ଆଉ ଥରେ ହେଉ ନୂଆପଡ଼ା ଉପନିର୍ବାଚନ, କଂଗ୍ରେସ ବଟନ ଟିପିଲେ ଭାଜପାକୁ ଯାଉଛି: ସାଂଘାତିକ ଅଭିଯୋଗ କଲା କଂଗ୍ରେସ

ଭୁବନେଶର,୧୨।୧୧: ନୂଆପଡ଼ାର ଉପନିର୍ବାଚନରେ ଭୋଟ ଚୋରି ନେଇ ସାଙ୍ଘାତିକ ଅଭିଯୋଗ ଆଣିଛି କଂଗ୍ରେସ। ଏହି ଅବସରରେ ମଙ୍ଗଳବାର ଏକ ପ୍ରେସ ବାର୍ତ୍ତା ମାଧ୍ୟମରେ ପିସିସି ଉପସଭାପତି ତଥା ପୂର୍ବତନ ବିଧାୟକ ଲଲାଟେନ୍ଦୁ ମହାପାତ୍ର ଖବରଦାତାଙ୍କୁ ସୂଚନା ପ୍ରଦାନ କରି କହିଛନ୍ତି, ୨୬ ବର୍ଷ ଧରି ରାଜ୍ୟରେ ଶାସନ କରିଥିବା ଉଭୟ ଭାଜପା ଓ ବିଜେଡି ମିଛ ପ୍ରତିଶ୍ରୁତି ଦେଇ ସାଧାରଣ ଜନତାଙ୍କୁ ପ୍ରତାରଣା କରିଛନ୍ତି। ଯାହାର ଫଳ ସ୍ବରୂପ ନୂଆପଡ଼ା ଉପନିର୍ବାଚନରେ ବିଜେଡି ଓ ଭାଜପା ପ୍ରତି ଲୋକଙ୍କ ସମର୍ଥନ ମିଳୁନଥିବାରୁ ଏବଂ ମାଟିର ପୁଅ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀଙ୍କ ପ୍ରତି ଲୋକସମର୍ଥନ ଦେଖି ଶାସକ ଭାଜପା ଦଳ ବଳ ଓ କୌଶଳ ଲଗାଇ ଅନୈତିକ ଉପାୟରେ ନିର୍ବାଚନ ଜିତିବାକୁ ଚେଷ୍ଟା କରୁଛି। ଏପରିକି ନୂଆପଡ଼ା ଉପନିର୍ବାଚନ ଚାଲିଥିବା ବେଳେ ଡୁମେରବାହାଲର ୩୩୯ ନମ୍ବର ବୁଥରେ ଭାଜପାକୁ ଭୋଟ ଦେବା ପାଇଁ ଟଙ୍କା ବଣ୍ଟା ଯାଉଥିଲା। କଂଗ୍ରେସର ଜଣେ କର୍ମୀଙ୍କ ସ୍ତ୍ରୀ ଅଭିଯୋଗ କରିବାରୁ ପୋଲିସ ଉପସ୍ଥିତିରେ ତାଙ୍କୁ ଆକ୍ରମଣ କରାଯାଇଥିଲା। ନିର୍ବାଚନ ନୀରବ ଅବଧି ସମୟ ପୂର୍ବରୁ ବାହାର ଜିଲାର ରାଜନୈତିକ ବ୍ୟକ୍ତି ଯିଏ କି
ଜିଲା ବାହାରୁ ଆସିଥିଲେ ସମସ୍ତଙ୍କୁ ବାହାର କରିଦିଆଗଲା। କିନ୍ତୁ ଭାଜପାର ମନ୍ତ୍ରୀ, ବିଧାୟକ, ପୂର୍ବତନ ବିଧାୟକ, କର୍ମକର୍ତ୍ତାମାନେ ସେମାନେ ନିର୍ବାଚନମଣ୍ଡଳୀ ବୁଲିଲେ, ଅବାଧରେ ଟଙ୍କା ବାଣ୍ଟିଲେ। ଇଭିଏମ ମେଶିନରେ କଂଗ୍ରେସ ବଟମ ଚିପିଲେ ଭାଜପାର ଲାଇଟ ଜଳୁଛି ଅର୍ଥାତ୍‌ କଂଗ୍ରେସକୁ ଭୋଟ ଦେଲେ ଭାଜପାକୁ ଯାଉଛି। ଯାହା କି ୨୫୦ ନମ୍ବରର ବୁଥରେ ପ୍ରମାଣିତ ହୋଇଛି। ନିର୍ବାଚନ ଆଦର୍ଶ ଆଚରଣ ବିଧିକୁ ଖୋଲାଖୋଲି ଉଲଂଘନ କରାଯାଉଛି। ଜିଲା ନିର୍ବାଚନ ଅଧିକାରୀ, ପ୍ରଶାସନ ସବୁ ଦେଖି ଚୁପ ରହିଛି।ଭାଜପା ଦଳୀୟ କର୍ମୀ ଲୋକମାନଙ୍କୁ ଭାଜପା ଚିହ୍ନ ଲଗା ଟ୍ରାକ୍ଟରରେ ବୁଥ ମଧ୍ୟକୁ ଆଣୁଛନ୍ତି।ଯାହାକି ନିର୍ବାଚନଆଦର୍ଶ ଆଚରଣ ଉଲଂଘନ କରୁଛି। ଜିତମିତ୍ର ହାଇସ୍କୁଲରେ ଜଣେ ମହିଳା ଭୋଟ ଦେଇ ନପାରି ଫେରିଛନ୍ତି । କାରଣ ତାଙ୍କ ଭୋଟ ଆଉ କିଏ ଦେଇଦେଇଛି। ଅଭିଯୋଗ କଲେ କେହି ଶୁଣୁନାହାନ୍ତି। ବୁଥ ମଧ୍ୟରେ ମୋଦି, ମୁଖ୍ୟମନ୍ତ୍ରୀ, ଏବଂ ଭାଜପା ପ୍ରାର୍ଥୀ ଫଟୋ ଥିବା ଚିରୁକୁଟି ବଣ୍ଟା ଯାଉଛି । ଯଦି ସରକାରୀ ଅଫିସରଙ୍କ ସହାୟତାରେ ସବୁ କ୍ଷେତ୍ରରେ ଭାଜପା ଦଳ ଭୋଟ ଚୋରି କରୁଛି ବା ରାଗିଂ କରୁଛି ତେବେ ତୁରନ୍ତ ନିର୍ବାଚନକୁ ଅସିଦ୍ଧ ଘୋଷଣା କରାଯାଉ ଏବଂ ପୁନର୍ବାର ନିର୍ବାଚନ ହେଉ ବୋଲି କଂଗ୍ରେସ ଦାବି କରୁଛି ବୋଲି ଡ଼ ମହାପାତ୍ର କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ଦାରିଙ୍ଗବାଡ଼ିରେ ଭୂମି ପୂଜନ ସହ ଶୁଭଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦୁର୍ଗାମଣ୍ଡପଠାରେ ରବିବାର ଚଳିତ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହି ଅବସରରେ ଭୂମି ପୂଜନ, ନାଗ ପୂଜନ, ବରୁଣ…

ଚାରି ଦିଗରୁ ବର୍ଷିବ ଟଙ୍କା! ବୃହସ୍ପତିଙ୍କ ନକ୍ଷତ୍ର ପରିବର୍ତ୍ତନ, ୬ଟି ରାଶି ଉପରେ ହେବ ଧନବର୍ଷା, ଖୋଲିବ ନୂଆ ସୁଯୋଗର…

୨୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୩ ମିନିଟ୍‌ରେ ଦେବଗୁରୁ ବୃହସ୍ପତି(ଗୁରୁ) କର୍କଟ ରାଶିରେ ଥାଇ ଅଶ୍ଳେଷା ନକ୍ଷତ୍ରର ତୃତୀୟ ପଦକୁ ଗୋଚର କରିଛନ୍ତି। ସେ ଅକ୍ଟୋବର…

କ୍ୟାଟ୍ରିନାଙ୍କ ସମର୍ଥନରେ ସଲମାନ, ବିକିଙ୍କ ନିରବତାକୁ ନେଇ ପ୍ରଶ୍ନ; ଭାଇଜାନ୍‌ଙ୍କଠାରୁ ଶିଖ…

ମୁମ୍ବାଇ,୨୦ା୯: ଗଣେଶ ଚତୁର୍ଥୀ ଅବସରରେ ସ୍ୱାମୀ ବିକି କୌଶଲଙ୍କ ସହ ନଜର ଆସିଥିଲେ ଅଭିନେତ୍ରୀ କ୍ୟାଟ୍ରିନା କୈଫ । ଏହା ପରେ ସୋସିଆଲ ମିଡିଆର କିଛି ପେଜ୍‌…

ଗଣେଶ ମେଢ଼ ଭସାଣିବେଳେ ନିଆଁରେ ପୋଡ଼ି ୩ ଶିଶୁ ଆହତ: ପରିବାରକୁ ଭେଟି ପ୍ରଶାସନର ସହାୟତା

ପୁରୁଷୋତ୍ତମପୁର,୨୦ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଗଣେଶ ମୂର୍ତ୍ତି ଭସାଣିବେଳେ ଜେନେରେଟରରୁ ନିଆଁ ଲାଗି ପୋଡ଼ି ଆହତ ହୋଇଥିଲେ ୩ ଶିଶୁ। ଉକ୍ତ ପରିବାରକୁ ଜିଲାପାଳଙ୍କ ନିର୍ଦ୍ଦେଶ…

ପାକିସ୍ତାନରେ ହଲଚଲ! ଆନ୍ଦୋଳନ ପୂର୍ବରୁ ପୋଲିସ୍‌ର ବଡ଼ କାର୍ଯ୍ୟାନୁଷ୍ଠାନ, ଗିରଫ ହେଲେ….

ଇସଲାମାବାଦ,୨୦ା୯: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଓ ପାକିସ୍ତାନ ତେହରିକ୍‌-ଏ-ଇନ୍‌ସାଫ୍‌ (PTI) ମୁଖ୍ୟ ଇମ୍ରାନ ଖାନ୍‌ଙ୍କ ଭଉଣୀ ଅଲିମା ଖାନ୍‌ଙ୍କୁ ଲାହୋର ପୋଲିସ୍‌ ଗିରଫ କରିଛି । ରବିବାର…

ଭାଜପାକୁ ନେଇ ଅଖିଳେଶ ଯାଦବଙ୍କ ବଡ଼ ଦାବି, ପ୍ରତି ବିଧାନସଭାରେ କମିବ…

ଲକ୍ଷ୍ନୌ,୨୦ା୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟି (ସପା) ନିଜର ସଂଗଠନକୁ ମଜବୁତ କରିବା ଆରମ୍ଭ କରିଛି । ଦଳର ପ୍ରଦେଶ କାର୍ଯ୍ୟକାରିଣୀ ବୈଠକ…

ଦୁଇଦିନ ଧରି ଅନୁଷ୍ଠିତ ହେବ ଘୁମୁସର ଗବେଷଣା ପ୍ରତିଷ୍ଠାନର ବାର୍ଷିକ ସମ୍ମିଳନୀ, ଯୋଗ ଦେବେ…

ଭଞ୍ଜନଗର,୨୦ା୯(ବାବୁଲା ପ୍ରଧାନ): ଘୁମୁସର ଗବେଷଣା ପ୍ରତିଷ୍ଠାନର କାର୍ଯ୍ୟକାରିଣୀ ବୈଠକ ରବିବାର ଭଞ୍ଜନଗରସ୍ଥିତ ପ୍ରତିଷ୍ଠାନ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଗାମୀ ଦୁଇଦିନିଆ ବାର୍ଷିକ ସମ୍ମିଳନୀ ସମେତ…

ଗର୍ଭବତୀ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ଦିଅର କହିଲେ…

ବଲାଙ୍ଗୀର,୨୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କର୍ଲାପିଟା ଗାଁରେ ରବିବାର ବୀଭତ୍ସ ହତ୍ୟାକାଣ୍ଡ ଘଟିଯାଇଛି। ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ୪ ମାସର ଗର୍ଭବତୀ ସ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?