Posted inଜାତୀୟ

କଂଗ୍ରେସ ପାକିସ୍ତାନରୁ ଆରମ୍ଭ କରୁ ଭାରତ ଯୋଡ ଯାତ୍ରା, ଭାଜପାର କଟାକ୍ଷ…

ନୂଆଦିଲ୍ଲୀ,୭।୯ : ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ ଯାତ୍ରା ନେଇ ଭାଜପା ଏବଂ କଂଗ୍ରେସ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଆରମ୍ଭ ହୋଇଛି। ଆସାମର ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମା କଂଗ୍ରେସର ଭାରତ ଯୋଡ ଯାତ୍ରାକୁ ନେଇ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ ଯଦି କଂଗ୍ରେସକୁ ଏହି ଯାତ୍ରା ଆରମ୍ଭ କରିବାକୁ ଚାହୁଁଛି, ତେବେ ଏହା ପାକିସ୍ତାନରୁ ଆରମ୍ଭ ହେବା ଉଚିତ। ଭାରତ ପୂର୍ବରୁ ଅଖଣ୍ଡ ଥିଲା।

୧୯୪୭ମସିହାରେ ଭାରତ ବିଭାଜିତ ହୋଇଥିଲା। ତେଣୁ ଭାରତରେ ଏହି ଯାତ୍ରାର କୌଣସି ଲାଭ ନାହିଁ। ଏହି ଯାତ୍ରାରେ ରାହୁଲଙ୍କୁ ଅଖଣ୍ଡ ଭାରତ ମଧ୍ୟରେ ଭ୍ରମଣ କରିବାକୁ ପଡିବ। ସେଥିପାଇଁ ଏହାକୁ ପାକିସ୍ତାନରୁ ଆରମ୍ଭ କଲେ ଭଲ ହେବ କହି ସେ କଟାକ୍ଷ କରିଛନ୍ତି। ଭାରତରେ ଏହି ଯାତ୍ରା କରିବାର ଅର୍ଥ ନାହିଁ।

ଏହି କ୍ରମରେ ତାମିଲନାଡୁର ଭାଜପା ମୁଖ୍ୟ ଅନ୍ନାମଲାଇ କହିଛନ୍ତି ଯେ ରାହୁଲ ଗାନ୍ଧୀ ଭାରତ ଯୋଡ ନୁହେଁ ଭାରତ ଛାଡ ଯାତ୍ରା ପାଇଁ ପ୍ରସିଦ୍ଧ। ଯେତେବେଳେ ରାହୁଲ ଗାନ୍ଧୀ ଏହି ଯାତ୍ରା ମାଧ୍ୟମରେ ଦେଶ ଭ୍ରମଣ କରିବେ, ସେତେବେଳେ ସେ ଜାଣିବେ ଯେ ଆଠ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିପରି ଦେଶରେ ପରିବର୍ତ୍ତନ କରିଛନ୍ତି ଏବଂ ତାଙ୍କ ଆଖି ଖୋଲିଯିବ।

ଏହାକୁ ନେଇ କଂଗ୍ରେସ କଡ଼ା ଜବାବ ଦେବା ସହିତ କହିଛି ଯେ ଦେଶର ସ୍ବାଧୀନତା ଆନ୍ଦୋଳନରେ ଆରଏସଏସର ଭୂମିକାକୁ ମନେ ପକାଇବାର ଆବଶ୍ୟକତା ରହିଛି। କଂଗ୍ରେସ ସାଂସଦ ମାଣିକାମ ଟାଗୋର କହିଛନ୍ତି ଯେ ଭାଜପା ସତ କହୁଛି, ମହାତ୍ମା ଗାନ୍ଧୀଙ୍କ ନେତୃତ୍ୱରେ ହୋଇଥିବା ଭାରତ ଛାଡ଼ ଆନ୍ଦୋଳନରେ ଆରଏସଏସ ଅଂଶଗ୍ରହଣ କରି ନଥିଲା। ବର୍ତ୍ତମାନ ମହାତ୍ମାଙ୍କୁ ଅନୁସରଣ କରି ଆମର ରାହୁଲ ଭାରତ ଯୋଡ ଯାତ୍ରା ଆରମ୍ଭ କରିବାକୁ ଯାଉଛନ୍ତି। ଏହାକୁ ନେଇ ଭାଜପା ଚିନ୍ତାରେ ପଡ଼ିଛି। ଭାରତ ଯୋଡ ଯାତ୍ରାକୁ ସହ୍ୟ କରି ନପାରି ଭାଜପା ଏଭଳି ବିଭ୍ରାନ୍ତକାରୀ ମନ୍ତବ୍ୟ ଦେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri