୍ରେସ କମିଟି ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। ସଭାରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ କାଳୁ ଚରଣ ପାଣିଗ୍ରାହୀ କଂଗ୍ରେସ ଦଳର ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ କଂଗ୍ରେସରେ ଯୋଗ ଦେଇଥିଲେ। ନଗର କଂଗ୍ରେସ କମିଟି ପକ୍ଷରୁ ତାଙ୍କୁ ଉପଢୌକନ ପୁଷ୍ପଗୁଚ୍ଛ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା।

ପିସିସି ସାଧାରଣ ସମ୍ପାଦକ ତାଙ୍କ ଉଦ୍‌ବୋଧନରେ ଦିଗପହଣ୍ଡି ସହର ତଥା ଦିଗପହଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସଙ୍ଗଠନକୁ ଅଧିକ କ୍ରିୟାଶୀଳ କରିବା ନିମନ୍ତେ ଉପସ୍ଥିତ ନଗର କଂଗ୍ରେସ କମିଟି କର୍ମକର୍ତ୍ତା ଓ ସଭ୍ୟମାନଙ୍କୁ ପରାମର୍ଶ ଦେଇଥିଲେ। କଂଗ୍ରେସ ଦଳର ଆଭିମୁଖ୍ୟକୁ ଦିଗପହଣ୍ଡି ଏନଏସିର ସମସ୍ତ ୱାର୍ଡ ଅଧୀନ ସାହି ବସ୍ତିମାନଙ୍କରେ ବ୍ୟାପକ ପ୍ରଚାର ପ୍ରସାର କରିବା ପାଇଁ ସଭାରେ ନିଷ୍ପତ୍ତି ନିଆଯାଇଥିଲା। ଗତ ଏନ୍‌ଏସି ୱାର୍ଡ ନିର୍ବାଚନରେ ଅଧ୍ୟକ୍ଷ ପ୍ରାର୍ଥୀ ପ୍ରଫୁଲ୍ଲ ପଣ୍ଡା ଏବଂ ୬ଟି ୱାର୍ଡରେ କଂଗ୍ରେସ ପ୍ରାର୍ଥୀ ବିପୁଳ ଭୋଟରେ ବିଜୟ ହାସଲ କରିଥିଲେ। ଅଧ୍ୟକ୍ଷ ପ୍ରଫୁଲ୍ଲଙ୍କ ନେତୃତ୍ୱରେ ସହରର ବହୁବିଧ ବିକାଶ ହୋଇପାରିଛି। ବିଗତ ୨୦ ବର୍ଷରେ ଯାହା ହୋଇପାରି ନ ଥିଲା ଗତ ୫ ବର୍ଷ ମଧ୍ୟରେ ତାହା ହୋଇପାରିଛି। ଏପରିକି ଅନେକ ଜନକଲ୍ୟାଣ ମୂଳକ ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଚାଲୁ ରହିଛି ବୋଲି ନଗର କଂଗ୍ରେସ କମିଟି ସଭାପତି ଦୀପକ ମିଶ୍ର କହିଥିଲେ। ଆଗାମୀ ଏନ୍‌ଏସି ନିର୍ବାଚନ ପାଇଁ ପ୍ରସ୍ତୁତ ହେବାକୁ ଉପସ୍ଥିତ ଦଳୀୟ କର୍ମୀଙ୍କୁ ସେ ଆହ୍ବାନ ଦେଇଥିଲେ।

କଂଗ୍ରେସ ନେତା ଜଗବନ୍ଧୁ ମିଶ୍ର, କାଉନସିଲର ସୁନୀଲ ପଣ୍ଡା, ଜିଲା ସମ୍ପାଦକ ଏ.କେଶବ ରାଓ, ପୂର୍ବତନ କାଉନସିଲର ରସାନନ୍ଦ ରାଉତ, ଅବସରପ୍ରାପ୍ତ ପ୍ରଧାନଶିକ୍ଷକ କାଳୁ ଚରଣ ପାଣିଗ୍ରାହୀଙ୍କ ସମେତ ବହୁ ସଂଖ୍ୟକ କଂଗ୍ରେସ ନେତୃବୃନ୍ଦ ଉଦ୍‌ବୋଧନ ଦେଇ କଂଗ୍ରେସ ଦଳକୁ ଶକ୍ତିଶାଳୀ କରିବା ସହ ରାହୁଲ ଗାନ୍ଧୀଙ୍କ ହାତ ମୁଠାକୁ ଟାଣ କରିବାକୁ ଆହ୍ବାନ ଦେଇଥିଲେ।

ତୃଣମୂଳସ୍ତରରେ ଦଳକୁ ସଙ୍ଗଠିତ କରାଇବା ପାଇଁ ସଭାରେ ସଂକଳ୍ପ ନିଆଯାଇଥିଲା। ଶେଷରେ କାଉନସିଲର ସୁନୀଲ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ। ସଭାରେ କାଉନସିଲର ମାମିନି ବେହେରା, ଇ.ଗାୟତ୍ରୀ, ପୂର୍ବତନ କାଉନସିଲର ଏମ୍‌.ତ୍ରିନାଥ, ଏମ୍‌.ବାଇନାଥ, ଭଗବାନ ସ୍ବାଇଁ, ବି. ଇଶ୍ୱରୀ ରେଡ୍ଡୀ, ବାଲ୍ମୀକି ବେହେରା, ଗଙ୍ଗାଧର ମହାନ୍ତି, ଲକ୍ଷ୍ମୀନାରାୟଣ ଦାସ, ଡି.ଅନ୍ତର୍ଯ୍ୟାମୀ, ଗୌରାଙ୍ଗ ପୂଜାରୀ, ରଞ୍ଜିତ କୁମାର ବେହେରା, ଶୁକ୍ରୁ ସେଠୀ, ଇ.ଶଙ୍କର, ଶଙ୍କର ମହାରଣା, ଶିବ ପ୍ରଧାନଙ୍କ ସମେତ ଦିଗପହଣ୍ଡି ଏନଏସିର ବିଭିନ୍ନ ୱାର୍ଡ ଅଧୀନ ସାହି ବସ୍ତିର ବହୁ ସଂଖ୍ୟାରେ ଦଳୀୟ କର୍ମୀ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରିଷ୍ଠ କିରାଣି ଜୟନ୍ତ ପ୍ରଧାନଙ୍କୁ ନିଲମ୍ବନ କଲେ କେନ୍ଦ୍ରାପଡ଼ା DEO

ଡେରାବିଶ, ୨୦।୯(ବେବର୍ତା ଅଜୟ ଦାସ): ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀ ଜୟନ୍ତ କୁମାର ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଜ କାର୍ଯ୍ୟରେ…

ମଦ ଦୋକାନରେ ଗଣ୍ଡଗୋଳ, ଯୁବକଙ୍କ ତଣ୍ଟି କାଟି ହତ୍ୟା ଉଦ୍ୟମ; ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ଯୁବକ ଏସ. ରାଜୀବ ରେଡ୍ଡୀ ଚୈତନ୍ୟପୁର ଗ୍ରାମର ଦେବ ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ କରି…

ଜିଲାସ୍ତରରେ ଶିକ୍ଷକ ସମ୍ବର୍ଦ୍ଧନା ଉତ୍ସବ, ପ୍ରଧାନ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା କଲେ ଜିଲାପାଳ

ଦାରିଙ୍ଗବାଡି, ୨୦।୯(ଅରୁଣ ସାହୁ ): କନ୍ଧମାଳ ଜିଲା ବନଜ୍ୟୋସ୍ନା ସାହିତ୍ୟ ସଂସଦ ପକ୍ଷରୁ ରବିବାର ଜିଲା ସୂଚନା ଓ ଲୋକ ସମ୍ପର୍କ ଭବନ, ଫୁଲବାଣୀ ଠାରେ ଜିଲାସ୍ତରୀୟ…

ବଲାଙ୍ଗୀରରୁ ଫରେଷ୍ଟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଅଫିସ ଷ୍ଟାଫ୍ କ୍ବାର୍ଟରରେ…

ବଲାଙ୍ଗୀର,୨୦।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଫରେଷ୍ଟ ରେଞ୍ଜ ଅଫିସ ପଛପଟେ ଥିବା ଷ୍ଟାଫ କ୍ବାଟରୁ ଫରେଷ୍ଟରଙ୍କ ମୃତଦେହ ଉଦ୍ଧାର ହୋଇଛି । ଝୁଲନ୍ତା ଅବସ୍ଥାରେ ତାଙ୍କ…

ଭାଜପା ମୁହାଁ ନେତା କର୍ମୀ

ହାଟଡିହୀ,୨୦।୯(ଶୁଭକାନ୍ତ ନାୟକ): ଆଗକୁ ପଞ୍ଚାୟତ ନିର୍ବାଚନ। କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ରାଜନୈତିକ ପାଣିପାଗ ବଦଳିବାରେ ଲାଗିଛି। ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ସାଙ୍ଗଠନିକ ବୈଠକ,…

ବିହାରୀ କଏଦୀ ଫେରାର ଘଟଣା: ଚୌଦ୍ୱାର ଜେଲ ଅଧୀକ୍ଷକ ଗିରଫ

କଟକ,୨୦।୯(ପ୍ରଭୁ କଲ୍ୟାଣ ପାଲ ): ବିହାରୀ କଏଦୀ ଫେରାର ଘଟଣାରେ ଗିରଫ ହେଲେ ଚୌଦ୍ୱାର ଜେଲ ଅଧୀକ୍ଷକ ସୁଜିତ ରାଉଳ। ଜେଲ ମିନିଟି ବୁକ୍‌ରେ ଜାଲିଆତି ନେଇ…

ଅଡବା ପୋଲିସକୁ ବଡ଼ ସଫଳତା, ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ହଜାରେ କେଜି ଜବତ

ମୋହନା,୨୦।୯( ମନ୍ମଥ ମିଶ୍ର ): ଗଜପତି ଜିଲାରେ ବେଆଇନ ଗଞ୍ଜେଇ କାରବାର ବିରୋଧରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନରେ ଅଡବା ପୋଲିସ ଏକ ବଡ଼ ସଫଳତା ହାସଲ କରିଛି…

କାଲି ନୂଆଁଖାଇବେ କଳାହାଣ୍ଡି ଗଡ଼ଜାତବାସୀ, ଉତ୍ସବ ମୁଖର ପୁରପଲ୍ଲୀ

ଭବାନୀପାଟଣା,୨୦।୯ (ଉତ୍ତମ କୁମାର ଦାଶ): ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ ହେଉଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?