Posted inଜାତୀୟ

କଂଗ୍ରେସ ଲଞ୍ଚ କରିପାରେ ‘ଭାରତ ଯୋଡୋ ଯାତ୍ରା’ର ଲୋଗୋ, କ୍ୟାମ୍ପେନ

ନୂଆଦିଲ୍ଲୀ,୨୩ ।୮: ରାଜଧାନୀ ଦିଲ୍ଲୀରେ କଂଗ୍ରେସ ମଙ୍ଗଳବାର ‘ଭାରତ ଯୋଡୋ ଯାତ୍ରା’ର ଲୋଗୋ, କ୍ୟାମ୍ପେନ ଲଞ୍ଚ କରିବାକୁ ପ୍ରସ୍ତୁତ ହେଉଛି । କଂଗ୍ରେସ ପାର୍ଟି ମୁଖ୍ୟାଳୟରେ ଦିନ ପ୍ରାୟ ୧୨ଟାରେ ହେବାକୁ ଥିବା ପ୍ରେସ କନଫରେନ୍ସରେ କଂଗ୍ରେସର କେତେଜଣ ବଡ ବଡ ନେତା ଉପସ୍ଥିତ ରହିବେ । କଂଗ୍ରେସର ‘ଭାରତ ଯୋଡୋ ଯାତ୍ରା’ କଶ୍ମୀରରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ଯିବ । ଏହି ସମୟରେ ଏହି ପଦଯାତ୍ରା ୧୨ ରାଜ୍ୟ ଓ ୨ କେନ୍ଦ୍ର ଶାସିତ ଅଞ୍ଚଳ ଦେଇ ଯିବ ।
ସୂଚନାଯୋଗ୍ୟ, ‘ଭାରତ ଯୋଡୋ ଯାତ୍ରା’କୁ ନେଇ ସୋମବାର ଦିଲ୍ଲୀର କନଷ୍ଟିଚ୍ୟୁଶନ କ୍ଲବ ଅଫ ଇଣ୍ଡିଆରେ ସାରା ଦେଶର ସିଭିଲ ସୋସାଇଟିର ପ୍ରତିନିଧି ଓ କେତେଜଣ ନାମୀଦାମୀ ବ୍ୟକ୍ତି ବିଶେଷଙ୍କ ସହ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଏକ ବୈଠକ କରିଥିଲେ । ଏଥିରେ ‘ସ୍ୱରାଜ ଇଣ୍ଡିଆ’ର ଯୋଗେନ୍ଦ୍ର ଯାଦବ ଓ ଅନ୍ୟ କେତେଜଣ ସାମାଜିକ କର୍ମୀ ଓ ବେସରକାରୀ ସଙ୍ଗଠନର ଲୋକେ ବୈଠକରେ ସାମିଲ ହୋଇଥିଲେ ।
କଂଗ୍ରେସର ଏହି ଐତିହାସିକ ଯାତ୍ରା ୭ ସେପ୍ଟେମ୍ବରରୁ ଆରମ୍ଭ କରାଯିବ । ଏହାର ଶୁଭାରମ୍ଭ ତାମିଲନାଡୁର କନ୍ୟାକୁମାରୀରୁ ହେବ ଓ ଏହା ୩୫୦୦ କିଲୋମିଟର ଦୂର କଶ୍ମୀରରେ ଶେଷ ହେବ । କଂଗ୍ରେସ କହିଛି ଏହି ଯାତ୍ରାରେ ସାମାଜିକ ସଙ୍ଗଠନର ପ୍ରତିନିଧି ଓ ସମାନ ବିଚାରଧାରାର ଲୋକେ ସାମିଲ ହୋଇ ପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri