Posted inରାଜ୍ୟ

ବିଜେଡି-ଭାଜପା ଅସନ୍ତୁଷ୍ଟ ନେତାଙ୍କୁ ପ୍ରାର୍ଥୀ କରିପାରେ କଂଗ୍ରେସ

ଭୁବନେଶ୍ୱର, ୧୧।୩:(ସୁନିତ୍‌ ମିଶ୍ର) ୨୦୨୪ ନିର୍ବାଚନ ତାରିଖ କୌଣସି ସମୟରେ ଘୋଷଣା ହୋଇଯାଇପାରେ। ଏହା ପୂର୍ବରୁ ସବୁ ଦଳ ବର୍ତ୍ତମାନ ଉଭୟ ବିଧାନସଭା ଏବଂ ଲୋକ ସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଚୟନ କରିବାରେ ବ୍ୟସ୍ତ ହୋଇଗଲେଣି। ବିଜେଡି-ଭାଜପା ମେଣ୍ଟ ହେବାକୁ ଥିବାରୁ ଉଭୟ ଦଳ ମଧ୍ୟରେ ଆସନ ବୁଝାମଣା ନ ହେବା ପର୍ଯ୍ୟନ୍ତ ପ୍ରାର୍ଥୀ ଚୟନ ହୋଇପାରିବ ନାହିଁ। ଏପରି ସ୍ଥିତିରେ ମାର୍ଚ୍ଚ ପ୍ରଥମ ସପ୍ତାହ ସୁଦ୍ଧା ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିବାକୁ ଥିବା କଂଗ୍ରେସ ଏହି କାର୍ଯ୍ୟରେ ବିଳମ୍ବ କରିଦେଇଛି।

ଗତ ୯ ତାରିଖରେ ଦିଲ୍ଲୀରେ କଂଗ୍ରେସର ଦ୍ୱିତୀୟ ପର୍ଯ୍ୟାୟ ସ୍କ୍ରିନିଂ କମିଟି ବୈଠକ ହୋଇଥିବା ବେଳେ ଏଥିରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସମେତ ଓଡ଼ିଶା ପ୍ରଭାରୀ ଅଜୟ କୁମାର ମଧ୍ୟ ଯୋଗ ଦେଇଥିଲେ। ହେଲେ ଆଗକୁ ଆଉଥରେ ସ୍କ୍ରିନିଂ କମିଟି ବସିବ ବୋଲି ପିସିସି ସଭାପତି ସୂଚନା ଦେଇଛନ୍ତି। ଆସନ୍ତା ୧୯ ତାରିଖରେ ତୃତୀୟ ପର୍ଯ୍ୟାୟ ସ୍କ୍ରିନିଂ କମିଟି ବସିବା ପରେ ପ୍ରାର୍ଥୀ ତାଲିକା ଚୂଡାନ୍ତ ହେବ ବୋଲି ଜଣାପଡ଼ିଛି।

ଅନ୍ୟପଟେ ଶରତ ପଟ୍ଟନାୟକ ରବିବାର ଦିଲ୍ଲୀରୁ ଓଡ଼ିିଶା ଫେରି ଆସିଛନ୍ତି। ଏଭଳି ସ୍ଥିତିରେ ବିଜେଡି-ଭାଜପା ମେଣ୍ଟରୁ ଫାଇଦା ନେବା ସକାଶେ କଂଗ୍ରେସ ଆଉ ଏକ ଯୋଜନା କରିଛି। ବିଜେଡି-ଭାଜପାର ମେଣ୍ଟ ହେବା ପରେ ଯେଉଁମାନଙ୍କ ଟିକେଟ କଟିବ କିମ୍ବା ଯେଉଁମାନେ ଅସନ୍ତୁଷ୍ଟ ହେବେ, ସେମାନଙ୍କ ମଧ୍ୟରୁ ୭୦ରୁ ୮୦ ପ୍ରତିଶତଙ୍କୁ ଆସନ୍ତା ନିର୍ବାଚନରେ ପ୍ରାର୍ଥୀ କରିବା ଉପରେ ସମ୍ପୂର୍ଣ୍ଣ ଧ୍ୟାନ ଦେବାକୁ କୁଆଡେ ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି)ର ଶୀର୍ଷ ନେତୃତ୍ୱ ନିର୍ଦ୍ଦେଶ ଦେଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିହାରରୁ ବଡ଼ ଖବର! ଏହି ତାରିଖରେ ବିଧାନ ପରିଷଦରୁ ଇସ୍ତଫା ଦେବେ ନୀତିଶ କୁମାର

ପାଟନା,୨୭।୩: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ବିହାର ବିଧାନସଭା ପରିଷଦ (MLC) ର ସଦସ୍ୟତାରୁ ଇସ୍ତଫା ଦେବେ । ସୂତ୍ର ଅନୁଯାୟୀ, ନୀତିଶ କୁମାର ମାର୍ଚ୍ଚ  ୩୦ରେ…

ଏହି ମାସରେ ମଦ ଦୋକାନ ପାଇଁ ହେବ ଲଟେରୀ, ସୂଚନା ଦେଇ ଅବକାରୀ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୭।୩: ଜିଲାପାଳଙ୍କ ଉପସ୍ଥିତିରେ ଏପ୍ରିଲରେ ମଦ ଦୋକାନ ପାଇଁ ଲଟେରୀ ହେବ। ଏନେଇ ଶୁକ୍ରବାର ସୂଚନା ଦେଉଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି, ଆବଶ୍ୟକ…

ରାମନବମୀରେ ନନ୍ଦପୁର ଚଳଚଞ୍ଚଳ: ରାମ-ସୀତାଙ୍କ ବିବାହ ନୀତି ପରେ…

ନନ୍ଦପୁର,୨୭ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳ ରାମନବମୀ ପାଳନ ପାଇଁ ଚଳଚଞ୍ଚଳ ହୋଇପଡ଼ିଛି। ନନ୍ଦପୁର ଗଉଡ଼ ସାହି ସ୍ଥିତ ଐତିହାସିକ ରାମମନ୍ଦିର ଓ ରାମଲୀଳା…

ଗଞ୍ଜାମ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଡ. ପ୍ରବୀଣ ଭାଇ ତୋଗଡ଼ିଆ: ଦେବେ ଉଦ୍‌ବୋଧନ 

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରକୁ ପ୍ରଥମ ଥର ପାଇଁ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧ୍ୟକ୍ଷ ତଥା ଅଗଣିତ ହିନ୍ଦୁ ମାନଙ୍କ ହୃଦୟର ମଣିଷ ଡ.…

ଲକଡାଉନ୍‌କୁ ନେଇ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଦେଶରେ…

ନୂଆଦିଲ୍ଲୀ,୨୭।୩: ଇରାନରେ ଯୁଦ୍ଧ ଯୋଗୁ ଭାରତରେ ଲକଡାଉନ ହେବା ନେଇ ଗୁଜବ ହେଉଛି। ଏହାରି ଭିତରେ କେନ୍ଦ୍ର ସରକାରଙ୍କ ସ୍ପଷ୍ଟୀକରଣ ରଖିଛନ୍ତି। ଅର୍ଥମନ୍ତ୍ରୀ ସୀତାରାମନ୍‌ କହିଛନ୍ତି, ଦେଶରେ…

IPL 2026: ବେଙ୍ଗାଲୁରୁ-ହାଇଦ୍ରାବାଦ ମଧ୍ୟରେ ପ୍ରଥମ ମ୍ୟାଚ୍‌, କେଉଁଠି ଏବଂ କିପରି ଲାଇଭ ଦେଖିବେ ଜାଣନ୍ତୁ…

ବେଙ୍ଗାଲୁରୁର,୨୭।୩: IPL 2026 ସିଜିନର ପ୍ରଥମ ମ୍ୟାଚ୍‌ ଦୁଇଟି ଶକ୍ତିଶାଳୀ ଦଳ ବେଙ୍ଗାଲୁରୁ ଏବଂ ହାଇଦ୍ରାବାଦ ମଧ୍ୟରେ ମୁକାବିଲା ହେବ। RCB ଘରୋଇ ପଡ଼ିଆରେ ବିଜୟ ସହିତ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ବିଦ୍ୟୁତ୍‌ ମରାମତି କରୁଥିବାବେଳେ ଜଳିଗଲେ, ଖୁଣ୍ଟରେ ଲାଖି ରହିଛି ମୃତଦେହ

ଦେବଗଡ଼,୨୭ା୩(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟୁତ୍‌ ମରାମତି କରୁଥିବାବେଳେ ୧୧ କେଭି ତାରରେ ଲାଗି ଜଣଙ୍କର ଜୀବନ ଚାଲିଯାଇଛି। ବିଦ୍ୟୁତ୍‌ ଖୁଣ୍ଟ ଉପରେ ଲାଖି ରହିଛି ମୃତଦେହ। ଏମିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri