Posted inଜାତୀୟ

ଆମ ପାଇଁ ଇଡି-ସିବିଆଇ, ମୋଦିଙ୍କ ‘ମେହୁଲ ଭାଇ’ଙ୍କୁ ଇଣ୍ଟରପୋଲରୁ ମୁକ୍ତି

ନୂଆଦିଲ୍ଲୀ,୨୧।୩: ଦେଶରେ ଯାଞ୍ଚ ଏଜେନ୍ସି ଗୋଟିଏ ପଟେ କଂଗ୍ରେସ, ଆମ ଆଦମୀ ପାର୍ଟି, ଟିଏମ୍‌ସି ସମେତ ବିରୋଧୀ ନେତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି। ଅନ୍ୟପଟେ ଇଣ୍ଟରପୋଲ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ(ପିଏନ୍‌ବି)ରୁ ୧୩ହଜାର କୋଟି ଟଙ୍କା ଠକେଇ ମାମଲାରେ ଅଭିଯୁକ୍ତ ପଳାତକ ମେହୁଲ ଚୌକସିଙ୍କ ନାମ ରେଡ୍‌ ନୋଟିସ୍‌ ତାଲିକାରୁ ହଟାଇଦେଇଛି। ବର୍ତ୍ତମାନ ଏହାକୁ ନେଇ ରାଜନୀତି ଆରମ୍ଭ ହୋଇଛି। କଂଗ୍ରେସ ମୁଖ୍ୟ ମଲ୍ଲିକାର୍ଜୁନ ଖାଗେର୍ର୍ ଭାଜପାକୁ ଟାର୍ଗେଟ କରିଛନ୍ତି। ଖାର୍ଗେ କବିତା ଢ଼ଙ୍ଗରେ ଏକ ଟୁଇଟ କରି କହିଛନ୍ତି, ‘ବିରୋଧୀଦଳର ନେତାଙ୍କ ପାଇଁ ଇଡି-ସିବିଆଇ, କିନ୍ତୁ ମୋଦୀ ଜିଙ୍କ ‘ମେହୁଲ ଭାଇ’ଙ୍କ ପାଇଁ ଇଣ୍ଟରପୋଲରୁ ମୁକ୍ତ। ଯେତେବେଳେ ଭଲ ବନ୍ଧୁ ପାଇଁ ସଂସଦ ଅଟକିଯାଇପାରେ, ତେବେ ପୁରୁଣା ବନ୍ଧୁ ଯାହାକୁ ୫ବର୍ଷ ପୂର୍ବରୁ ଫେରାର କରାଯାଇଥିଲା ତାଙ୍କୁ ସାହାଯ୍ୟ କରିବାକୁ କିପରି ଅସ୍ବୀକାର କରିପାରିବେ ମୋଦି। ବୁଡ଼ି ଯାଇଥିବା ଦେଶର ହଜାର ହଜାର କୋଟି, କାହାକୁ ଖାଇବାକୁ ଦେବି ନାହିଁ ଏହା ଏକ ନିଆରା ବାକ୍ୟରେ ପରିଣତ ହୋଇଛି ବୋଲି ଖାର୍ଗେ କହିଛନ୍ତି। ସେହିପରି ପଳାତକ ମେହୁଲ ଚୋକସିଙ୍କ ବିଷୟରେ ମଲ୍ଲିକାର୍ଜୁନ ଖାର୍ଗେ ତାଙ୍କର ଏକ ବିବୃତ୍ତିରେ କହିଛନ୍ତି, ସେ ଭାରତ ବ୍ୟାଙ୍କରୁ ଟଙ୍କା ନେଇ ଫେରାର ହୋଇଯାଇଛନ୍ତି। ଏହିପରି ଲୋକଙ୍କୁ ଯେଉଁମାନେ ସୁରକ୍ଷା ଦିଅନ୍ତି ସେମାନେ ପୁଣି ଦେଶପ୍ରେମ ବିଷୟରେ କଥା କହୁଥିବା ଶୋଭାପାଏନି ବୋଲି ଖାର୍ଗେ ମୋଦିଙ୍କୁ ଟାର୍ଗେଟ କରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖାମେନେଇଙ୍କ ଅନ୍ତିମ ସଂସ୍କାର ପାଇଁ ମୋଦିଙ୍କୁ ନିମନ୍ତ୍ରଣ, ଯୋଗଦେବେକି ପ୍ରଧାନମନ୍ତ୍ରୀ?

ତେହରାନ୍‌,୨୪ା୬: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇ ଆମେରିକା-ଇସ୍ରାଏଲ ଆକ୍ରମଣରେ ପ୍ରାଣ ହରାଇଥିଲେ। ତାଙ୍କର ମୃତ୍ୟୁ ଫେବୃଆରୀ ୨୮ ତାରିଖରେ ହୋଇଥିଲା। ତାଙ୍କର ଅନ୍ତିମ ସଂସ୍କାର…

ୟୁକାଲିପଟାସ୍‌ ଚାଷ ନିଷିଦ୍ଧ ପାଇଁ କୋରାପୁଟ ଡିଏଫ୍‌ଓଙ୍କୁ ତଦନ୍ତ ନିର୍ଦ୍ଦେଶ

କୋରାପୁଟ,୨୪ା୬(ଅମିତାଭ ବେହେରା): କୋରାପୁଟର ତଫସିଲଭୁକ୍ତ ଅଞ୍ଚଳରେ ବଢ଼ୁଥିବା ୟୁକାଲିପଟାସ୍‌ ଚାଷକୁ ନେଇ ଉଠିଥିବା ଅଭିଯୋଗ ପ୍ରତି ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏହି ଚାଷ ଉପରେ…

ସରକାରଙ୍କ ବଡ଼ ଘୋଷଣା, ପ୍ରତିବର୍ଷ ୫ ଲକ୍ଷ ଶିଶୁଙ୍କୁ ଦେବେ ସୁନା ମୁଦି

ଚେନ୍ନାଇ,୨୪ା୬ : ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱରେ ତାମିଲନାଡୁ ସରକାର ପ୍ରତିଦିନ ନୂଆ ନୂଆ ନିଷ୍ପତ୍ତି ନେଉଛନ୍ତି । ସରକାର ଏବେ ପ୍ରତ୍ୟେକ ନବଜାତ ଶିଶୁକୁ…

ବାସୁଦେବପୁରରେ ହତ୍ୟାକାଣ୍ଡ: ଝିଆରୀଙ୍କୁ ପିଟିପିଟି ମାରିଦେଲେ ଦାଦା, ପୂରା ଘଟଣା ଜାଣିଲେ…

ବାସୁଦେବପୁର,୨୪ା୬(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ପୌରାଞ୍ଚଳର ଭୈରବପୁର ଗ୍ରାମରେ ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ ଘଟିଛି। ଲୁଗା ଶୁଖାଇବା ପାଇଁ ପୋତିଥିବା ବାଉଁଶକୁ ନେଇ ଘଟିଛି ଘଟଣା।…

ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କାଦେଲା ବୋଲେରୋ, ପୁଣି ପଛପଟୁ ଧକ୍କାଦେଲା ଆଉ ଏକ ଟ୍ରକ୍‌, ତା’ପରେ…

ବଞ୍ଚୋ,୨୪ା୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ରିଙ୍ଗ ରୋଡ୍‌ରେ ବୁଧବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗୋଟିଏ ବାଇକ୍‌କୁ ଧକ୍କାଦେବା ପରେ ବାଇକ୍‌…

ଶ୍ରମିକମାନେ କାମ କରୁଥିବା ବେଳେ ଭୁଶୁଡ଼ିଲା ଗୋଦାମ, ମୃତ୍ୟୁ ସଂଖ୍ୟା….

କୋଲକାତା,୨୪ା୬: ପଶ୍ଚିମ କୋଲକାତାର ତାରାତାଲା ଅଞ୍ଚଳରେ ଏକ ନିର୍ମାଣାଧୀନ ଗୋଦାମ ବୁଧବାର ଅପରାହ୍ନରେ ହଠାତ୍ ଭୁଶୁଡ଼ିଲା । ଭଗ୍ନାବଶେଷ ତଳେ ପ୍ରାୟ ୫୦-୬୦ ଜଣ ଫସି ରହିଛନ୍ତି…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଛୁରାମାଡ଼ ପରେ…

ପଦ୍ମପୁର,୨୪ା୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ବୁଡେନ ଥାନା ଅନ୍ତର୍ଗତ ଗଡ଼ଭାଟି ଗ୍ରାମର ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଓ ଛୁରାମାଡ଼ କରାଯାଇଥିବା ଅଭିଯୋଗରେ ବୁଡେନ ଥାନାରେ ଏକ…

ଘାଟିରେ ଓଲଟିଲା ଟ୍ରକ୍‌: ତଳେ ଚାପି ହୋଇ ଚାଲିଗଲା ଜଣଙ୍କ ଜୀବନ, ଦୁଇ ଗୁରୁତର

ମୋହନା,୨୪ା୬(ମନ୍ମଥ ମିଶ୍ର): ଘାଟିରେ ଓଲଟିଲା ଟ୍ରକ୍‌, ଦୁର୍ଘଟଣାରେ ଟ୍ରକ୍‌ ତଳେ ଚାପି ହୋଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତେ ପଶ୍ଚିମବଙ୍ଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri